ବିଜେପୁର,୧୯।୪(ଡି.ଏନ.ଏ.)-ବରଗଡ ଜିଲା ବିଜେପୁର ବ୍ଲକ ଚାରପାଲି ପଞ୍ଚାୟତରେ ଲକ୍ ଡାଉନ ବେଳେ ନିରାଶ୍ରିତଙ୍କୁ ରନ୍ଧା ଖାଦ୍ୟ ନ ମିଳିବା ଘଟଣାର ରବିବାର ପ୍ରଶାସନିକ ତଦନ୍ତ ହୋଇଛି । ବିଡିଓ ପଦ୍ମନାଭ ସାମନ୍ତରାୟ ଚାରପାଲିକୁ ଯାଇ ଏହାର ତଦନ୍ତ କରିଥିଲେ। ସ୍ଥାନୀୟ ପଞ୍ଚାୟତ କମ୍ପ୍ଲେକ୍ସରେ ଆଶ୍ରୟ ନେଇଥିବା ବେଲେକୁମୁରାକୁ ଭେଟି ତାଙ୍କ ବିଷୟରେ ପଚାରି ବୁଝିଥିଲେ। ଲକ୍ ଡାଉନ ଶେଷ ହେବାଯାଏଁ ତାଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯିବ ବୋଲି ବିଡିଓ କହିଥିଲେ । ସୂଚନାଯୋଗ୍ୟ ଯେ, ଚାରପାଲି ପଞ୍ଚାୟତରେ କୌଣସି ଜଣେ ବ୍ୟକ୍ତିଙ୍କୁ ମଧ୍ୟ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉ ନ ଥିଲା । ଏ ନେଇ ଗଣମାଧ୍ୟମ ପ୍ରତିନିଧିଗଣ ଶନିବାର ଉକ୍ତ ଗାଁକୁ ଯାଇଥିବା ବେଳେ ସ୍ଥାନୀୟ ଲୋକେ ଏହି ନିରାଶ୍ରିତଙ୍କ ବିଷୟରେ ଅଭିଯୋଗ କରିଥିଲେ। ଫଳରେ ଧରିତ୍ରୀ ପଶ୍ଚିମ ଓଡିଶା ସଂସ୍କରଣରେ ଲକ୍ ଡାଉନ କଟକଣା: ନିରାଶ୍ରିତଙ୍କୁ ମିଳୁନି ରନ୍ଧାଖାଦ୍ୟ ଶୀର୍ଷକ ଖବର ରବିବାର ପ୍ରକାଶିତ ହୋଇଥିଲା। ଖବର ପ୍ରକାଶିତ ହେବା ପରେ ପ୍ରଶାସନ ତତ୍ପରତା ପ୍ରକାଶ କରିଥିଲା।
Posted inଆମ ଜିଲା ଖବର, ବରଗଡ଼ View All
ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ
ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…
ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…
ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…
ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…
ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା ୨୬ ନଂ…
ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ
ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…
ଏଲ୍ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…
କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…
ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…
ଲୋକକଳା ପାଇଁ ଦିନଟିଏ
ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…
ହାତୀ ଆକ୍ରମଣରେ ଜଣେ ଗୁରୁତର
ରୁପ୍ରାରୋଡ୍,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…
Archives

