Posted inଖେଳ

ଖବର ଦେବାକୁ ଡରୁଛି ଓସିଏ

କଟକ ଅଫିସ,୯ା୮-ଖବର ଦେବାକୁ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ଡରୁଛି। ବୟସ ଜାଲିଆତିଠାରୁ ଆରମ୍ଭ କରି ବାରମ୍ବାର ବେନିୟମ ଓ ଦୁର୍ନୀତିର ଅଭିଯୋଗ ଯୋଗୁ ଏହାର ଅଧିକାରୀମାନେ ବୋଧହୁଏ ଖବରଦାତାଙ୍କଠାରୁ ଦୂରତା ବଜାୟ ରଖୁଛନ୍ତି। ଲୁଚାଛପାରେ ସମସ୍ତ କାର୍ଯ୍ୟ ଆଗେଇ ନେଉଛନ୍ତି, ଫଳରେ ଖେଳାଳି ଓ ଖେଳର ସ୍ବାର୍ଥ ପଛରେ ପଡ଼ିଯାଉଛି। ରାଜ୍ୟ ଦଳ ଗଠନ କରାଯିବା ନେଇ କୌଣସି ଘୋଷଣାନାମା ନ କରି ଦଳ ଚୟନ ପ୍ରକ୍ରିୟା ଆରମ୍ଭ ହୋଇସାରିଲାଣି। ଏହି ସମୟରେ ଏକ ବଡ଼ ଅଭିଯୋଗ ଉଠିଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ଆଗାମୀ ଘରୋଇ ଟୁର୍ନାମେଣ୍ଟଗୁଡ଼ିକରେ ଖବର ସଂଗ୍ରହ କରିବା କ୍ଷେତ୍ରରୁ କ୍ରୀଡ଼ା ଖବରଦାତାମାନଙ୍କୁ ବଞ୍ଚିତ ରଖିବାକୁ ଓସିଏ ଚେଷ୍ଟା କରିଛି ବୋଲି କୁହାଯାଉଛି। ଗୁରୁବାର ବିସିସିଆଇର ମିଡ଼ିଆ ଅଧିସ୍ବୀକୃତି ନିମନ୍ତେ ଫର୍ମ ପୂରଣ କରିବାର ଅନ୍ତିମ ତାରିଖ ଥିଲା। ଏ ନେଇ ଓସିଏ ପାଖରେ ବହୁ ପୂର୍ବରୁ ସୂଚନା ଥିଲେ ମଧ୍ୟ କ୍ରୀଡ଼ା ଖବରଦାତାମାନଙ୍କୁ ଦିଆଯାଇ ନ ଥିଲା। ଏଥିପାଇଁ ରାଜ୍ୟର ଅନେକ ଗଣମାଧ୍ୟମ ପକ୍ଷରୁ ଅସନ୍ତୋଷ ପ୍ରକାଶ କରାଯାଇଛି। ଓସିଏର ଅଧିକାରୀଙ୍କ ସହ ଯୋଗାଯୋଗ କରିବାରୁ ବ୍ୟସ୍ତ ବହୁଳ ସମୟ ଭିତରେ ସୂଚନା ଦିଆଯାଇ ପାରିନାହିଁ ବୋଲି ମତ ଦେଇଛନ୍ତି। ଓସିଏ କାର୍ଯ୍ୟକାରୀ କମିଟି ଅଧ୍ୟକ୍ଷ ଧୀରେନ ପଲାଇଙ୍କୁ ପଚାରିବାରୁ ସେ କହିଥିଲେ ଯେ, ବିସିସିଆଇର ମିଡିଆ କମିଟି ସହ ଆଲୋଚନା ହୋଇଛି। ଆଗାମୀ ସପ୍ତାହରେ ୩ ଦିନ ଅତିରିକ୍ତ ସମୟ ମିଡିଆ ଅଧିସ୍ବୀକୃତି ନିମନ୍ତେ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…

ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ ।…

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri