ଖଣ୍ଡପଡ଼ା ସବ୍‌ଜେଲରୁ ଫେରାର କଏଦୀ ଗିରଫ

ଖଣ୍ଡପଡା,୧୪।୬(ସ୍ବ.ପ୍ର.): ନୟାଗଡ ଜିଲା ଖଣ୍ଡପଡା ସବ୍‌ଜେଲରୁ ପାଚେରି ଡେଇଁ ଫେରାର ଥିବା ଜଣେ କଏଦୀଙ୍କୁ ଫତେଗଡ଼ ଓ ଖଣ୍ଡପଡ଼ା ଥାନା ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ଫତେଗଡ଼ ଥାନା ଅନ୍ତର୍ଗତ କରବର ଗ୍ରାମ ହାତୁଆସାହିର ତପନ କୁମାର ରାଉତ(୨୭)। ଏକ ବଳାତ୍କାର ଅଭିଯୋଗରେ ଫତେଗଡ ଥାନା ପୋଲିସ ନଂ.୧୪୪/୧୯ରେ ମାମଲା ରୁଜୁ କରି ତପନଙ୍କୁ ଗିରଫ କରି ଗତ ୯ ତାରିଖରେ ଖଣ୍ଡପଡା କୋର୍ଟଚାଲାଣ କରିଥିଲା। ସେଠାରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଖଣ୍ଡପଡା ସବ୍‌ଜେଲକୁ ପଠାଇ ଦିଆଯାଇଥିଲା। ତେବେ ୧୦ ତାରିଖ ପୂର୍ବାହ୍ନ ପ୍ରାୟ ୧୧.୪୫ ସମୟରେ ମଧ୍ୟାହ୍ନ ଭୋଜନ ନିମନ୍ତେ ସମସ୍ତ କଏଦୀଙ୍କୁ ଡକାଯାଇଥିଲା ା ଇତି ମଧ୍ୟରେ ସମ୍ପୃକ୍ତ କଏଦୀ ତପନ ପାଚେରି ଡେଇଁ ଫେରାର ହୋଇଯାଇଥିଲେ। ଜେଲ କର୍ତ୍ତୃପକ୍ଷଙ୍କ ଅଭିଯୋଗକ୍ରମେ ଖଣ୍ଡପଡା ଆଇଆଇସି ବିମଳ କୁମାର ମଲ୍ଲିକ ସଦଳବଳ ୧୧ ତାରିଖ ରାତିରେ ଫତେଗଡ଼ ପୋଲିସ ସହଯୋଗରେ ତପନଙ୍କ ଘରେ ଚଢାଉ କରି ତାଙ୍କୁ ଗିରଫ କରିଥିଲେ। ତପନଙ୍କୁ ବୁଧବାର କୋର୍ଟଚାଲାଣ କରାଯାଇ ପୁନର୍ବାର ଖଣ୍ଡପଡା ସବ୍‌ଜେଲକୁ ପଠାଇ ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

‘ଯଦି ତୁମର ଲଜ୍ଜା ଅଛି, ତେବେ ହାତ ଯୋଡି ୧୪୦ କୋଟି ଜନତାଙ୍କୁ କ୍ଷମା ମାଗ’, କାହିଁକି ସୋନିଆଙ୍କୁ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୬।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ରାଜସ୍ଥାନ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ମନ୍ତବ୍ୟ ଦେଇଥିଲେ ଯେ କଂଗ୍ରେସ ଦଳର ମୁଖ୍ୟାଳୟରେ ‘ବନ୍ଦେ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri