ଖବରକାଗଜ ହକରଙ୍କୁ ସହାୟତା ଦେଲେ ପୂର୍ବତନ ଏମ୍‌ପି

ବାଲେଶ୍ୱର ଅଫିସ,୨୮।୪- କରୋନା ପାଇଁ ସମଗ୍ର ବିଶ୍ୱ ଏକ ଅଭାବନୀୟ ପରିସ୍ଥିତି ଦେଇ ଗତି କରୁଥିବାବେଳେ ରାଜ୍ୟରେ ମଧ୍ୟ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଏହି ସମୟରେ ଲୋକମାନଙ୍କୁ ଘରେ ରହିବା ପାଇଁ ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି। ତେବେ ପ୍ରତିଦିନ ଯେଉଁମାନେ କାମ କରି ପେଟ ପୋଷୁଥିଲେ, ରୋଜଗାର କରି ନିଜର ଜୀବିକା ନିର୍ବାହ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଏବେ ପରିସ୍ଥିତି ଦିନକୁ ଦିନ ଖରାପ ହୋଇ ପଡ଼ିଛି। ସେଭଳି ଲୋକମାନଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ବାଲେଶ୍ୱରର ପୂର୍ବତନ ଏମ୍‌ପି ଇଂ. ରବୀନ୍ଦ୍ର କୁମାର ଜେନା। ଏହି ବିପତ୍ତି ସମୟରେ ସେ  ପ୍ରତିଦିନ ଖବରକାଗଜ ବାଣ୍ଟୁଥିବା ହକରଙ୍କୁ ଓ ରେଲୱେ ଷ୍ଟେସନ ଉପରେ ନିର୍ଭର କରି ଚଳୁଥିବା ଟ୍ୟାକ୍ସି ଚାଳକଙ୍କୁ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ବଣ୍ଟନ କରିଥିଲେ। ପୂର୍ବତନ ଏମ୍‌ପିଙ୍କ ମାନସିଂବଜାର ଗୃହରେ ପ୍ରଥମେ ବଣ୍ଟନ କରାଯିବା ପରେ ଷ୍ଟେସନ ରାସ୍ତାରେ ଥିବା ଖବରକାଗଜ ବିତରକ ସଂଘର କାର୍ଯ୍ୟାଳୟରେ ସମସ୍ତଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ବଣ୍ଟନ କରାଯାଇଥିଲା। ୧୨୫ରୁ ଅଧିକ ପେପର ହକର ଓ ୩୬ ଜଣ ଟ୍ୟାକ୍ସି ଡ୍ରାଇଭରଙ୍କୁ ସାମଗ୍ରୀ ବଣ୍ଟନ କରାଯାଇଥିଲା। କାର୍ଯ୍ୟକ୍ରମରେ ହିନ୍ଦ ମଜଦୁର ସଭାର ସଭାପତି ଅରୁଣ କୁମାର ସ୍ବାଇଁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri