Posted inଜାତୀୟ

ଖୁଣ୍ଟିରେ ମୋଦିଙ୍କ ବିଧାନସଭା ନିର୍ବାଚନ ପ୍ରଚାର: ୨ ବର୍ଷ ତଳେ ଭାଜପା ସରକାର ୧୦ ହଜାର ଲୋକଙ୍କ ଉପରେ ଆଣିଥିଲେ ଦେଶଦ୍ରୋହ ଅଭିଯୋଗ

ରାଞ୍ଚି,୩।୧୨: ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁଣ୍ଟିରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ସ୍ଥାନୀୟ ଅଞ୍ଚଳର ବିକାଶ ଲାଗି କେନ୍ଦ୍ର ସରକାର ପ୍ରତିଶ୍ରୁତି ବଦ୍ଧ ବୋଲି ମୋଦି ପ୍ରକାଶ କରିଛନ୍ତି। ସେଥିପାଇଁ ଭୋଟର ବହୁ ସଂଖ୍ୟାରେ ଭାଜପାକୁ ଭୋଟ ଦେବାକୁ ମୋଦି କହିଛନ୍ତି। ତେବେ ୨ ବର୍ଷ ତଳେ ରାଜ୍ୟର ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କ ଭାଜପା ସରକାର ଏହି ଅଞ୍ଚଳରେ ବାସକରୁଥିବା ଜନଜାତି ସମ୍ପ୍ରଦାୟଙ୍କ ପଥଲଗଡ଼ି ପରମ୍ପରାକୁ ବିରୋଧ କରି ଜୁନ୍‌ ୨୦୧୭ରୁ ଜୁଲାଇ ୨୦୧୮ ମଧ୍ୟରେ ୧୦ ହଜାର ଲୋକଙ୍କ ଉପରେ ଦେଶଦ୍ରୋହ ଅଭିଯୋଗ ଆଣିଥିଲେ। ପରମ୍ପରା ଅନୁସାରେ ଜନଜାତି ସମ୍ପ୍ରଦାୟ ନିଜ ନିଜ ବଂଶାବଳୀ ପଥରରେ ଖୋଦିତ କରୁଥିଲେ। ଭାଜପା ସରକାରଙ୍କ ସମୟରେ ଜନଜାତି ସମ୍ପ୍ରଦାୟ ନିଜ ଅଧିକାର ସମ୍ପର୍କରେ ପଥରରେ ଖୋଦେଇ କରିଥିଲେ। ଏନେଇ ରାଜ୍ୟ ସରକାର ସେମାନଙ୍କ ବିରୋଧରେ ଦେଶଦ୍ରୋହ ଅଭିଯୋଗ ଆଣିଥିଲେ। ମୋଟ ୧୧ ହଜାର ୨ ଶହ ଲୋକଙ୍କ ବିରୋଧରେ ମାମଲା ଦାଏର ହୋଇଥିଲା। ସରକାରୀ ଆଇନ କାନୁନ ଭଙ୍ଗ ନେଇ ସେମାନଙ୍କ ମଧ୍ୟରୁ୧୦ ହଜାର ଲୋକଙ୍କ ଉପରେ ଦେଶଦ୍ରୋହ ଚାର୍ଜ ଲଗାଯାଇଥିଲା। ଏହାକୁ ନେଇ ତତ୍‌କାଳୀନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଭାଜପା ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri