ଖାଁ ଖାଁ ବାଲିଗୁଡ଼ା: ଗଡୁନି ଯାନବାହନ

ବାଲିଗୁଡ଼ା,୨୨।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ରବିବାର ଜନତା କର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ବସଷ୍ଟାଣ୍ଡଠାରୁ ଆରମ୍ଭ କରି ବିଭିନ୍ନ ରାଜରାସ୍ତା ତଥା ଜନଗହଳିପୂର୍ଣ୍ଣ ସ୍ଥାନ ସବୁ ଖାଁ ଖାଁ ଶୂନ୍‌ଶାନ୍‌। କରୋନାର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ଏହି ସଚେତନତା ବାର୍ତ୍ତାକୁ ଲୋକମାନେ ମାନି ଘରୁ ବାହାରି ନ ଥିବା ବେଳେ ଦୋକାନ ବଜାର, ଗାଡ଼ିମୋଟର ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି l ବାଲିଗୁଡ଼ା ଟାଉନ ସମେତ ବାରଖମା,ସୁଡୁରା, ଖମନଖୋଲ, ଲଣ୍ଡାଗାଁ, ପରମପାଙ୍ଗା, କୁର୍ତ୍ତମଗଡ଼ ଭଳି ଜନଗହଳି ରାସ୍ତା ଆଜି ଶୂନ୍ୟ ହୋଇପଡ଼ିଛି। ବାଲିଗୁଡ଼ା ପୋଲିସ ପକ୍ଷରୁ ଥାନାଧିକାରୀ ପ୍ରଶାନ୍ତ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ ପାଟ୍ରୋଲିଂକୁ କଡ଼ାକଡ଼ି କରାଯାଇଛି। କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ ପାଇଁ ସମସ୍ତ ପ୍ରକାର ପ୍ରୟାସ ଜାରି ରଖିଛନ୍ତି l ସେହିପରି ଜନଗହଳି ନ ହେବା ସହ ୧୪୪ ଧାରାକୁ କଡ଼ାକଡ଼ି କରିବା ପାଇଁ କନ୍ଧମାଳ ଏସ୍‌ପି ପ୍ରତୀକ ସିଂଙ୍କ ନିର୍ଦ୍ଦେଶକ୍ରମେ ବାଲିଗୁଡା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ବିଭିନ୍ନ ଅଞ୍ଚଳରେ ପହଞ୍ଚି ଜନଗହଳିକୁ ପ୍ରତିହତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ଶନି-ଚନ୍ଦ୍ରଙ୍କ ସଂଯୋଗରେ ବିଷ ଯୋଗ: ସଙ୍କଟରେ ୩ ରାଶି, ପାଖରୁ ପଳାଇବ ସବୁ ଟଙ୍କା, ଚାଲିଯିବ ଚାକିରି!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ର ଓ ଶନିଙ୍କ ଯୁତିରୁ ‘ବିଷ ଯୋଗ’ ଗଠନ ହୋଇଥାଏ। ଜ୍ୟୋତିଷବିଦ୍‌ଙ୍କ ମତରେ ଏହି ଯୋଗର ପ୍ରଭାବ କିଛି ରାଶି ଉପରେ…

ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ

ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?