ଖାଦ୍ୟ ବ୍ୟାଗ କାନ୍ଧେଇ ଦେଢ କି.ମି. ଚାଲିଲେ ସରପଞ୍ଚ

ଖଇରା, ୩୧।୫(ଡି.ଏନ.ଏ)-କରୋନା ମୁକାବିଲା ଲାଗି ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରାଯାଇଛି। ପ୍ରବାସରୁ ଫେରି ପଞ୍ଚାୟତ ସଙ୍ଗରୋଧରେ ରହୁଥିବା ଲୋକଙ୍କୁ ରହିବା, ଖାଇବା, ପିଇବା ବ୍ୟବସ୍ଥା ସରପଞ୍ଚଙ୍କ ଉପରେ ନ୍ୟସ୍ତ ରହିଛି। ବାଲେଶ୍ୱର ଜିଲା ଖଇରା ବ୍ଲକ ମହତୀପୁର ପଞ୍ଚାୟତ ସରପଞ୍ଚ ସଞ୍ଜୟ କୁମାର ସେଠୀ ରାସ୍ତା ଅବସ୍ଥା ଠିକ୍‌ ନ ଥିବାରୁ ନିଜେ ଖାଦ୍ୟବ୍ୟାଗକୁ କାନ୍ଧେଇ ଦେଢ କି.ମି. ବିଲରେ ପଶି ସଙ୍ଗରୋଧ କେନ୍ଦ୍ରରେ ପହଞ୍ଚାଇବା ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି। ମହତୀପୁର ପଞ୍ଚାୟତ ଚକମହାସମପୁର ଗ୍ରାମକୁ ସଂଯୋଗ କରୁଥିବା ସଡକ ଏବେ ଅଧାପନ୍ତରିଆ ଅବସ୍ଥାରେ ରହିଛି। ଗୁରୁବାର ରାତିରେ ବର୍ଷା ହେବା ପରେ ମାଟି ରାସ୍ତାର ଅବସ୍ଥା ଅତ୍ୟନ୍ତ କଦର୍ଯ୍ୟ ହୋଇପଡିଛି। ଶୁକ୍ରବାର ପୂର୍ବାହ୍ନରେ ମହତୀପୁର ଗ୍ରାମ ନିକଟରେ ପ୍ରସ୍ତୁତ ରନ୍ଧାଖାଦ୍ୟକୁ ଚକମହାସମପୁର-କଲରାପାଳ ଗ୍ରାମର ପ୍ରାଥମିକ ସ୍କୁଲରେ ଚାଲିଥିବା ସଙ୍ଗରୋଧ କେନ୍ଦ୍ରରେ ଖାଦ୍ୟ ପହଞ୍ଚାଇବା ଅତ୍ୟନ୍ତ ଜରୁରୀ ଥିଲା। ଏହି ୨ କି.ମି. ରାସ୍ତାରେ ସାଇକେଲ କିମ୍ବା ମୋଟରସାଇକେଲ ଯାଉ ନ ଥିବାରୁ କେହି କେନ୍ଦ୍ରକୁ ଖାଦ୍ୟ ନେବାକୁ ରାଜି ହୋଇ ନ ଥିଲେ। ଶେଷରେ ନିଜେ ସରପଞ୍ଚ ସେଠୀ କାନ୍ଧରେ ଖାଦ୍ୟ ପ୍ୟାକେଟ ଭର୍ତ୍ତି ବ୍ୟାଗ ମୁଣ୍ଡାଇ ଦେଢ କି.ମି. ବିଲ ରାସ୍ତାରେ ଚାଲି ଚାଲି ସଙ୍ଗରୋଧ କେନ୍ଦ୍ରରେ ପହଞ୍ଚାଇଛନ୍ତି। ତେବେ ସଙ୍ଗରୋଧ କେନ୍ଦ୍ରରେ ଖାଦ୍ୟ ପହଞ୍ଚାଇବା ତାଙ୍କର ପ୍ରଥମ କର୍ତ୍ତବ୍ୟ ଥିଲା ବୋଲି ସେଠୀ କହିିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri