ଖାଲି ହେଲା ଆମ୍ବ ବଜାର: ୩ ଦିନରେ ୪ ହଜାର କୁଇଣ୍ଟାଲ ଆମ୍ବ ନଷ୍ଟ 

ବ୍ରହ୍ମପୁର ଅଫିସ,୧୫ା୫-ବ୍ରହ୍ମପୁର ମହାନଗର ନିଗମ ନିର୍ଦ୍ଦେଶରେ ଅନ୍ଧପସରା ରୋଡ ନିକଟସ୍ଥ ଆମ୍ବ ବଜାର ଗୁରୁବାର ଖାଲି କରାଯାଇଛି। ବିଏମ୍‌ସିର ନିର୍ଦ୍ଦେଶ ପ୍ରକାରେ ଭୋର ୪ଟାରୁ ଅପରାହ୍ନ ୧ଟା ମଧ୍ୟରେ ବ୍ୟବସାୟୀମାନେ ମାର୍କେଟରେ ଥିବା ସମସ୍ତ ଆମ୍ବ ଖାଲି କରିଛନ୍ତି ା କିନ୍ତୁ ୩ ଦିନ ମାର୍କେଟ ବନ୍ଦ ଯୋଗୁ ୪ହଜାର କୁଇଣ୍ଟାଲ ଆମ୍ବ ନଷ୍ଟ ହେବାରୁ କୋଟିଏ ଟଙ୍କାର କ୍ଷତି ସହିଥିବା ବ୍ୟବସାୟୀମାନେ କହିଛନ୍ତି ା ଆମ୍ବ ପାଚିବାକୁ ୪୮ ଘଣ୍ଟା ସମୟ ଆବଶ୍ୟକ ରହିଥିବା ବେଳେ ଏହାଠାରୁ ଅଧିକ ସମୟ ରହିବା ଯୋଗୁ ପ୍ରାୟ ୪ ହଜାର କୁଇଣ୍ଟାଲ ଆମ୍ବ ପଚି ନଷ୍ଟ ହୋଇ ଯାଇଥିବା ବ୍ୟବସାୟୀମାନେ କହିଛନ୍ତି। ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ ଅଭିଯୋଗରେ ସୋମବାରଠାରୁ ବିଏମ୍‌ସି ପକ୍ଷରୁ ମାର୍କେଟ ବନ୍ଦ କରାଯାଇଥିଲା ା ଫଳରେ ବ୍ୟବସାୟୀଙ୍କୁ କ୍ଷତି ସହିବାକୁ ପଡିଥିବା ସଂଘ ସମ୍ପାଦକ ପ୍ରକାଶ ଚନ୍ଦ୍ର ଗୌଡ କହିଛନ୍ତି ା ସାମାଜିକ ଦୂରତ୍ୱ ନିୟମ ପାଳନ ସହ ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା ସମସ୍ତ ନିୟମାବଳୀ ପାଳନ କରିବା ନେଇ ବ୍ୟବସାୟୀମାନେ ସମ୍ମତି ପ୍ରକାଶ କରିବା ସହ ମାର୍କେଟ ଖୋଲିବାକୁ ଅନୁମତି ଦେବାକୁ ପ୍ରଶାସନ ଓ ବିଏମ୍‌ସି କମିଶନରଙ୍କୁ ନିବେଦନ କରାଯାଇଛି ା ମାର୍କେଟରେ ୮୨ ଷ୍ଟଲ ଥିବା ବେଳେ ସେଥିରୁ ୧୫ ହୋଲସେଲ ଷ୍ଟଲ ରହିଛି। ଏହାବ୍ୟତୀତ ଅନ୍ୟ ସମସ୍ତ ଖୁଚୁରା ଦୋକାନ ା ତେଣୁ ବ୍ରହ୍ମପୁର ମହାନଗର ନିଗମ ଅନୁମତି ଦେଲେ ବ୍ୟବସାୟୀଙ୍କ ସହ ଗ୍ରାହକ ଉପକୃତ ହୋଇପାରିବେ ବୋଲି ସଂଘ ସମ୍ପାଦକ କହିଛନ୍ତି ା
(((((((ଫଟୋ——୫


Enter your email to get our daily news in your inbox.

All Right Reserved By Dharitri.Com

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ଅକ୍ଟୋବର ୮ରେ ଓଡ଼ିଶା ବନ୍ଦ, ସଫଳ କରିବାକୁ ଛତ୍ରପୁରରେ ପଥପ୍ରାନ୍ତ ସଭା

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ): ଏମଏମଡ଼ିଆର ସଂଶୋଧିତ ଅଧିନିୟମ ତୁରନ୍ତ ରଦ୍ଦ କରିବା, ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେସ କୁମାରଙ୍କ ବହିଷ୍କାର ଓ ଗିରଫଦାରୀ, ଏସଆଇଆର ପ୍ରତ୍ୟାହାର କରିବା, ଗଣଶିକ୍ଷା…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?