ଖାଦ୍ୟ ନ ଖାଇ ଧାରଣାରେ ବସିଲେ ଅନ୍ତେବାସୀ

ଚଣ୍ଡିଖୋଲ, ୧୮।୫ (ଡି.ଏନ୍‌.ଏ.): ବଡ଼ଚଣା ବ୍ଲକ ପତରାଜପୁର ପଞ୍ଚାୟତ ପତରାଜପୁର ହାଇସ୍କୁଲ ସଙ୍ଗରୋଧ ଗୃହରେ ରହୁଥିବା ପ୍ରବାସୀ ଶ୍ରମିକଙ୍କୁ ନିମ୍ନମାନର ଖାଦ୍ୟ ମିଳିବା ଓ ଅତ୍ୟାବଶ୍ୟକ ଜିନିଷ ଯୋଗାଇ ଦିଆଯାଉ ନ ଥିବା ଅଭିଯୋଗ ହୋଇଛି। ଏ ନେଇ ସୋମବାର ଉକ୍ତ କେନ୍ଦ୍ରର ୩୯ ଜଣ ଅନ୍ତେବାସୀ ଅଭିଯୋଗ କରିବା ସହ ସକାଳ ଜଳଖିଆ ନ ଖାଇ ସଙ୍ଗରୋଧ କେନ୍ଦ୍ର ପରିସରରେ ଧାରଣାରେ ବସି ରହିଥିଲେ। ସେମାନଙ୍କ ଅଭିଯୋଗ ଅନୁସାରେ, ଅତି ନିମ୍ନମାନର ଖାଦ୍ୟ ଦିଆଯାଉଥିବା ନେଇ ବାରମ୍ବାର ସରପଞ୍ଚଙ୍କୁ କହିବା ପରେ ବି ସେ ଏ ନେଇ ପଦକ୍ଷେପ ନେଉ ନାହାନ୍ତି। ଉକ୍ତ କେନ୍ଦ୍ରରେ ଅଧିକାଂଶ ମୁସଲ୍‌ମାନ ସମ୍ପ୍ରଦାୟର ରହିଥିବା ହେତୁ ସେମାନେ ରମଜାନ ମାସରେ ରୋଜା ରଖିଛନ୍ତି। ସେମାନେ ଦିନରେ ନ ଖାଇ କେବଳ ରାତ୍ରି ଭୋଜନ କରିବେ ବୋଲି ଜଣାଇଥିଲେ। ଏ ନେଇ ସେମାନଙ୍କ କେବଳ ରାତିରେ ଖାଦ୍ୟ ଦିଆଯାଉଛି। ମାତ୍ର ତାହା ମଧ୍ୟ ଅତ୍ୟନ୍ତ ନିମ୍ନମାନର। ସରପଞ୍ଚଙ୍କ ସ୍ବାମୀ ସବୁ କାର୍ଯ୍ୟରେ ହସ୍ତକ୍ଷେପ କରୁଥିବାରୁ ଖାଦ୍ୟ ନିମ୍ନମାନର ନେଇ ଅଭିଯୋଗ କଲେ, ସେ ଧମକ ଦେଉଛନ୍ତି। ଉକ୍ତ ପଞ୍ଚାୟତର ୯ ନଂ. ୱାର୍ଡ ସଭ୍ୟା ଶିବିରାର୍ଥୀଙ୍କ ଅଭିଯୋଗକୁ ମୋବାଇଲରେ ରେକର୍ଡିଂ କରୁଥିବା ବେଳେ ପଞ୍ଚାୟତ ନିର୍ବାହୀ ଅଧିକାରୀ ତାଙ୍କୁ ବାରଣ କରିବା ସହ ମୋବାଇଲ ଛଡ଼ାଇ ନେଇଥିଲେ। ଏଥିସହ ସରପଞ୍ଚଙ୍କ ସ୍ବାମୀ ଓ କାର୍ଯ୍ୟନିର୍ବାହୀ ତାଙ୍କୁ ଦୁର୍ବ୍ୟବହାର କରି ବାହାରକୁ ବାହାର କରିଦେଇଥିଲେ ବୋଲି ଓ୍ବାର୍ଡ ସଭ୍ୟା ବାଲିଚନ୍ଦ୍ରପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ଓ୍ବାର୍ଡ ସଭ୍ୟା ଶିବିରାର୍ଥୀଙ୍କୁ ପାନ, ଗୁଟ୍‌ଖା ଯୋଗାଉଥିବା ପଞ୍ଚାୟତ ନିର୍ବାହୀ ଅଧିକାରୀ ଥାନାରେ ପାଲଟା ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ବାଲିଚନ୍ଦ୍ରପୁର ଥାନାଧିକାରୀ ସୁକାନ୍ତ କୁମାର ପାତ୍ରଙ୍କୁ ପଚାରିାବରେ ଅଭିଯୋଗ ପାଇଛୁ। ତଦନ୍ତ ପରେ ମାମଲା ରୁଜୁ ହେବ। ତେବେ ଘଟଣା ସମ୍ପର୍କରେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ରସାନନ୍ଦ ଜେନାଙ୍କୁ ବାରମ୍ବାର ଯୋଗାଯୋଗ କରିଥିଲେ ମଧ୍ୟ ସେ ଫୋନ ଉଠାଇ ନ ଥିଲେ।
ସୂଚନାଥାଉ କି, ଉକ୍ତ ସଙ୍ଗରୋଧ ଗୃହ ନିର୍ମାଣରେ ବ୍ୟାପକ ଅବ୍ୟବସ୍ଥା ଯୋଗୁ ସରପଞ୍ଚଙ୍କୁ ଯାଜପୁର ଜିଲାପାଳ ଓ ବଡ଼ଚଣା ବିଡିଓ ୨ଥର କାରଣ ଦର୍ଶାଅ ନୋଟିସ୍‌ ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri