Posted inଖେଳ

ଖାଦ୍ୟ ପାଇଁ ପ୍ରଯକ୍ତାଙ୍କ ସଂଘର୍ଷ

ନୂଆଦିଲ୍ଲୀ, ୧୪।୫ (ପି.ଟି.): କୋଭିଡ୍‌-୧୯ ଯୋଗୁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଚାଲିଥିବା ବେଳେ ପୂର୍ବତନ ୟୁନିଭର୍ସିଟି ଆଥଲେଟ୍‌ ପ୍ରଯକ୍ତା ଗୋଡ଼ବୋଲେ ନିଜ ପାଇଁ ଖାଦ୍ୟ ଯୋଗାଡ଼ ଲାଗି ସଂଘର୍ଷ ଚଳାଇଛନ୍ତି। ତାଙ୍କ ପିତା ପକ୍ଷାଘାତରେ ପୀଡ଼ିତ ଥିବାବେଳେ ମା’ ଲକ୍‌ ଡାଉନ୍‌ ଯୋଗୁ ଚାକିରି ହରାଇଛନ୍ତି। ୨୪ବର୍ଷୀୟ ପ୍ରଯକ୍ତା ନାଗପୁରସ୍ଥିତ ସିରାସପେଠ୍‌ ସ୍ଲମ୍‌ରେ ନିଜ ମାତାପିତାଙ୍କ ସହ ରହୁଛନ୍ତି। ଏହି ପୂର୍ବତନ ଡିଷ୍ଟାନ୍ସ ରନର ୨୦୧୯ରେ ଇଟାଲୀରେ ଅନୁଷ୍ଠିତ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସରେ ଇଣ୍ଡିଆନ୍‌ ୟୁନିଭର୍ସିଟି ତରଫରୁ ପ୍ରତିନିଧିତ୍ୱ କରିଥିଲେ। ସେ ୧୮:୨୩.୯୨ ଟାଇମିଂରେ ରେସ୍‌ ଶେଷ କରିବାରୁ ଫାଇନାଲ ରାଉଣ୍ଡକୁ କ୍ୱାଲିଫାଏ କରିପାରି ନ ଥିଲେ। ଚଳିତ ବର୍ଷ ପ୍ରାରମ୍ଭରେ ଭୁବନେଶ୍ୱରରେ ଅନୁଷ୍ଠିତ ଟାଟା ଷ୍ଟିଲ ହାଫ୍‌ ମାରାଥନରେ ସେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ। ୨୧.୦୯୭ କିମି ଦୂରତାକୁ ସେ ୧:୩୩:୦୫ ଟାଇମିଂରେ ଶେଷ କରିଥିଲେ। ପିତା ବିଳାସ ଗୋଡ୍‌ବୋଲେ ପୂର୍ବରୁ ଜଣେ ସିକ୍ୟୁରିଟି ଗାର୍ଡ ଭାବେ କାର୍ଯ୍ୟକରୁଥିଲେ। ଏକ ଦୁର୍ଘଟଣା ପରେ ବର୍ତ୍ତମାନ ସେ ପକ୍ଷାଘାତରେ ପୀଡ଼ିତ। ପ୍ରଯକ୍ତାଙ୍କ ମା ଅରୁଣା ଏକ କ୍ୟାଟରିଂ ସର୍ଭିସ୍‌ରେ ଜଣେ ରୋଷେୟା ଭାବେ କାର୍ଯ୍ୟ କରନ୍ତି। ମାସକୁ ସେ ୫,୦୦୦ରୁ ୬,୦୦୦ ଟଙ୍କା ପର୍ଯ୍ୟନ୍ତ ଆୟ କରିଥାନ୍ତି। ତାଙ୍କର ଏହି ସୀମିତ ପରିମାଣର ଆୟରେ ୩ ଜଣିଆ ପରିବାର ଚଳେ। କିନ୍ତୁ ଲକ୍‌ଡାଉନ୍‌ ଯୋଗୁ ବିବାହ କାର୍ଯ୍ୟ ସମେତ ଭୋଜିଭାତ ବନ୍ଦ ରହିଛି। ତେଣୁ ଅରୁଣା ଏବେ ରୋଜଗାର ହରାଇଛନ୍ତି। ବର୍ତ୍ତମାନ ସ୍ଥିତିରେ ଦୁଇ ବେଳା ଖାଦ୍ୟ ଯୋଗାଡ଼ ପରିବାର ପାଇଁ କଷ୍ଟକର ହୋଇପଡ଼ିଥିବା ପ୍ରଯକ୍ତା ପ୍ରକାଶ କରିଛନ୍ତି। ଚଳିବା ପାଇଁ ଆମକୁ ଆଖପାଖ ଅଞ୍ଚଳରୁ ଚାଉଳ, ଡାଲି ଓ ଅନ୍ୟାନ୍ୟ ସାମଗ୍ରୀ ଯୋଗାଡ଼ କରିବାକୁ ପଡ଼ୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

ଭାରତର ନୂଆ କ୍ରିକେଟ୍‌ ବିସ୍ମୟ ତନ୍ମୟ: ଗୋଟିଏ ଟେଷ୍ଟରେ ୧୪ ଉଇକେଟ ନେଇ ରଚିଲେ ଇତିହାସ

ଅହମ୍ମଦାବାଦ,୯।୧୦: କ୍ରିକେଟ ପଡ଼ିଆରେ ଭାରତୀୟ ଯୁବ ସ୍ପିନର ତନ୍ମୟ ବଲୋଦାଙ୍କ କମାଲ। ଅଷ୍ଟ୍ରେଲିଆର ଅଣ୍ଡର-୧୯ ଦଳ ବିପକ୍ଷରେ ଦ୍ୱିତୀୟ ଅନୌପଚାରିକ ଟେଷ୍ଟ ମ୍ୟାଚ୍‌ରେ ନିଜର ଘାତକ ବୋଲିଂରେ…

ଇତିହାସ ବଦଳାଇବେ ଅଭିଷେକ ଶର୍ମା: କରିବେ ଏହି ବଡ଼ ବିଶ୍ୱ ରେକର୍ଡ

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ ଆଜି ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ବିସ୍ଫୋରକ…

IPL 2027 ପୂର୍ବରୁ ରିଷଭ ପନ୍ତଙ୍କୁ ବଡ଼ ଝଟ୍‌କା, ଦିଲ୍ଲୀ କ୍ୟାପିଟାଲ୍ସରେ ମିଳିବନି ଏହି ଦାୟିତ୍ୱ!

ନୂଆଦିଲ୍ଲୀ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବା ପରେ ରିଷଭ ପନ୍ତଙ୍କ ବ୍ୟାଟିଂ ପୋଜିସନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। IPL 2027ରେ ପନ୍ତଙ୍କୁ ଟପ୍ ଅର୍ଡରରେ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?