Posted inଖେଳ

ଖାଲି ଷ୍ଟାଡିୟମ ଷ୍ଟୋକ୍ସଙ୍କ ପ୍ରଦର୍ଶନକୁ ପ୍ରଭାବିତ କରିବ

ଲଣ୍ଡନ, ୮ା୬ (ପି.ଟି.)-କୋଭିଡ୍‌-୧୯ ମହାମାରୀ ଯୋଗୁ ଯଦି ଅନ୍ତର୍ଜାତୀୟ କ୍ରିକେଟ ଖାଲି ଷ୍ଟାଡିୟମରେ ଖେଳାଯାଏ ତେବେ ଏହା ବିଶ୍ୱକପ୍‌ ବିଜୟୀ ଅଲ୍‌ରାଉଣ୍ଡର ବେନ୍‌ ଷ୍ଟୋକ୍ସଙ୍କ ପ୍ରଦର୍ଶନ ଉପରେ ପ୍ରଭାବ ପକାଇପାରେ ବୋଲି କହିଛନ୍ତି ପୂର୍ବତନ ଇଂଲଣ୍ଡ ଫାଷ୍ଟ ବୋଲର ଡାରେନ ଗଫ୍‌। ଇଂଲଣ୍ଡ ଜୁଲାଇରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ଏହା ଜୈବ-ସୁରକ୍ଷିତ ପରିବେଶ ମଧ୍ୟରେ ଅନୁଷ୍ଠିତ ହେବ। ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ଗୁଡ଼ିକରେ ଷ୍ଟୋକ୍ସ ସବୁବେଳେ ଭଲ ପ୍ରଦର୍ଶନ କରି ଆସିଛନ୍ତି। କରୋନାଭାଇରସ ଯୋଗୁ ସମଗ୍ର ବିଶ୍ୱରେ ଏକ ଭିନ୍ନ ପରିବେଶ ସୃଷ୍ଟି ହୋଇଛି। ପୁଣି ବିନା ଦର୍ଶକରେ ଷ୍ଟୋକ୍ସଙ୍କ ଭଳି ବ୍ୟାଟ୍ସମ୍ୟାନଙ୍କ ପ୍ରଦର୍ଶନ କିପରି ରହୁଛି ତାହା ଲକ୍ଷ୍ୟ କରିବାର କଥା। କିନ୍ତୁ ମୁଁ ଭାବୁଛି ଏହା ତାଙ୍କ ପ୍ରଦର୍ଶନକୁ ସାମାନ୍ୟ ପ୍ରଭାବିତ କରିପାରେ। ଇଂଲଣ୍ଡ ତରଫରୁ ୫୮ ଟେଷ୍ଟ ଏବଂ ୧୫୯ ଅନ୍ତର୍ଜାତୀୟ ଦିନିକିଆ ଖେଳିଥିବା ଗଫ୍‌ କହିଛନ୍ତି ପଡ଼ିଆରେ ବିନା ଦର୍ଶକରେ ବିଭିନ୍ନ ଖେଳାଳିଙ୍କ ପ୍ରତିକ୍ରିୟା କ’ଣ ରହୁଛି ତାହା ଉପରେ ମଧ୍ୟ ସମସ୍ତଙ୍କ ନଜର ରହିବ। ବହୁ ଖେଳାଳି ଦର୍ଶକଭରା ଷ୍ଟାଡିୟମରେ ଅଧିକ ଭଲ ପ୍ରଦର୍ଶନ କରିବାକୁ ଚେଷ୍ଟା କରିଥାନ୍ତି। ଅଳ୍ପ କେତେଜଣ ଖେଳାଳି ଅଛନ୍ତି ସେମାନଙ୍କ ପାଇଁ ଦର୍ଶକ ଉପସ୍ଥିତି ଫରକ ପଡ଼େନି। ଯେକୌଣସି ପରିସ୍ଥିତିରେ ସେମାନଙ୍କ ପ୍ରଦର୍ଶନ ସ୍ବାଭାବିକ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ ବୁଲା କୁକୁର ଆତଙ୍କ, ଯାହାକୁ ଦେଖୁଛି….

ଦେବଗଡ,୨୧ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସହରରେ କୁକୁର ଆତଙ୍କ । ବୁଲା କୁକୁର ଲୋକଙ୍କୁ ଗୋଡାଇ ଗୋଡାଇ କାମୁଡୁଥିବା ନେଇ ଅଭିଯୋଗ ହୋଇଛି । ଛୋଟ ଛୁଆଠୁ…

କୁକୁରକୁ ବାଡ଼େଇବାରୁ ଭାଙ୍ଗିଗଲା ବାହାଘର: ଜାଣନ୍ତୁ ରୋଚକ ଘଟଣା

ଲକ୍ଷ୍ନୌ,୨୧ା୨:କନ୍ୟା ଓ ବରପକ୍ଷ ମଧ୍ୟରେ ବିଭିନ୍ନ କାରଣକୁ ନେଇ ବିବାଦ ହେବା ପରେ ବାହାଘର ଭାଙ୍ଗିଯିବାର ନଜିର ରହିଛି। କିନ୍ତୁ ଉତ୍ତରପ୍ରଦେଶରେ ଏକ ସଦ୍ୟତମ ଘଟଣାରେ ଯେଉଁ…

ଆଜିଠୁ ସୁପର-୮ ପର୍ଯ୍ୟାୟ: ନ୍ୟୁଜିଲାଣ୍ଡକୁ ଭେଟିବ ପାକିସ୍ତାନ

କଲମ୍ବୋ, ୨୧ା୨:ଚଳିତ ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ଶନିବାର ଆରମ୍ଭ ହେବ। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ପରସ୍ପରର ସମ୍ମୁଖୀନ ହେବେ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ। ନ୍ୟୁଜିଲାଣ୍ଡ…

ଫେବୃଆରୀ ୨୮ ସୁଦ୍ଧା ଧାନ ନ ଉଠିଲେ ଆନ୍ଦୋଳନ: ଧମକ ଦେଲେ ଚାଷୀ

ପଦ୍ମପୁର,୨୧ା୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୩ ମାସ ବିତିଯାଇଛି। ମାତ୍ର ଏବେ ବି ଚାଷୀ ମଣ୍ଡିରେ ଡେରାପକାଇ ସେମାନଙ୍କ ଧାନ କେବେ ଉଠିବ ସେହି ଚିନ୍ତାରେ…

ଆଗ ଥଇଥାନ, ପରେ ଉଚ୍ଛେଦ: ଜବରଦଖଲ ଉଚ୍ଛେଦକୁ ନେଇ ବଢିଲା ଅସନ୍ତୋଷ

ବରଗଡ଼,୨୧।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅଧୀନ ବିଭିନ୍ନ ୱାର୍ଡରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଏହି ଉଚ୍ଛେଦ ପ୍ରକ୍ରିୟାରେ ବଡ଼ବଡ଼ିଆଙ୍କଠାରୁ ଅଧୀକ ଗରିବ ଶ୍ରେଣୀର ଲୋକେ…

ଖୋଲା ଦେହରେ ଯୁବ କଂଗ୍ରେସର ବିକ୍ଷୋଭ

ନୂଆଦିଲ୍ଲୀ,୨୧ା୨: ଦିଲ୍ଲୀ ଭାରତ ମଣ୍ଡପମ୍‌ଠାରେ ଚାଲିଥିବା ଇଣ୍ଡିଆ ଏଆଇ ସମିଟ୍‌ ସ୍ଥଳରେ ଶୁକ୍ରବାର ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି । ଶନିବାର ଏହି ସମିଟ୍‌ର ଶେଷ…

ଝିଅର ଟିକ୍‌ଟକ୍‌ ନିଶା, ୫୧ ଲକ୍ଷର ବିଲ୍‌ ଗଣିଲେ ଦମ୍ପତି

ଲଣ୍ଡନ,୨୧।୨: ମୋବାଇଲ ଫୋନ୍‌ରେ ଟିକ୍‌ଟକ୍‌ ଦେଖିବାକୁ ୫୧ ଲକ୍ଷ ଟଙ୍କାର ବିଲ୍‌ ଭରିବା କଥା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବେ। ଏଭଳି କଥା ଆଶ୍ଚର୍ଯ୍ୟ ଲାଗୁ ଥିଲେ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri