ଖାଦ୍ୟ, ପାଣି ଆଶାରେ ଗାଁ ମୁହାଁ ବନ୍ୟଜନ୍ତୁ: ଉଦ୍ଧାର ହରିଣକୁ ଜଙ୍ଗଲରେ ଛାଡ଼ିଲା ଅସ୍ତରଙ୍ଗ ବନବିଭାଗ

କାକଟପୁର,୧୯।୬(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ବଡ଼ ସିରେଇ ଗ୍ରାମରୁ ଅସ୍ତରଙ୍ଗ ବନବିଭାଗ ବୁଧବାର ମଧ୍ୟାହ୍ନରେ ଏକ ହରିଣକୁ ଉଦ୍ଧାର କରି ମୁହାଁଣ ମୁହଁ ଜଙ୍ଗଲରେ ଛାଡ଼ିଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ଖାଦ୍ୟ ଓ ପାଣି ଆଶାରେ ମଙ୍ଗଳବାର ରାତିରେ କେତୋଟି ହରିଣ ଜଙ୍ଗଲରୁ ବଡ଼ ସିରେଇ ଗ୍ରାମରେ ପ୍ରବେଶ କରିଥିଲେ। ସେମାନଙ୍କୁ କୁକୁରମାନେ କାମୁଡ଼ିବାକୁ ଗୋଡ଼ାଇବାରୁ ହରିଣମାନେ ଜଙ୍ଗଲକୁ ଦୌଡ଼ି ପଳାଇଥିଲେ। ମାତ୍ର ଗୋଟିଏ ଅଣ୍ଡିରା ହରିଣ ଜଣଙ୍କ ଘରେ ପଶି ଯାଇଥିଲା। ଗ୍ରାମବାସୀମାନେ ତାକୁ ଧରି ବନବିଭାଗକୁ ଖବର ଦେଇଥିଲେ। ସ୍ଥାନୀୟ ବନପାଳ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କଠାରୁ ହରିଣକୁ ଉଦ୍ଧାର କରି ନେଇ ଦେବୀ ମୁହାଁଣ ମୁହଁ ଜଙ୍ଗଲରେ ଛାଡ଼ିଥିଲେ।

ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଗ୍ରୀଷ୍ମପ୍ରବାହ ଲାଗି ରହିଥିବା ବେଳେ ଅସ୍ତରଙ୍ଗ ଉପକୂଳ ଜଙ୍ଗଲରେ ବନ୍ୟଜନ୍ତୁମାନଙ୍କ ଲାଗି ଖାଦ୍ୟ ଓ ପାନୀୟ ଜଳର ସୁ-ବ୍ୟବସ୍ଥା କରାଯାଇ ନ ଥିବାରୁ ବିଭିନ୍ନ ସମୟରେ ହରିଣମାନେ ବାଧ୍ୟ ହୋଇ ଗାଁ ମୁହାଁ ହେଉଥିବା ସାମାଜିକ କର୍ମୀ ବିଚିତ୍ରାନନ୍ଦ ବିଶ୍ୱାଳ ପ୍ରକାଶ କରିଛନ୍ତି। ଏଥିପ୍ରତି ଦୃଷ୍ଟିଦେଇ ବନବିଭାଗ ପକ୍ଷରୁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri