ଖଲ୍ଲିକୋଟର ୨ ପଞ୍ଚାୟତରେ ୧୫ ପଜିଟିଭ୍‌ : ୧୦ ଗାଁ କଣ୍ଟେନମେଣ୍ଟ, ୨୨ ଗାଁ ବଫର ଜୋନ୍‌ ଘୋଷଣା

ଛତ୍ରପୁର,୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଖଲ୍ଲିକୋଟ ବ୍ଲକର ୧୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବାଦପଲି ପଞ୍ଚାୟତରେ ୧୨ ଜଣ ଓ ଆଇତିପୁର ପଞ୍ଚାୟତରେ ୩ ଜଣ ସମୁଦାୟ ୧୫ ଜଣ ଅଛନ୍ତି। ଏହାପରେ ସଂକ୍ରମଣ ଯେପରି ଆଉ ନ ବ୍ୟାପିବ ସେଥିପାଇଁ ବ୍ଲକର ୨ଟି ପଞ୍ଚାୟତର ୧୦ଟି ଗାଁକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଏବଂ ୨୨ଟି ଗାଁକୁ ବଫର ଜୋନ୍‌ ଭାବେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଘୋଷଣା କରିଛନ୍ତି। ବ୍ଲକର ବାଦପଲ୍ଲୀ ପଞ୍ଚାୟତର ଘୋଡାପଡା, ସିଆଳିଆପାଟ, କୁରିମପୁର, ଗୁଣ୍ଡୁରିପଲ୍ଲୀ, ବଡ଼ସାନବଳା, ନୂଆପଲ୍ଲୀ, ଛକସିଂହ, ଦେବୀଝର ଏବଂ ଆଇତିପୁର ପଞ୍ଚାୟତର ବିରିପୁର ଗାଁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା ହୋଇଛି। ଏଥିସହ ଉକ୍ତ ୨ ପଞ୍ଚାୟତ ସଂଲଗ୍ନ ୨୨ଟି ଗାଁକୁ ମଧ୍ୟ ବଫର ଜୋନ ଘୋଷଣା କରାଯାଇଛି। ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ରରେ କାର୍ଯ୍ୟରତ ୧୫ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲାପାଳ ଏହିଭଳି ପଦକ୍ଷେପ ନେଇଛନ୍ତି। ଖଲ୍ଲିକୋଟର ଅତିରିକ୍ତ ତହସିଲଦାର ଜ୍ୟୋତିର୍ମୟ ଦାସଙ୍କୁ କଣ୍ଟେନମେଣ୍ଟ ଓ ବଫର ଜୋନ୍‌ର ନିର୍ବାହୀ ମାଜିଷ୍ଟ୍ରେଟ ଦାୟିତ୍ୱ ଦିଆଯାଇଛି। ଏହି ଅଞ୍ଚଳରେ ଲୋକଙ୍କୁ ବାହାରକୁ ବାହାରିବା ଓ ଯାତାୟାତକୁ ସଂପୂର୍ଣ୍ଣ ବନ୍ଦ କରାଯାଇଥିବାରୁ ସେଠାରେ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେବାକୁ ବ୍ଲକ ଉନ୍ନୟନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଉକ୍ତ ଗାଁଗୁଡିକରେ ଅଗ୍ନିଶମ ବିଭାଗ ସାନିଟାଇଜ କରିବେ ଏଥିସହ ପ୍ରତି ଘର ଘର ବୁଲି ସ୍କ୍ରିନିଂ ସହ ସ୍ବାବ ସଂଗ୍ରହ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କରାଯିବ। ପୋଲିସ ପକ୍ଷରୁ ସେଠାରେ ବେରୀକେଟିଙ୍ଗ ଓ ଚେକପୋଷ୍ଟ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri