ଖାମେନେଇଙ୍କ ପାଇଁ ପ୍ରାର୍ଥନାରେ ଯୋଗଦେଲେ ଇରାନର ସବୁ ଶୀର୍ଷ ଅଧିକାରୀ

ତେହରାନ,୬ା୭: ଇରାନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର ପ୍ରାର୍ଥନା ରବିବାର ରାଜଧାନୀ ତେହରାନ୍‌ରେ ଅନୁଷ୍ଠିତ ହୋଇଥିବାବେଳେ ସେଥିରେ ଦେଶର ସମସ୍ତ ଶୀର୍ଷ ଅଧିକାରୀ ଓ ଖାମେନେଇଙ୍କ ୩ ପୁଅ ଉପସ୍ଥିତ ଥିଲେ। ତେବେ ତାଙ୍କ ଉତ୍ତରାଧିକାରୀ ତଥା ନୂଆ ସୁପ୍ରିମ ଲିଡର ମୋଜତାବା ଖାମେନେଇ ବାପାଙ୍କ ଶେଷକୃତ୍ୟ ପ୍ରାର୍ଥନାରେ ଅନୁପସ୍ଥିତ ଥିବା ଦେଖାଯାଇଛି। ଖାମେନେଇଙ୍କ ଶେଷକୃତ୍ୟ ସ୍ଥଳରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ହତ୍ୟା ପାଇଁ ଆହ୍ବାନ ଦିଆଯାଇଥିଲା। ଯୁଦ୍ଧ ବିପଦ ଦୂର ହୋଇ ନ ଥିବାବେଳେ ତେହରାନ୍‌ରେ ଅନେକ ଲକ୍ଷ ଲୋକଙ୍କ ଆଗରେ ଖାମେନେଇଙ୍କ ୩ ପୁଅ ଓ ଶୀର୍ଷ ଅଧିକାରୀମାନଙ୍କ ଉପସ୍ଥିତି ଅକଳ୍ପନୀୟ ଥିଲା। ସୂଚନାଯୋଗ୍ୟ, ଫେବୃଆରୀ ୨୮ରେ ଆମେରିକା ଓ ଇସ୍ରାଏଲ୍‌ର ମିଳିତ ଏୟାରଷ୍ଟ୍ରାଇକ୍‌ରେ ସୁପ୍ରିମ ଲିଡର ଖାମେନେଇ ଓ ତାଙ୍କ ପରିବାରର କେତେଜଣ ସଦସ୍ୟ ଓ ଅନ୍ୟ ଅଧିକାରୀମାନେ ନିହତ ହୋଇଥିଲେ। ଯୁଦ୍ଧ ସମୟରେ ସର୍ବସାଧାରଣରେ ଉପସ୍ଥିତ ଅନ୍ୟ ନେତାମାନଙ୍କୁ ମଧ୍ୟ ଇସ୍ରାଏଲ ଟାର୍ଗେଟ କରିଥିଲା। ଏହା ସତ୍ତ୍ୱେ ରବିବାର ତେହରାନ୍‌ରେ ସବୁ ଶୀର୍ଷ ନେତା ଏକାଠି ହୋଇଥିଲେ ମଧ୍ୟ ନୂଆ ସୁପ୍ରିମ ଲିଡର ମୋଜତାବାଙ୍କ ଦେଖା ମିଳି ନ ଥିଲା। ଫେବୃଆରୀ ୨୮ ଆକ୍ରମଣରେ ଆହତ ହୋଇଥିବା ମୋଜତାବା ନିଜକୁ ଲୁଚାଇ ରଖିଥିବା ବିଶ୍ୱାସ କରାଯାଉଛି। ୯୭ ବର୍ଷୀୟ ଶିଆ ମୌଲବୀ ଆୟାତୋଲ୍ଲା ଜାଫର ସୋଭାନି ତେହରାନ୍‌ର ଗ୍ରାଣ୍ଡ ମୋସାଲ୍ଲାଠାରେ ଖାମେନେଇଙ୍କ ପ୍ରାର୍ଥନା ସଭାର ନେତୃତ୍ୱ ନେଇଥିଲେ। ଖାମେନେଇଙ୍କ ପୁଅ ମାସୁଦ, ମେସାମ ଓ ମୋସ୍ତାଫଙ୍କୁ ଯୁଦ୍ଧ ଆରମ୍ଭରୁ ପ୍ରଥମ ଥର ପାଇଁ ଦେଖିବାକୁ ମିଳିଥିଲା। ସେହିପରି ଯୁଦ୍ଧ ପରଠାରୁ ସର୍ବସାଧାରଣରୁ ଦୂରେଇ ରହିଥିବା ରିଭଲ୍ୟୁଶନାରି ଗାର୍ଡ ମୁଖ୍ୟ ଜେନେରାଲ ଅହମଦ ଭାହିଦି ଗୁରୁବାର ପ୍ରଥମ ଥର ଦେଖାଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ପଦାଙ୍କ ଅନୁସରଣ କଲେ ଯୋଗୀ! ଇନଷ୍ଟାଗ୍ରାମରେ ରିଲ ପୋଷ୍ଟ କରି କହିଲେ…

ଲକ୍ଷ୍ନୌ,୩।୯: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ପୋଷ୍ଟ କରିଛନ୍ତି। ଏହି ସେଲଫି-ଶୈଳୀର ରିଲ୍ସରେ ବାବା ନୀବ କରୋରିଙ୍କ ପବିତ୍ର ଭୂମି…

ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ

ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ…

ରତ୍ନେଶ୍ଵରୀ ମନ୍ଦିର ଭିତରେ ଗର୍ଜନ କରୁଥିବା ବିରାଟ ଅହିରାଜ! ଲୋକେ ଛାନିଆ, ବନବିଭାଗ ପହଞ୍ଚି…

ଦିଗପହଣ୍ଡି/ଚିକିଟି,୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ମା ‘ ରତ୍ନେଶ୍ଵରୀ ମନ୍ଦିରରୁ କିଙ୍ଗକୋବ୍ରା ଉଦ୍ଧାର କରାଯାଇଛି ।…

ମଝି ଆକାଶରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ପାଇଲଟ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୩।୯: ଦୋହାରୁ ବେଙ୍ଗାଲୁରୁ ଯାଉଥିବା ଇଣ୍ଡିଗୋ ବିମାନ 6E 1302 ଗୁରୁବାର ମସ୍କଟରେ ସୁରକ୍ଷିତ ଜରୁରୀକାଳୀନ ଅବତରଣ କରିଛି। ଯାତ୍ରା ସମୟରେ ପାଇଲଟ ହଠାତ୍‌ ଅସୁସ୍ଥ ହୋଇପଡ଼ିବା…

ଗଞ୍ଜେଇ ଚୋରା ଚାଲାଣ ମାମଲା: ଅହମ୍ମଦାବାଦରୁ ଆସି ଗାଁରେ ଲୁଚିଥିଲେ ଅଭିଯୁକ୍ତ, ପୋଲିସ ପହଞ୍ଚି…

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପି.ଜଗନ୍ନାଥପୁର ଗ୍ରାମର କବିରାଜ ସ୍ବାଇଁଙ୍କ ପୁଅ ଜିତୁ ଓରଫ ଜିତେନ୍ଦ୍ର କୁମାର (୪୦)ଙ୍କୁ ଗୁଜରାଟର ଅହମ୍ମଦାବାଦସ୍ଥିତ କ୍ରାଇମବ୍ରାଞ୍ଚ…

ଧରିତ୍ରୀ ପ୍ରଭାବ; ଅଙ୍ଗନବାଡ଼ିରେ ପିଲାଙ୍କୁ ମିଳୁ ନଥିଲା ରନ୍ଧାଖାଦ୍ୟ, ଜିଲା ପ୍ରଶାସନର ଯାଞ୍ଚ ପରେ ଅଣ୍ଡା…

ଉଦଳା,୩।୯(ସନ୍ତୋଷ ବାଛିନୀ): ଖବର ପ୍ରସାରଣ ପରେ ଆକ୍ସନ ମୋଡରେ ଜିଲା ପ୍ରଶାସନ । ନିଜେ ତଦନ୍ତ କରିବା ପରେ ଅଙ୍ଗନବାଡିରେ ଆରମ୍ଭ ହେଲା ରୋଷେଇ । ଶିଶୁଙ୍କୁ…

ରିଲିଫ ନେଇ ଫେରୁଥିବା ବେଳେ ଛାତ୍ରଙ୍କ ମୁଣ୍ଡରେ ପଡ଼ିଗଲା ନଡ଼ିଆ, ତାପରେ….

ବାରିପଦା,୨।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହର ମଧୁବନ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗଛରୁ ନଡ଼ିଆ ଖସି ଜଣେ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ବୟଫ୍ରେଣ୍ଡଙ୍କୁ ମିଳିଲା ଜାମିନ

କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍‌): ବହୁ ଚର୍ଚ୍ଚିତ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ ଭୀମସେନ ପ୍ରସାଦ ଟୁଡୁଙ୍କୁ ହାଇକୋର୍ଟରୁ ସର୍ତ୍ତ ମୂଳକ ଜାମିନ ମିଳିଛି। ୫୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri