ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା: ରିଟେଲର ନିଲମ୍ବିତ

ତିହିଡ଼ି,୪।୩(ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଗୋବିନ୍ଦପୁର ପଞ୍ଚାୟତରେ ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା ଅଭିଯୋଗରେ ରିଟେଲର ମୁରଲୀଧର ମାଝୀଙ୍କୁ ଉପଜିଲାପାଳ ନିଲମ୍ବନ କରିଛନ୍ତି। ଉପଜିଲାପାଳଙ୍କ କାର୍ଯ୍ୟାଳୟ ଚିଠି ନଂ. ୫୪ ତା ୩।୩।୨୦ ରିଖରେ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି। ଏହି ନିଲମ୍ବନ ସମ୍ପର୍କରେ ବ୍ଲକ ଅଧ୍ୟକ୍ଷା ବିଦ୍ୟୁତଲତା ନାୟକ କାର୍ଯ୍ୟାଳୟ ସାମ୍ନାରେ ବସିଥିବା ଧାରଣାକାରୀଙ୍କୁ ସୂଚନା ଦେବା ପରେ ଅନଶନ ଓ ଗଣଧାରଣା ପ୍ରତ୍ୟାହୃତ ହୋଇଥିଲା।
ସୂଚନା ଥାଉକି, ଏହି ପଞ୍ଚାୟତର ସୁଲୋଚନା ମାଝୀ ନାମ୍ନୀ ଜଣେ ହିତାଧିକାରୀଙ୍କୁ ୧୨ମାସ ଧରି ଚାଉଳ ଦିଆଯାଇ ନ ଥିବା ଅଭିଯୋଗ ହୋଇଥିଲା। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ଯୋଗାଣ ଅଧିକାରୀ ଏବଂ ଯୋଗାଣ ବିଭାଗ ସ୍କ୍ବାଡ ଏହାର ତଦନ୍ତ କରି ରିପୋର୍ଟ ପ୍ରଦାନ କରିଥିଲେ। ରିପୋର୍ଟରେ ଗତବର୍ଷ ଫେବୃୟାରୀ, ମାର୍ଚ୍ଚ, ଏପ୍ରିଲ, ଜୁଲାଇ ଓ ଅଗଷ୍ଟ ମାସର ଚାଉଳ ଦିଆଯାଇ ନ ଥିବା ସମ୍ପର୍କରେ ଉଲ୍ଲେଖ କରାଯାଇଥିଲା। ଏହି ରିପୋର୍ଟ ଆଧାରରେ ରିଟେଲରଙ୍କୁ ନିଲମ୍ବିତ କରାଯାଇଛି। ତେବେ ରିଟେଲରଙ୍କ ନିଲମ୍ବନ ଦାବିରେ ମଙ୍ଗଳବାର ମଧ୍ୟାହ୍ନରୁ ପଞ୍ଚାୟତ ଭାଜପା ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ସାମ୍ନାରେ ଅନଶନ କରାଯିବା ସହ ଗଣଧାରଣା ଦିଆଯାଇଥିଲା। ଜିଲା ଉପସଭାପତି ଦୁର୍ଗାଚରଣ ନାୟକ, ରାଜ୍ୟ ଓବିସି ମୋର୍ଚ୍ଚା ଉପସଭାପତି ରଘୁନାଥ ପାତ୍ର, ପୂର୍ବତନ ସମିତିସଭ୍ୟ ମାନସ ରଞ୍ଜନ ନାୟକ, ଅନୁସୂଚିତ ଜାତି ମୋର୍ଚ୍ଚା ସଭାପତି ଶ୍ରୀଧର ତରାଇ ଓ ମଣ୍ଡଳ ସଭାପତି ରାଜାରାମ ମହକୁଡ଼ ପ୍ରମୁଖଙ୍କ ନେତୃତ୍ୱରେ ଗଣଧାରଣା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିମାନବନ୍ଦରରେ ପଦକଧାରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୨ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସଫଳ ପ୍ରଦର୍ଶନ ପରେ ଓ୍ବେଟଲିଫ୍ଟର ମୀରାବାଈ ଚାନୁ, ଲଭପ୍ରୀତ ସିଂଙ୍କ ସମେତ ଭାରତୀୟ ଖେଳାଳିଙ୍କ ପ୍ରଥମ ବ୍ୟାଚ୍‌ ରବିବାର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri