ଖୁଡ଼ୀ ହତ୍ୟାକାରୀ ପୁତୁରାଙ୍କୁ ଆଜୀବନ ଜେଲ

ଅନୁଗୋଳ ଅଫିସ, ୨୩।୮-ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଜଳତାପ ଗ୍ରାମରେ ୨୦୧୮ରେ ହୋଇଥିବା ଏକ ହତ୍ୟା ମାମଲାର ବିଚାର କରି ଗୁରୁବାର ଅନୁଗୋଳ ଆଡିଶନାଲ ଡିଷ୍ଟ୍ରିକ୍ଟ ଆଣ୍ଡ ସେସନ୍‌ ଜଜ୍‌ କମ୍‌ ସ୍ପେଶାଲ ଜଜ୍‌ ଭିଜଲାନ୍ସ ରୂପଶ୍ରୀ ଚୌଧୁରୀ ଅଭିଯୁକ୍ତ ସୁମନ୍ତ ଗଡ଼ନାୟକଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ଓ ଅନାଦାୟ ସ୍ଥଳେ ଅଧିକ ୬ ମାସ ଜେଲ ଦଣ୍ଡ ନିର୍ଦ୍ଦେଶ ଦେଇଛନ୍ତି। ମୋଟ୍‌ ୨୨ ଜଣଙ୍କ ସାକ୍ଷ୍ୟକୁ ଭିତ୍ତିକରି କୋର୍ଟ ଏଭଳି ରାୟ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ଆଡିଶନାଲ ପିପି ଅଭୟ କୁମାର ଗଡ଼ନାୟକ ମାମଲା ପରିଚାଳନା କରିଥିଲେ।
ବିବରଣୀରୁ ପ୍ରକାଶ ଯେ, ୨୦୧୮ ଜୁନ ୧୬ରେ ଜଳତାପ ଗ୍ରାମର ମନୋରମା ଗଡ଼ନାୟକ ଘଣଘଣିମୁଣ୍ଡାଠାରେ ଥିବା ଭାଲିଆ ବଗିଚାକୁ କାଜୁ ତୋଳିବାକୁ ଯାଇଥିବା ବେଳେ ସେଠାରେ ତାଙ୍କୁ ପୁତୁରା ସୁମନ୍ତ ଟାଙ୍ଗିଆରେ ହାଣି ହତ୍ୟା କରିଥିଲେ। ଧାର ନେଇଥିବା ୧୫ଶହ ଟଙ୍କା ଦେବାକୁ ଖୁଡ଼ୀ ମନୋରମା ବାରମ୍ବାର ତାଗିଦ କରିବା ଏପରି କି ଗାଳିଗୁଲଜ କରୁଥିବାରୁ ସୁମନ୍ତ ରାଗରେ ତାଙ୍କୁ ହତ୍ୟା କରିଥିବା ପୋଲିସ ନିକଟରେ ସ୍ବୀକାର କରିଥିଲେ। ମନୋରମାଙ୍କ ସ୍ବାମୀ ପ୍ରଫୁଲ୍ଲଙ୍କ ଅଭିଯୋଗକୁ ଆଧାର କରି ଛେଣ୍ଡିପଦା ପୋଲିସ ନଂ. ୧୪୬/୧୮ରେ ମାମଲା ରୁଜୁ କରି ସେହି ବର୍ଷ ଜୁନ୍‌ ୧୮ରେ ସୁମନ୍ତଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri