ପାଟଣା,୫।୫(ସ୍ବ.ପ୍ର.)- ଖାସି ମୁଣ୍ଡ କିଣି ନ ଆଣିବାରୁ ରବିବାର ବିଳମ୍ବିତ ରାତିରେ ଜଣେ ମହିଳା ଆତ୍ମହତ୍ୟା କରିବା ଘଟଣା କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମୃତ ମହିଳା ଜଣକ ହେଲେ ପାର୍ବତୀ ମୁଣ୍ଡା। ସାହାରପଡା ପୋଲିସ ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି। ଏନେଇ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୨୩/୨୦) ରୁଜୁ ହୋଇଛି।
ସୂଚନା ଅନୁଯାୟୀ, ପାର୍ବତୀଙ୍କ ସ୍ବାମୀ ୩ ବର୍ଷ ତଳେ ଭଦ୍ରକ ଅଞ୍ଚଳରେ ଦ୍ୱିତୀୟ ବିବାହ କରି ସେଠାରେ ରହୁଛନ୍ତି। ମହିଳା ଜଣକ ନିଜ ୩ ପିଲା ଓ ଦିଅରଙ୍କ ସହ ରହୁଥିଲେ। ରବିବାର ସାହାରପଡା ସାପ୍ତାହିକ ହାଟରୁ ଏକ ଖାସି ମୁଣ୍ଡ କିଣି ଆଣିବାକୁ ପାର୍ବତୀ ତାଙ୍କ ଦିଅରଙ୍କୁ ଟଙ୍କା ଦେଇ ପଠାଇଥିଲେ। ହେଲେ ଖାସି ମୁଣ୍ଡ ନ ମିଳିବାରୁ ସେ ଘରକୁ ଫେରି ଆସିଥିଲେ। ପରେ ପାର୍ବତୀ ନିଜେ ବଜାରକୁ ଯାଇ ମାଛ ଆଣି ତରକାରୀ କରିଥିଲେ। ଏହି ଘଟଣାକୁ ନେଇ ଉଭୟ ଦିଅର ଓ ଭାଉଜଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ପାର୍ବତୀ ଉତ୍କ୍ଷିପ୍ତ ହୋଇ ରାତିରେ ଘରୁ ଚାଲି ଯାଇଥିଲେ। ସକାଳେ ସେ ଘର ପଛ ପାର୍ଶ୍ୱରେ ଥିବା ଏକ ନିମ୍ବ ଗଛ ଡାଳରେ ପିନ୍ଧା ଲୁଗାରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘରଲୋକ ଦେଖିବାକୁ ପାଇଥିଲେ। ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।
ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ
ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…
କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍ ଦୁର୍ନୀତି ମାମଲା: ବିଦ୍ୟୁତ୍ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ
କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍…
ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ
କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…
ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ଏକାଠି ହେଲେ ୧୩ ବ୍ଲକର ସରପଞ୍ଚ, ୪ ବର୍ଷର ବିକାଶ…
ପାଟଣା,୨୭।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସରପଞ୍ଚ ମହାସଂଘର ରବିବାର ପାଟଣା ବ୍ଲକ୍ ଡୁମୁରିଆ ପଂଚାୟତ ଘାଟ ବାଲି ଯୋଡ଼ି ସ୍ଥିତ ଭୀମ କୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ…
ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍
ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…
କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…
କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…
ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା
ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…
୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍
ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

