ଖଦି ବୋର୍ଡ ପକ୍ଷରୁ ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ

ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ଖଦି ଆନ୍ଦୋଳନର ମୂଳଦୁଆ ଓଡ଼ିଶାରୁ ପଡ଼ିଥିଲା। ଆନ୍ଦୋଳନକୁ ବ୍ୟାପକ କରିବାରେ ଓଡ଼ିଶାର ପ୍ରମୁଖ ଭୂମିକା ରହିଥିଲା। ଓଡ଼ିଶା ମୋତେ ଖଦି ଶିକ୍ଷା ଦେଇଥିବା ମହାତ୍ମା ଗାନ୍ଧୀ ନିଜେ ମୁକ୍ତକଣ୍ଠରେ ସ୍ବୀକାର କରିଥିଲେ। ଓଡ଼ିଶାର ଘୋର ଦାରିଦ୍ର୍ୟ ତାଙ୍କୁ ଛୋଟ ଖଦି ପିନ୍ଧିବା ଶିଖାଇଥିଲା ବୋଲି କହିଥିଲେ। ପରବର୍ତ୍ତୀ ସମୟରେ ଗ୍ରାମ ସ୍ବରାଜ ନାମରେ ଖଦି ଆନ୍ଦୋଳନକୁ ସ୍ବାଭିମାନ ଓ ଅହିଂସା ସୂତ୍ରରେ ଗୁନ୍ଥି ଗାନ୍ଧିଜୀ ଭାରତବାସୀଙ୍କ ମନରେ ଖଦି ପ୍ରତି ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ ବୋଲି କହିଛନ୍ତି ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ। ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ପକ୍ଷରୁ ସ୍ଥାନୀୟ ଭଞ୍ଜକଳା ମଣ୍ଡପଠାରେ ଆୟୋଜିତ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ସମାରୋହରେ ଯୋଗଦେଇ ପଟ୍ଟନାୟକ ଖଦି ସହ ଓଡ଼ିଶାର ସଂପୃକ୍ତି ବିଷୟରେ କହିଥିଲେ।
ଏହି ଅବସରରେ ଜଳ ସମ୍ପଦ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ଖଦି କାର୍ଯ୍ୟକ୍ରମକୁ ଅଧିକ ଲୋକାଭିମୁଖୀ କରି ଗରିବ ବୁଣାକାରଙ୍କୁ ପ୍ରୋତ୍ସାହନ ଯୋଗାଇଦେବା ଉପରେ ଗୁରୁତ୍ୱାରୋପ କରିଥିଲେ। ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ଅଧ୍ୟକ୍ଷ ସଂଗ୍ରାମ କେଶରୀ ପାଇକରାୟ କାର୍ଯ୍ୟକ୍ରମରେ ପୌରୋହିତ୍ୟ କରି ଖଦି କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ଦିଗରେ ବୋର୍ଡ ଆଗାମୀ ଦିନରେ କାର୍ଯ୍ୟ କରିବ ବୋଲି କହିଥିଲେ। ବିଶେଷକରି ଯୁବଗୋଷ୍ଠୀଙ୍କୁ ଖଦି ପ୍ରତି ଆକୃଷ୍ଟ କରିବା ପାଇଁ ବିଶେଷ ଧ୍ୟାନ ଦିଆଯିବ ବୋଲି ସେ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓଡ଼ିଶା ଉଠା ଜଳସେଚନ ନିଗମ ଅଧ୍ୟକ୍ଷ ଅମରେଶ ପତ୍ରୀ, ମସତ୍‌ୟ ଓ ଯାଅଁଳ ଉନ୍ନୟନ ନିଗମ ଅଧ୍ୟକ୍ଷ ଅସିତ୍‌ ପଟ୍ଟନାୟକ, କ୍ଷୁଦ୍ର ଶିଳ୍ପ ନିଗମ ଅଧ୍ୟକ୍ଷ ଚିନ୍ମୟ ସାହୁ, ମହିଳା ଓ ଶିଶୁ ବିକାଶ ବିଭାଗ ଉପଦେଷ୍ଟା ସୁଲତା ଦେଓ, ବୋର୍ଡ ସଦସ୍ୟ ରବି ଲାବଣ୍ୟ ଓ ସୌଭାଗ୍ୟ ରାଉତ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ପୂର୍ବରୁ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରବନ୍ଧ ପ୍ରତିଯୋଗିତାର କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସକାଳେ ଖଦି ବୋର୍ଡ କାର୍ଯ୍ୟାଳୟ ପରିସରରେ ଥିବା ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ଖଦି ସୂତା ଓ ମାଲ୍ୟାର୍ପଣ କରାଯାଇଥିଲା। ବିଜୁ ଯୁବ ବାହିନୀର ପୂର୍ବତନ ଅଧ୍ୟକ୍ଷ ଅରୂପ ପଟ୍ଟନାୟକ, ସିଓ୍ବାଇଏସ୍‌ଡି ସଦସ୍ୟ ସଚିବ ଜଗଦାନନ୍ଦ, ଓଡ଼ିଶା ରାଜ୍ୟ ପର୍ଯ୍ୟଟନ ନିଗମ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ମହିଳା ଶିଶୁ ବିକାଶ ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଉପଦେଷ୍ଟା ସୁଲୋଚନା ଦାସ ପ୍ରମୁଖ ଏଥିରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri