Posted inଜାତୀୟ

ଖଣି ଦୁର୍ନୀତିରେ ବୁଲନ୍ଦ ସହରର ଡିଏମ୍‌ଙ୍କ ଘରେ ଚଢ଼ାଉ

ଭୋପାଳ,୧୦।୭: ଉତ୍ତରପ୍ରଦେଶର ବହୁଚର୍ଚ୍ଚିତ ଖଣି ଦୁର୍ନୀତି ମାମଲା ନେଇ ବୁଧବାର ସିବିଆଇ ପକ୍ଷରୁ ଚଢ଼ାଉ କରାଯାଇଛି। ବୁଲନ୍ଦ ସହରର ଡିଷ୍ଟ୍ରିକ୍ଟ ମାଜିଷ୍ଟ୍ରେଟ(ଡିଏମ୍‌) ଅଭୟ କୁମାର ସିଂହଙ୍କ ଘରେ ସିବିଆଇ ଚଢ଼ାଉ କରିଛି। ତାଙ୍କ ବାସଭବନରୁ ବିପୁଳ ପରିମାଣର ନଗଦ ଟଙ୍କା ଜବତ କରାଯାଇଥିବା ବେଳେ ଏହାକୁ ଗଣିବା ପାଇଁ ସିବିଆଇ ମେଶିନର ସାହାଯ୍ୟ ନେଇଛି। ଏହି ଚଢ଼ାଉ ପାଇଁ ପୂର୍ବରୁ ପୂରା ପ୍ରସ୍ତୁତି କରିଥିଲା ସିବିଆଇ। ଏଥିପାଇଁ ସିବିଆଇର ୪ଟି ଗାଡ଼ି ଅଭୟଙ୍କ ବାସଭବନରେ ପହଞ୍ଚିଥିଲା। ୨ଟି ଗାଡିରେ ଜରୁରୀ କାଗଜପତ୍ର ନିଆଯାଇଥିବା ବେଳେ ଅନ୍ୟ ୨ଟିରେ ସିବିଆଇ ଟିମ୍‌ ଯାଇ ଅଭୟଙ୍କ ଘରେ ଚଢ଼ାଉ କରିବା ସହ ପଚରାଉଚରା ଜାରି ରଖିଛି। ଏହି ଅବୈଧ ଖଣି ମାମଲା ୨୦୧୨ରୁ ୨୦୧୬ର ଘଟଣା। ଏହି ସମୟରେ ରାଜ୍ୟରେ ସମାଜବାଦୀ ପାର୍ଟି(ଏସ୍‌ପି)ର ସରକାର ରହିଥିଲା। ସେତେବେଳେ ଖଣି ମନ୍ତ୍ରାଳୟ ଖୋଦ୍‌ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କ ନିକଟରେ ରହିଥିଲା। ଅଭୟ ମଧ୍ୟ ୨୦୧୩ ରୁ ୨୦୧୪ ପର୍ଯ୍ୟନ୍ତ ଫତେପୁରର ଡିଏମ୍‌ ରହିଥିଲେ। ଏହି ମାମଲାରେ ଅଭୟଙ୍କ ସଂପୃକ୍ତି ଥିବା ଅଭିଯୋଗ ହୋଇଥିଲା। ଯାହାଫଳରେ ସିବିଆଇ ତାଙ୍କ ବିରୋଧରେ ଏହି ଚଢ଼ାଉ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?