ଖୁଣ୍ଟୁଣୀ ବନାଞ୍ଚଳରୁ ୮ ଶିକାରୀ ଗିରଫ: ମାଂସ, ବନ୍ଧୁକ ଜବତ

ଖୁଣ୍ଟୁଣୀ,୪।୫(ଡି.ଏନ.ଏ.): ଖୁଣ୍ଟୁଣୀ ବନାଞ୍ଚଳରେ ସୋମବାର ସକାଳେ ବନ ବିଭାଗ ପକ୍ଷରୁ ପାଟ୍ରୋଲିଂ କରୁଥିବାବେଳେ ଶିକାରୀ ପାଇଁ ଆସିଥିବା ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଏହି ଥାନା ଅଞ୍ଚଳର ଡାଳୁଆ ଗ୍ରାମର ନରେନ୍ଦ୍ର ବେହେରା, ସୁଶା ଦେହୁରୀ ଓ ପାର୍ବତୀପୁର ଗ୍ରାମର କାହ୍ନୁ ମୂର୍ତ୍ତି। ଏମାନଙ୍କଠାରୁ ୨୫ଟି ଫାସ, ଧୁନତୀର, ହେଡ ଲାଇଟ ଜବତ କରାଯାଇଛି। ଏମାନଙ୍କୁ ଧରି କାର୍ଯ୍ୟାଳୟକୁ ଅଣାଯାଉଥିବା ବେଳେ ପୂର୍ବାହ୍ନ ୧୧ଟାବେଳେ ସୁବାଷୀ ରିଜର୍ଭ ଜଙ୍ଗଲ ମଧ୍ୟରେ ସନ୍ଦେହଜନକ ଭାବେ ବନ୍ଧୁକ ଧରି ବୁଲୁଥିବା ୫ଜଣଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କୁ ପଚରାଉଚୁରା ପରେ ଶିକାର କଥା ଜଣାପଡ଼ିଥିଲା। ସେମାନେ ହେଲେ ପାନିଆ ଗ୍ରାମର ପ୍ରଶାନ୍ତ ଦାସ, ନନ୍ଦିଆ ହେଁସା, ଡାବର ପୂର୍ତ୍ତି, ନନ୍ଦିଆ କୁଜାଣ ଓ କପୁର ସିଂ ଗ୍ରାମର ପ୍ରତାପ ନାଏକଙ୍କୁ ବିଭାଗକୁ ନିଆଯାଇଛି। ଏମାନଙ୍କଠାରୁ ମଧ୍ୟ ହରିଣ ଚମଡ଼ା, ୨ଟି ହରିଣ ସିଂଘ ଓ ଗୋଟିଏ ବନ୍ଧୁକ ଜବତ କରାଯାଇଛି। ପାଟ୍ରୋଲିଂରେ ରେଞ୍ଜର ମାଗୁଣୀ ଚରଣ ବେହେରା, ବନପାଳ, ଅକ୍ଷୟ ପ୍ରଧାନ, ଦିବ୍ୟସିଂହ ପରିଡ଼ା, ବନରକ୍ଷୀ ରମାକାନ୍ତ ବଳବନ୍ତରାୟ, ଆଶିଷ ନାୟକ, ରାକେଶ ଦଳେଇ, ବିଜୟ ମଙ୍ଗରାଜ, କାବେରୀ ନାଏକ, ସଙ୍ଗୀତା ପ୍ରଧାନ ଓ ଚନ୍ଦନ ବେହେରା ପ୍ରମୁଖ ଚଢ଼ାଉ କରିଥିଲେ। ଏହି ୮ ଶିକାରୀଙ୍କୁ ମଙ୍ଗଳବାର କୋର୍ଟଚାଲାଣ କରାଯିବ ବୋଲି ରେଞ୍ଜର ବେହେରା କହିଛନ୍ତି। ସୂଚନାଯୋଗ୍ୟ, ପ୍ରାୟ ସମୟରେ ଏହି ବନାଞ୍ଚଳରେ ବିଭାଗ ଅଧିକାରୀ ଗୁରୁତ୍ୱ ଦେଉ ନ ଥିବାରୁ ଶିକାରୀମାନେ ବେଆଇନ ଭାବେ ବନ୍ୟଜନ୍ତୁଙ୍କୁ ଶିକାର କରି ମାଂସ ବିକ୍ରି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri