ଖାଦ୍ୟରେ ବିଛା ବାହାରିବା ଘଟଣା: ଅଙ୍ଗନୱାଡ଼ି କର୍ମୀ, ସହାୟିକାଙ୍କୁ କାରଣ ଦର୍ଶାଅ ନୋଟିସ

ଭୋଗରାଇ, ୧୬।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ମନ୍ଦାରସାହି ପଞ୍ଚାୟତ ହରିପୁର ଗ୍ରାମ ଅଙ୍ଗନୱାଡ଼ି କେନ୍ଦ୍ରରେ ଶିଶୁମାନଙ୍କୁ ଦିଆଯାଉଥିବା ଭାତରେ ମଲା ବିଛା ବାହାରିଥିବା ଅଭିଯୋଗ ହୋଇଥିଲା। ରବିବାର ଉକ୍ତ କେନ୍ଦ୍ରକୁ ଭୋଗରାଇ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଭାରତୀ ସାହୁ ଓ ସେକ୍ଟର ସୁପରଭାଇଜର ଶାନ୍ତି ହାଁସଦା ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛନ୍ତି। କାର୍ଯ୍ୟରେ ଅନିୟମିତତା କରିଥିବା ଉକ୍ତ କେନ୍ଦ୍ରର କର୍ମୀ ଓ ସହାୟିକାଙ୍କ ପତ୍ର ସଂଖ୍ୟା ୬୫୪ରେ ଗତ ତା୧୩।୧୨।୧୯ ରିଖରେ ସେଦିନର ଭତ୍ତାକୁ କଟାଯିବା ସହିତ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି।
ଉକ୍ତ ଅଙ୍ଗନୱାଡ଼ି କେନ୍ଦ୍ରରେ ଗତ ୧୩ତାରିଖରେ ଶିଶୁମାନଙ୍କୁ ରନ୍ଧା ଭାତ ଖାଇବାକୁ ଦିଆଯାଇଥିଲା। ଗ୍ରାମର ଜଣେ ଶିଶୁ ଉକ୍ତ ରନ୍ଧାଖାଦ୍ୟକୁ ଘରକୁ ନେବା ପାଇଁ ଜିଦ୍‌ କରିବାରୁ ସହାୟିକା ଏକ ଟିଫିନ୍‌ ବାକ୍ସରେ ତାଙ୍କୁ ଭାତ ଦେଇଥିଲେ। ଶିଶୁର ମା’ ଏହି ଭାତରେ ମଲା ବିଛା ପଡ଼ିଥିବା ଅପରାହ୍ନ ୪ଟାରେ ସହାୟିକାଙ୍କୁ ଗ୍ରାମ ରାସ୍ତାରେ ଦେଖାଇଥିଲେ। ଏହି ଅଭିଯୋଗ ପରେ ଗ୍ରାମରେ ଦୁଇଦିନ ଧରି ଜଟିଳ ସ୍ଥିତି ଲାଗି ରହିଥିଲା। ରନ୍ଧା ଭାତ ଖାଇଥିବା କୌଣସି ଶିଶୁ ଅସୁସ୍ଥ ନ ଥିବାରୁ ଘଟଣା ଏକ ରହସ୍ୟାବୃତ୍ତ ବୋଲି ଗ୍ରାମବାସୀ କହିଛନ୍ତି। ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଅଙ୍ଗନୱାଡ଼ି କେନ୍ଦ୍ରର କର୍ମୀ ଓ ସହାୟିକାଙ୍କୁ ଖାଦ୍ୟର ସୁରକ୍ଷା ଓ ସୁଷମ ବଣ୍ଟନ କରିବା ସହିତ କେନ୍ଦ୍ର ବାହାରକୁ ରନ୍ଧା ଖାଦ୍ୟ ନ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଘଟଣା ସମ୍ପର୍କରେ କର୍ମୀ-ସହାୟିକା, ଯାଞ୍ଚ କମିଟିର ସଦସ୍ୟ ଓ ଗ୍ରାମବାସୀଙ୍କଠାରୁ ଅବଗତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri