ଖଣ୍ଡପଡ଼ାରେ ଶ୍ରୀଜୀଉମାନଙ୍କ ବାହୁଡ଼ା ଯାତ୍ରା

ଖଣ୍ଡପଡ଼ା,୧୩ା୭(ସ୍ବ.ପ୍ର.): ଶୁକ୍ରବାର ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ଶ୍ରୀ ଜୀଉମାନେ ରତ୍ନବେଦୀକୁ ବିଜେ କରିବା ନିମନ୍ତେ ବାହୁଡ଼ିଛନ୍ତି। ଏହି ଅବସରରେ ଖଣ୍ଡପଡ଼ା, ଭାପୁର, ଖଳିସାହି ଓ ମର୍ଦ୍ଦରାଜପୁରରେ ଅନୁଷ୍ଠିତ ବାହୁଡ଼ା ଯାତ୍ରା ଦେଖିବା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ମେଘୁଆ ପାଗ ହୋଇଥିବାରୁ ଚଳିତ ବର୍ଷ ଭକ୍ତଙ୍କ ସଂଖ୍ୟା ଅଧିକ ରହିିଛି। ଖଣ୍ଡପଡ଼ା ଦେବୋତ୍ତର ବିଭାଗ ପକ୍ଷରୁ ପରିଚାଳିତ ମହିମାମେରୁ ଓ ରାଜ ପରିବାର ପକ୍ଷରୁ ପରିଚାଳିତ ଏକକ ଜଗନ୍ନାଥ ପୃଥକ ରଥରେ ଅପରାହ୍ନ ପ୍ରାୟ ୫ଟାରେ ବାହାରି ଖଣ୍ଡପଡ଼ା ଥାନା ନିକଟରେ ଅଟକି ରହିଛନ୍ତି । ବାହୁଡ଼ା ଯାତ୍ରା ୩ ଦିନ ବ୍ୟାପୀ ଅନୁଷ୍ଠିତ ହେବ । ଏହି ଅବସରରେ ଠାକୁରମାନେ ଅଟକି ରହିଥିବା ସ୍ଥାନରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସେହିପରି ମର୍ଦ୍ଦରାଜପୁର ମୁଣ୍ଡିଆ ହନୁମାନ ପୀଠସ୍ଥିତ ତିନି ଠାକୁରଙ୍କୁ ପାଟ ପଟୁଆରରେ ମନ୍ଦିରକୁ ବିଜେ କରାଯାଇଛି । ଠାକୁର ଗିରିଡିପାଟଣାଠାରେ ପଣାଭୋଗ ଲାଗି ହେବା ପରେ ସ୍ବମନ୍ଦିରକୁ ବିଜେ ହୋଇଛନ୍ତି । ଶ୍ରଦ୍ଧାଳୁମାନେ ଦ୍ୱାରା ନାମ ସଂକୀର୍ତ୍ତନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାରେ ୫୦୦ରୁ ଅଧିକ ଉଠା ଜଳସେଚନ ପମ୍ପ୍‌ ଅଚଳ: ଚିନ୍ତାରେ ଚାଷୀ

ଛତ୍ରପୁର,୫ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଏକ କୃଷି ପ୍ରଧାନ ଜିଲା ଅଟେ। କୃଷକ ଓ ଶ୍ରମିକ ପ୍ରାୟ ୮୦% ଲୋକ କୃଷି ଉପରେ ନିର୍ଭର କରି ପରିବାର…

କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍‌ରେ ପକାଯାଉଛି ମଶାତେଲ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍‌ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍‌ରେ ମଶାତେଲ ପକାଯାଉଛି।…

କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ

ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ…

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri