ଖଲ୍ଲିିକୋଟ କଲେଜ ପକ୍ଷରୁ ଅନ୍‌ଲାଇନ୍‌ ଶିକ୍ଷାଦାନ : କ୍ଲାସ କଲେ ବିିିବିଏ, ଇଟିସି, ଏମ୍‌ଏଫଏ ବିଦ୍ୟାର୍ଥୀ

ବ୍ରହ୍ମପୁର ଅଫିସ,୧୮ା୪-କରୋନା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ଲକ୍‌ଡାଉନ ଘୋଷଣା ଫଳରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ଏହି ସମୟରେ ମହାବିଦ୍ୟାଳୟ ତଥା ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରୀଛାତ୍ରଙ୍କ ଶିକ୍ଷାଦାନ ପ୍ରଭାବିତ ହୋଇଛି। ଏହି ପରିପ୍ରେକ୍ଷୀରେ ମହାବିଦ୍ୟାଳୟ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଘରେ ବସି ଶିକ୍ଷାଦାନ କରିବା ନେଇ ଖଲ୍ଲିକୋଟ ସ୍ବୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି । ମହାବିଦ୍ୟାଳୟର ବିିିବିଏ, ଇଟିସି, ଏମ୍‌ଏଫଏ ବିଭାଗ ପକ୍ଷରୁ ଅନଲାଇନ୍‌ କ୍ଲାସ ଆରମ୍ଭ ହୋଇଛି । ବର୍ତ୍ତମାନ ସୁଦ୍ଧା ଉପରୋକ୍ତ ବିଭାଗରେ ଅଧ୍ୟୟନରତ ଶେଷ ବର୍ଷ ତଥା ଶେଷ ସେମିଷ୍ଟର ଛାତ୍ରୀଛାତ୍ରଙ୍କ ପାଠ୍ୟକ୍ରମ ଶେଷ ହୋଇଥିବା ବେଳେ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ରଙ୍କୁ ମଧ୍ୟ ଅନ୍‌ଲାଇନ୍‌ ମାଧ୍ୟମରେ ବିଭାଗର ଅଧ୍ୟାପକମାନେ ଶିକ୍ଷାଦାନ କରୁଥିବା ସୂଚାଯାଇଛି। ଅଧ୍ୟକ୍ଷା ପ୍ରଫେସର ଉତ୍ତମା ଜେନାଙ୍କ ତତ୍ତ୍ୱାବଧାନ ଓ ଉପାଧ୍ୟକ୍ଷ ଡ.ସିଦ୍ଧାର୍ଥ ଶଙ୍କର ପାଢୀଙ୍କ ସହଯୋଗରେ ମହାବିଦ୍ୟାଳୟ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଘର ମଧ୍ୟରେ ଅନଲାଇନ୍‌ ଶିକ୍ଷାଦାନ ବ୍ୟବସ୍ଥା କରାଯାଇଥିବା ବିଭାଗର ମୁଖ୍ୟ ରଶ୍ମିରାଜ ପାଳ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri