‘ଖାଉଟି ସାମଗ୍ରୀର ଅଭାବ ନାହିଁ’

ଭୁବନେଶ୍ୱର,୨।୪(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ପାଇଁ ଲାଗୁ କରାଯାଇଥିବା ଲକ୍‌ଡାଉନ ସତ୍ତ୍ୱେ ରାଜ୍ୟରେ ଖାଉଟି ସାମଗ୍ରୀର ଅଭାବ ନାହିଁ। ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରହିଛି ବୋଲି ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି। ମାତ୍ର ବଜାରରେ ଏବେଠାରୁ କଳାବଜାର ଆରମ୍ଭ ହୋଇଯାଇଛି ବୋଲି ସରକାରୀଭାବେ ସ୍ବୀକାର କରାଯାଇଛି। ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରୟ କରୁଥିବା ଦୋକାନୀମାନେ ପ୍ରତ୍ୟେକ ଜିନିଷକୁ ଅଧିକ ଦାମ୍‌ରେ ଦେବାରେ ଲାଗିଛନ୍ତି। ଏକଥାକୁ ଖୋଦ୍‌ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ମଧ୍ୟ ଗତ ଦୁଇଦିନ ତଳେ ସ୍ବୀକାର କରିଥିଲେ। ହେଲେ ଏବେ ସରକାର ପର୍ଯ୍ୟାପ୍ତ ପରିମାଣର ଅତ୍ୟାବଶ୍ୟକ ସାମଗ୍ରୀ ଗଚ୍ଛିତ ରହିଥିବା କଥା କହିବାପରେ କଳାବଜାରୀଙ୍କୁ ଧରିବା ନେଇ ଚର୍ଚ୍ଚା ଜୋର ଧରିଲାଣି। ଏହାସହ ସରକାର ଆହୁରି କହିଛନ୍ତି ଯେ, ରାଜ୍ୟକୁ ସମସ୍ତ ପ୍ରକାର ମାଲବାହୀ ଯାନ ବିନା ଯାଞ୍ଚରେ ଚଳପ୍ରଚଳ କରୁଛି।
ବୁଧବାର ଏକ ଖବରଦାତା ସମ୍ମିଳନୀ ଜରିଆରେ କରୋନା ପାଇଁ ଖାଉଟି ସାମଗ୍ରୀ ମହଜୁଦ ଏବଂ ପରିବହନର ସମୀକ୍ଷା ସଂକ୍ରାନ୍ତୀୟ ଉଚ୍ଚସ୍ତରୀୟ କମିଟି ଅଧ୍ୟକ୍ଷ ତଥା ଜଳ ସମ୍ପଦ ବିଭାଗ ସଚିବ ସୁରେନ୍ଦ୍ର କୁମାର କହିଛନ୍ତି, ରାଜ୍ୟରେ ଯଥେଷ୍ଟ ପରିମାଣର ଖାଉଟି ସାମଗ୍ରୀ ମହଜୁଦ ରହିଛି। ଆବଶ୍ୟକ ଅନୁଯାୟୀ ବାହାର ରାଜ୍ୟରୁ ସବୁ ସାମଗ୍ରୀ ଆମଦାନୀ ହେଉଛି। ତେଣୁ ଖାଉଟି ସମଗ୍ରୀ ପାଇଁ ରାଜ୍ୟବାସୀ ବ୍ୟସ୍ତ ଏବଂ ଆତଙ୍କିତ ହେବା ଉଚିତ ନୁହେଁ। ଖାଉଟି ସାମଗ୍ରୀ ଆମଦାନୀଠାରୁ ଆରମ୍ଭ କରି ଖୁଚୁରାରେ ବିକ୍ରି ପର୍ଯ୍ୟନ୍ତ ସରକାର ପ୍ରତ୍ୟେକଟି ବିଷୟ ଉପରେ ବିଶେଷ ଧ୍ୟାନ ଦେଉଛନ୍ତି। ରାଜ୍ୟରେ ଗୋଦାମ, ମାଲିକ, ବ୍ୟବସାୟୀ ସଂଘ, ଖୁଚୁରା ଦୋକାନୀ, ପରିବହନ ସଂସ୍ଥା ମାଲିକମାନଙ୍କ ସହ ଆଲୋଚନା କରାଯାଇ ଖାଉଟି ସାମଗ୍ରୀ ପରିବହନ ଉପରେ ସତର୍କଦୃଷ୍ଟି ରଖାଯାଇଛି। ଦୋକାନ ବଜାର ଇତ୍ୟାଦିରେ ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଅତ୍ୟାବଶ୍ୟକ ତଥା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଅଟା, ତେଲ, ଡାଲି, ଆଳୁ ଓ ପିଆଜ ଆଦି ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ରହିଛି। ଖାଉଟି ସାମଗ୍ରୀକୁ ନେଇ କାହାରିକୁ ମଧ୍ୟ ଅସୁବିଧାରେ ପଡ଼ିବାକୁ ଦିଆଯିବ ନାହିଁ ବୋଲି ସୁରେନ୍ଦ୍ର କୁମାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri