Posted inଜାତୀୟ

ଖାଦ୍ୟ ପାଇଁ ସଂଗ୍ରାମ: କର୍ବେଟ ଅଭୟାରଣ୍ୟରେ ବଢୁଛି ହାତୀ-ବାଘ ମୁହାଁମୁହିଁ ଘଟଣା

ଡେରାଡୁନ୍‌,୯।୬: ଉତ୍ତରାଖଣ୍ଡରେ ଥିବା କର୍ବେଟ ଅଭୟାରଣ୍ୟରେ ହାତୀ-ବାଘ ମୁହାଁମୁହିଁ ଘଟଣା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ୨୦୧୪ଠାରୁ ୨୦୧୯ ପର୍ଯ୍ୟନ୍ତ ଗତ ୫ ବର୍ଷରେ ଏଠାରେ ୨୧ ହାତୀଙ୍କ ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ୧୩ ହାତୀଙ୍କୁ ବାଘ ଶିକାର କରିଥିବା ବନ ଅଧିକାରୀ ସୂଚନା ଦେଇଛନ୍ତି। ଶିକାର ହୋଇଥିବା ହାତୀଙ୍କ ମଧ୍ୟରେ ୮ ପିଲା ହାତୀ ଅଛନ୍ତି। ଖାଦ୍ୟ ପାଇଁ ସଂଗ୍ରାମରେ ଏବେ ବାଘ ହରିଣ ଶିକାର ତୁଳନାରେ ହାତୀ ଶିକାର କରିବାକୁ ବେଶି ପସନ୍ଦ କରୁଥିବା କର୍ବେଟ ଅଭୟାରଣ୍ୟ ନିର୍ଦ୍ଦେଶକ ସଞ୍ଜିବ ଚତୁର୍ବେଦୀ ପ୍ରକାଶ କରିଛନ୍ତି। ଏହି ସମୟ ମଧ୍ୟରେ ଏଠାରେ ୩୬ ହାତୀ, ବାଘ ତଥା ଚିତାବାଘଙ୍କ ମୃତ୍ୟୁ ଘଟିଛି। ଏହା ମୁଖ୍ୟତଃ ଲଢ଼େଇ ଯୋଗୁ ହୋଇଥିବା କୁହାଯାଉଛି। ୫ ବର୍ଷ ମଧ୍ୟରେ ଏଠାରେ ୯ ବାଘଙ୍କ ମୃତ୍ୟୁ ହୋଇଛି। ସେଥିମଧ୍ୟରୁ ମିଳିନ ଋତୁ ଲଢ଼େଇରେ ୭ ବାଘଙ୍କ ମୃତ୍ୟୁ ଘଟିଥିବାବେଳେ ଜଙ୍ଗଲୀ ବାର୍‌ହା ଏବଂ ସିଂହ ଆକ୍ରମଣରେ ୨ ବାଘଙ୍କ ଜୀବନ ଯାଇଛି। ଅପରପକ୍ଷରେ ଏହି ସମୟ ମଧ୍ୟରେ ୬ ଚିତାବାଘଙ୍କ ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ୨ଙ୍କୁ ବାଘ ମାରିଥିବାବେଳେ ପରସ୍ପର ମଧ୍ୟରେ ଲଢ଼େଇ କରି ୨ ଚିତାବାଘ ମରିଥିବା କୁହାଯାଉଛି। ସେହିପରି ୨ ଚିତାବାଘଙ୍କ ମୃତ୍ୟୁର କାରଣ ଜଣାପଡ଼ି ନ ଥିବା ନିର୍ଦ୍ଦେଶକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri