ଖାଁ ଖାଁ ଶ୍ରୀମନ୍ଦିର: ଏକା ଏକା ବସିଛନ୍ତି ମହାପ୍ରଭୁ, ଶ୍ରୀଅଙ୍ଗକୁ ଅଣ୍ଟୁନି ତୁଳସୀ, ଫୁଲ

ପୁରୀ ଅଫିସ,୨୨।୩: ଶ୍ରୀଜଗନ୍ନାଥ ଭକ୍ତ ବତ୍ସଳ ପୁଣି ଭାବର ଠାକୁର। ହେଲେ ଆଜି ଭକ୍ତ ନାହାନ୍ତି, ଏକା ଏକା ରତ୍ନସିଂହାନରେ ବସିଛନ୍ତି ମହାପ୍ରଭୁ। ନୀତିକାନ୍ତି ଚାଲିଛି, ସେବକମାନେ ସେବାପୂଜା କରୁଛନ୍ତି। ହେଲେ ଶ୍ରଦ୍ଧାଳୁଙ୍କ ବିନା  ଖାଁ ଖାଁ ଶ୍ରୀମନ୍ଦିର। ଆନନ୍ଦ ବଜାର ବି ଶୂନଶାନ। ନାହିଁ ଭକ୍ତଙ୍କ ଗହଳି ଚହଳି। ଆଉ ଏମିତି ଭକ୍ତ, ଭଗବାନଙ୍କ ମଧ୍ୟରେ ପାଚେରି ଠିଆ କରିଛି କରୋନା। ପ୍ରାଣଘାତି କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ଜିଲା ପ୍ରଶାସନ ନେଇଛି ଏମିତି ଏକ କଠୋର ନିଷ୍ପତ୍ତି । ଆଉ ଏହାକୁ ମାନି ନେଇଛନ୍ତି ଭକ୍ତ। ଯାଉନାହାନ୍ତି ମନ୍ଦିର। ଆଉ ଭକ୍ତଙ୍କ ଶ୍ରୀମନ୍ଦିର ପ୍ରବେଶ ଉପରେ ରହିଥିବା ଏହି କଟକଣାର ପ୍ରଭାବ ମହାପ୍ରଭୁଙ୍କଠାରେ ଦେଖିବାକୁ ମିଳୁଛି। ଏବେ ଫୁଲ ଏବଂ ତୁଳସୀର ଅଭାବ ପରିଲକ୍ଷିତ ହୋଇଛି ।

ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁମାନେ ଫୁଲ, ତୁଳସୀ ଦେଇଥାନ୍ତି। ଫଳରେ ଠାକୁରଙ୍କ ବେଶରେ ଏହା ଲାଗିଥାଏ। ପର୍ଯ୍ୟାପ୍ତ ପରିମାଣରେ ଫୁଲ, ତୁଳସୀରେ ଛାଇ ଯାଉଥିଲା ମହାପ୍ରଭୁଙ୍କ ମୁଖ। କିନ୍ତୁ ଏବେ ଏସବୁ ନିଅଣ୍ଟ ପଡୁଛି। ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ପୂରୁ ନ ଥିବାବେଳେ ପାର୍ଶ୍ୱ ଦେବଦେବୀଙ୍କ ଅବସ୍ଥା ବି ସେହିଭଳି ରହୁଛି। ଏପଟେ ମନ୍ଦିରକୁ ଯାଇ ନ ପାରି ଶ୍ରଦ୍ଧାଳୁମାନେ ବାହାରୁ ସିଂହଦ୍ୱାର ଗୁମୁଟରେ ଥିବା ପତିତପାବନଙ୍କୁ ଦର୍ଶନ କରି ଫେରୁଛନ୍ତି । ଆଉ କେହି କେହି ପତିତପାବନ ବାନାଙ୍କୁ ମୁଣ୍ଡିଆ ମାରି ଚାଲିଯାଉଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri