ଖାକିରେ କଳଙ୍କ: ବଳାତ୍କାର ପରେ ନାବାଳିକା ଝିଆରି ୫ ମାସର ଗର୍ଭବତୀ, ହାବିଲଦାରଙ୍କୁ ବାନ୍ଧିଲା କ୍ୟାପିଟାଲ ପୋଲିସ

ଭୁବନେଶ୍ୱର, ୫।୩(ବ୍ୟୁରୋ): ଖାକିରେ କଳଙ୍କ। ଜଣେ ହାବିଲଦାରଙ୍କ ନାମରେ ଆସିଛି ବଳାତ୍କାର ଅଭିଯୋଗ। ସେ ହେଲେ କ୍ୟାପିଟାଲ ଥାନାରେ କାର୍ଯ୍ୟରତ ହାବିଲଦାର ବିଜୟ ପେଟି । ସମ୍ପର୍କୀୟ ନାବାଳିକା ଝିଆରିଙ୍କୁ ବିଜୟ ବଳାତ୍କାର କରିଥିବା ଗୁରୁବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପରେ ତାଙ୍କୁ ଗିରଫ କରାଯାଇଛି।
ପ୍ରକାଶ ଯେ, ନାବାଳିକା ଝିଆରୀ ଶହୀଦନଗର ଥାନା ଅଞ୍ଚଳରେ ରୁହନ୍ତି। ବିଜୟଙ୍କ ସ୍ତ୍ରୀ କ୍ୟାନ୍‌ସର ରୋଗରେ ପୀଡିତ ଅଛନ୍ତି। ତେଣୁ ସେ ସ୍ତ୍ରୀଙ୍କ ସେବା କରିବା ପାଇଁ ୬ ମାସ ପୂର୍ବେ ଝିଆରୀଙ୍କୁ ନିଜ ଘରକୁ ନେଇଥିଲେ। ସେଠାରେ ସେ ତାଙ୍କୁ ନିଶା ଦେଇ ବଳାତ୍କାର କରିଥିଲେ। ଏ କଥା କାହାକୁ ନ ଜଣାଇବାକୁ ତାଙ୍କୁ ଧମକଚମକ ଦେଇଥିଲେ। ମାତ୍ର ନାବାଳିକା ଗର୍ଭବତୀ ହେବା ପରେ ସମସ୍ତ ଘଟଣା ସମ୍ମୁଖକୁ ଆସିଥିଲା। ପରିବାର ଲୋକେ ଜାଣିବା ପରେ ଥାନାରେ ଅଭିଯୋଗ କରିଛନ୍ତି। ବର୍ତ୍ତମାନ ନାବାଳିକା ୫ ମାସର ଗର୍ଭବତୀ ଥିବା ଜଣାପଡ଼ିଛି। ଅଭିଯୋଗ ପାଇ ପୋଲିସ ଏକ ମାମଲା ରୁଜୁ କରିବା ସହ ଅଭିଯୁକ୍ତ ବିଜୟଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ।…

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri