ଖବରଦାତାଙ୍କୁ ମଦ ବେପାରୀଙ୍କ ଆକ୍ରମଣ: ଏତଲା ପରେ ଜଣେ ଅଟକ

ପାତ୍ରପୁର,୨୧ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପାତ୍ରପୁର ବ୍ଲକର ଧରିତ୍ରୀ ଖବରଦାତା ଉମାଶଙ୍କର କରଙ୍କୁ ମଙ୍ଗଳବାର ରାତିରେ ମଦବେପାରୀ ଆକ୍ରମଣ କରିଛନ୍ତି। ଏନେଇ ଜରଡା ଥାନାରେ ଏତଲା ପରେ ନଂ.୭୩/୨୦ରେ ମାମଲା ରୁଜୁକରି ଜଣଙ୍କୁ ଅଟକ ରଖି ପୋଲିସ ତଦନ୍ତ ଚଳାଇଛି।
ପ୍ରକାଶ ଯେ, ଗତ ଶନିବାର ଉମାଶଙ୍କରଙ୍କ ନିଜଗ୍ରାମ ଗୁଣ୍ଡ୍ରାରେ ଅବକାରୀ ବିଭାଗ ଚଢାଉ କରି ଚୋରାମଦ ବିକ୍ରି କରୁଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିଥିଲା। ରବିବାର ସେ ବେଲରେ ଆସିଥିଲେ। ମଙ୍ଗଳବାର ରାତିରେ ଉକ୍ତ ବ୍ୟକ୍ତି ଓ ତାଙ୍କ ବଡଭାଇ ମଦ ବିକ୍ରି ନେଇ ଅବକାରୀ ବିଭାଗକୁ ତୁମେ ଖବର ଦେଉଛ ବୋଲି କହି ଉମାଶଙ୍କରଙ୍କୁ ଆକ୍ରମଣ କରିଥିଲେ। ତାଙ୍କ ଆଖିରେ ଗଭୀର ଆଘାତ ଲାଗିଛି। ବୁଧବାର ପାତ୍ରପୁର, ଚିକିଟି ଓ ଦିଗପହଣ୍ଡି ବ୍ଲକର ଖବରଦାତା ଗଣମାଧ୍ୟମ ପ୍ରତିନିଧିଙ୍କୁ ଏପରି ଆକ୍ରମଣର ନିନ୍ଦା କରିବା ସହ ଜରଡା ଥାନାରେ ପହଞ୍ଚତ୍ ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବି କରିଛନ୍ତି। ଜରଡା ପୋଲିସ ଗ୍ରାମରେ ଚଢାଉ କରି ଜଣଙ୍କୁ ଥାନାକୁ ନେଇ ପଚରାଉଚରା ଚଳାଇଥିବାବେଳେ ଅନ୍ୟଜଣେ ଫେରାର ଥିବା ଥାନା ଅଧିକାରୀ ମୃତ୍ୟୁଞ୍ଜୟ ସ୍ବାଇଁ କହିଛନ୍ତି। ଅନ୍ୟ ଜଣକୁ ମଧ୍ୟ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର,୨୬।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ ହେଲେ…

ଜି.ଉଦୟଗିରିରେ ମହମ୍ମଦଙ୍କ ଜୟନ୍ତୀ, ସମାଜର ଅନ୍ଧବିଶ୍ୱାସ ଦୂର କରିବା ନେଇ…

ଜି.ଉଦୟଗିରି,୨୬ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳର ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବୁଧବାର ମହମ୍ମଦଙ୍କ ଜନ୍ମଦିନ ଅବସରରେ ଶାନ୍ତି ପଦଯାତ୍ରା ଓ ଧାର୍ମିକ ସଭା…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…

ଚନ୍ଦ୍ରଗ୍ରହଣରେ ସମ୍ଭାଳିକି ରୁହନ୍ତୁ ଏହି ଗୋଟିଏ ରାଶି , ବଢ଼ିବ ମାନସିକ ଚାପ, ମାସେ ଯାଏ ଭାବିଚିନ୍ତି ନିଅନ୍ତୁ ନିଷ୍ପତ୍ତି!

ଜ୍ୟୋତିଷ ସିଦ୍ଧାନ୍ତ ଅନୁସାରେ, ଯେତେବେଳେ ବି କୌଣସି ବଡ଼ ଖଗୋଳୀୟ ଘଟଣା ଘଟେ, ସେତେବେଳେ ଏହାର ସିଧାସଳଖ ପ୍ରଭାବ ଦେଶ-ଦୁନିଆ ଏବଂ ରାଶିଗୁଡ଼ିକ ଉପରେ ପଡ଼ିଥାଏ। କିନ୍ତୁ…

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

ଛାତିରେ ହେଲା ଯନ୍ତ୍ରଣା, ଡାକ୍ତରଖାନା ନେବା ପରେ…

ଗଞ୍ଜାମ,୨୬ା୮(ବିଦ୍ୟାଧର ସାହୁ): ହୁମ୍ମା ଅଞ୍ଚଳର ଜଣେ ଧର୍ମପରାୟଣ ବ୍ୟକ୍ତିଙ୍କ ବିୟୋଗ ଘଟିଛ। ସେ ହେଲେ ହୁମା ଗୋପୀନାଥ ସାହିର ବାବାଜୀ ସାହୁ l ଜଣେ ଶାନ୍ତ ସରଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri