ଖୁଣ୍ଟୁଣୀ ବନାଞ୍ଚଳରୁ ୮ ଶିକାରୀ ଗିରଫ: ମାଂସ, ବନ୍ଧୁକ ଜବତ

ଖୁଣ୍ଟୁଣୀ,୪।୫(ଡି.ଏନ.ଏ.): ଖୁଣ୍ଟୁଣୀ ବନାଞ୍ଚଳରେ ସୋମବାର ସକାଳେ ବନ ବିଭାଗ ପକ୍ଷରୁ ପାଟ୍ରୋଲିଂ କରୁଥିବାବେଳେ ଶିକାରୀ ପାଇଁ ଆସିଥିବା ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଏହି ଥାନା ଅଞ୍ଚଳର ଡାଳୁଆ ଗ୍ରାମର ନରେନ୍ଦ୍ର ବେହେରା, ସୁଶା ଦେହୁରୀ ଓ ପାର୍ବତୀପୁର ଗ୍ରାମର କାହ୍ନୁ ମୂର୍ତ୍ତି। ଏମାନଙ୍କଠାରୁ ୨୫ଟି ଫାସ, ଧୁନତୀର, ହେଡ ଲାଇଟ ଜବତ କରାଯାଇଛି। ଏମାନଙ୍କୁ ଧରି କାର୍ଯ୍ୟାଳୟକୁ ଅଣାଯାଉଥିବା ବେଳେ ପୂର୍ବାହ୍ନ ୧୧ଟାବେଳେ ସୁବାଷୀ ରିଜର୍ଭ ଜଙ୍ଗଲ ମଧ୍ୟରେ ସନ୍ଦେହଜନକ ଭାବେ ବନ୍ଧୁକ ଧରି ବୁଲୁଥିବା ୫ଜଣଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କୁ ପଚରାଉଚୁରା ପରେ ଶିକାର କଥା ଜଣାପଡ଼ିଥିଲା। ସେମାନେ ହେଲେ ପାନିଆ ଗ୍ରାମର ପ୍ରଶାନ୍ତ ଦାସ, ନନ୍ଦିଆ ହେଁସା, ଡାବର ପୂର୍ତ୍ତି, ନନ୍ଦିଆ କୁଜାଣ ଓ କପୁର ସିଂ ଗ୍ରାମର ପ୍ରତାପ ନାଏକଙ୍କୁ ବିଭାଗକୁ ନିଆଯାଇଛି। ଏମାନଙ୍କଠାରୁ ମଧ୍ୟ ହରିଣ ଚମଡ଼ା, ୨ଟି ହରିଣ ସିଂଘ ଓ ଗୋଟିଏ ବନ୍ଧୁକ ଜବତ କରାଯାଇଛି। ପାଟ୍ରୋଲିଂରେ ରେଞ୍ଜର ମାଗୁଣୀ ଚରଣ ବେହେରା, ବନପାଳ, ଅକ୍ଷୟ ପ୍ରଧାନ, ଦିବ୍ୟସିଂହ ପରିଡ଼ା, ବନରକ୍ଷୀ ରମାକାନ୍ତ ବଳବନ୍ତରାୟ, ଆଶିଷ ନାୟକ, ରାକେଶ ଦଳେଇ, ବିଜୟ ମଙ୍ଗରାଜ, କାବେରୀ ନାଏକ, ସଙ୍ଗୀତା ପ୍ରଧାନ ଓ ଚନ୍ଦନ ବେହେରା ପ୍ରମୁଖ ଚଢ଼ାଉ କରିଥିଲେ। ଏହି ୮ ଶିକାରୀଙ୍କୁ ମଙ୍ଗଳବାର କୋର୍ଟଚାଲାଣ କରାଯିବ ବୋଲି ରେଞ୍ଜର ବେହେରା କହିଛନ୍ତି। ସୂଚନାଯୋଗ୍ୟ, ପ୍ରାୟ ସମୟରେ ଏହି ବନାଞ୍ଚଳରେ ବିଭାଗ ଅଧିକାରୀ ଗୁରୁତ୍ୱ ଦେଉ ନ ଥିବାରୁ ଶିକାରୀମାନେ ବେଆଇନ ଭାବେ ବନ୍ୟଜନ୍ତୁଙ୍କୁ ଶିକାର କରି ମାଂସ ବିକ୍ରି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘୧୦୦ ପୁରୁଷଙ୍କ ସାମ୍ନାରେ ଖୋଲିବାକୁ ପଡିଥିଲା ପୋଷାକ’, ଅଭିନେତ୍ରୀଙ୍କ ଚମକାଇଦେବା ଭଳି ଖୁଲାସା

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦିଆ ମିର୍ଜା ନିଜର ସ୍ପଷ୍ଟବାଦୀ ମତାମତ ଓ ସାମାଜିକ ପ୍ରସଙ୍ଗରେ ଖୋଲାଖୋଲି କଥା କହିବା ପାଇଁ ପରିଚିତ। ନିକଟରେ ସେ ନିଜ କ୍ୟାରିୟରର…

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ…

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…

ନୂଆଦିଲ୍ଲୀ,୨୮ା୮: ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri