ଖରାଛୁଟି ପରେ ଖୋଲିଲା ସ୍କୁଲ, ପ୍ରଥମ ଦିନରେ ଛାତ୍ରୀଛାତ୍ରଙ୍କୁ ଫୁଲଚନ୍ଦନରେ କରାଗଲା ସ୍ବାଗତ

ବ୍ରହ୍ମପୁର ଅଫିସ,୨୧ା୬: ଖରାଛୁଟି ପରେ ଶୁକ୍ରବାର ଖୋଲିଛି ସ୍କୁଲ। ପ୍ରଥମ ଦିନରେ ସ୍କୁଲଗୁଡ଼ିକରେ ପ୍ରବେଶ ଉତ୍ସବ ଆୟୋଜନ କରାଯାଇଥିଲା । ଛାତ୍ରୀଛାତ୍ରମାନେ ନିର୍ଦ୍ଦାରିତ ସମୟରେ ସ୍କୁଲରେ ପହଞ୍ଚତ୍ଥିଲେ। ଫାଟକ ପାଖରେ ଶିକ୍ଷୟିତ୍ରୀ ଶିକ୍ଷକ ଉପସ୍ଥିତ ରହି ପିଲାମାନଙ୍କୁ ଫୁଲଚନ୍ଦନ ଦେଇ ସ୍ବାଗତ କରିଥିଲେ। ବ୍ରହ୍ମପୁରସ୍ଥିତ ଭିଭି ଗିରି ବାଳିକା ଉଚ୍ଚ ବିଦ୍ୟାଳୟରେ ସ୍ବତନ୍ତ୍ର ପ୍ରବେଶ ଉତ୍ସବ ଆୟୋଜନ କରାଯାଇଥିଲା। ମୁଖ୍ୟ ଅତିଥି ଭାବେ ଜିଲା ଶିକ୍ଷା ଅଧିକାରୀ ଡ. ସନାତନ ପଣ୍ଡା ଯୋଗଦେଇଥିଲେ। ଚଳିତବର୍ଷ ପ୍ରଥମ ଥର ପାଇଁ ଗଞ୍ଜାମ ଜିଲାରେ ‘ପିଲାଟିଏ-ଗଛଟିଏ’ ଅଭିଯାନ ଆରମ୍ଭ କରାଯାଇଛି । ଏହି ଅଭିଯାନ ଅନୁଯାୟୀ, ପ୍ରତ୍ୟେକ ଛାତ୍ରୀଛାତ୍ରଙ୍କୁ ଗୋଟିଏ ଲେଖାଏଁ ଚାରା ବଣ୍ଟନ କରାଯିବ । ପିଲାମାନେ ଘରେ କିମ୍ବା ଆଖପାଖ ଅଞ୍ଚଳରେ ଲଗାଇବେ । ଜିଲା ଶିକ୍ଷା ଅଧିକାରୀ ପଣ୍ଡା କେତେକ ଛାତ୍ରୀଙ୍କୁ ଚାରା ବଣ୍ଟନ କରିବା ସହ ସେଗୁଡ଼ିକୁ ବିଦ୍ୟାଳୟ ପରିସରରେ ଲଗାଇଥିଲେ। ଏହି ଅବସରରେ ଜିଲାକୁ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ସମସ୍ତେ ଶପଥ ନେଇଥିଲେ। ରଙ୍ଗେଇଲୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାତୀ ମହାପାତ୍ର, ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସୁରେନ୍ଦ୍ର ପଣ୍ଡାଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଉପସ୍ଥିତ ଥିଲେ। ସେହିଭଳି ବ୍ରହ୍ମପୁର ସହରର କୋର୍ଟପେଟା ଶହୀଦ ଲକ୍ଷ୍ମଣ ନାୟକ ଉଚ୍ଚ ବିଦ୍ୟାଳୟ, ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ଅନ୍ୟାନ୍ୟ ବିଦ୍ୟାଳୟରେ ମଧ୍ୟ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ସେହିପରି କେତେକ ବିଦ୍ୟାଳୟରେ ଯୋଗ ଦିବସ ପାଳନ କରାଯାଇଛି। ଏ ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀ ପଣ୍ଡା କୁହନ୍ତି, ଦୁଇ ମାସ ପରେ ବିଦ୍ୟାଳୟ ଖୋଲାଯାଇଥିବାରୁ ଶିକ୍ଷୟିତ୍ରୀ ଶିକ୍ଷକ ଏବଂ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଆନନ୍ଦର ଲହରୀ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri