ଖୁବଶୀଘ୍ର କ୍ଷୟକ୍ଷତି ଆକଳନ : ଶୁକ୍ରବାର ସୁଦ୍ଧା ଗ୍ରାମାଞ୍ଚଳରେ ବିଦ୍ୟୁତ୍‌ ସଂଯୋଗ

ଭଦ୍ରକ ଅଫିସ, ୨୨ା୫- ଭଦ୍ରକ ଜିଲାରେ ଅମ୍ଫନ୍‌ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ମୁଖ୍ୟତଃ ଚାଳଘର, ଆଜବେଷ୍ଟ ଘର ଓ ବିଦ୍ୟୁତ ଖୁଣ୍ଟ ଗୁଡ଼ିକ ଭୂଇଁରେ ଲୋଟି ପଡ଼ିିଛି। ସମୁଦ୍ରକୂଳିଆ ବାସୁଦେବପୁର, ଚାନ୍ଦବାଲି ଓ ଧାମରା ଅଞ୍ଚଳରେ ବ୍ୟାପକ କ୍ଷତି ହୋଇଥିବା ପ୍ରାଥମିକ ଆକଳନ କରାଯାଇଛି। ଏନେଇ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ସମସ୍ତ ବିଭାଗକୁ ତୁରନ୍ତ କ୍ଷୟକ୍ଷତିର ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି। ଭୂଇଁରେ ଲୋଟି ପଡ଼ିଥିବା ଏଲ୍‌ଟି ଲାଇନ୍‌ ଓ ଏଚ୍‌ଟି ଲାଇନ ମରାମତି କରି ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ସମସ୍ତ ଅଞ୍ଚଳକୁ ବିଦ୍ୟୁତ ସଂଯୋଗ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସହରାଞ୍ଚଳ କୁହାଯାଉଥିବା ଭଦ୍ରକ, ଧାମନଗର, ବାସୁଦେବପୁର ଓ ଚାନ୍ଦବାଲି ଅଞ୍ଚଳରେ ବୁଧବାର ରାତି ସୁଦ୍ଧା ବିଦ୍ୟୁତ୍‌ ସଂଯୋଗ ଦିଆଯାଇଥିବା ବେଳେ ଅଧିକାଂଶ ଗ୍ରାମାଞ୍ଚଳରେ ବିଦ୍ୟୁତ୍‌ ଖୁଣ୍ଟଗୁଡ଼ିକ ପବନ କାରଣରୁ ଭାଙ୍ଗି ପଡ଼ିଥିବା ଯୋଗୁ ବିଦ୍ୟୁତ୍‌ ସରବରାହ ସ୍ବାଭାବିକ ହୋଇପାରି ନାହିଁ। କେତେକ ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପକୁ ଜେନେରେଟର୍‌ ସାହଯ୍ୟରେ ପାନୀୟ ଜଳ ଯୋଗାଣ କରାଯାଇଥିଲା। ଯୁଦ୍ଧକାଳୀନ ଭିତ୍ତିରେ ରାଜସ୍ବ ବିଭାଗୀୟ କର୍ମଚାରୀ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଓ କୃଷି ବିଭାଗୀୟ କର୍ମକର୍ତ୍ତାଙ୍କୁ ନେଇ କ୍ଷୟକ୍ଷତି ଆକଳନ କାର୍ଯ୍ୟ ଜୋରସୋରରେ ଚାଲିଛି। ଜିଲାପାଳ ଡ. ଦାସଙ୍କ କହିବା ମୁତାବକ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା କ୍ଷୟକ୍ଷତିର ଆକଳନ ସରିବା ପରେ ରାଜ୍ୟ ସରକାରଙ୍କୁ ଅବଗତ କରାଯିବ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ମୁତାବକ କ୍ଷୟକ୍ଷତି ରିପୋର୍ଟ ଆଧାରରେ କ୍ଷତିପୂରଣ ପ୍ରଦାନ କରାଯିବ। ଗୁରୁବାର ଜିଲାପାଳ ଡ. ଦାସ ସର୍ବାଧିକ କ୍ଷତିଗ୍ରସ୍ତ ଧାମରା ଅଞ୍ଚଳ ବୁଲି ତୁରନ୍ତ ବିଦ୍ୟୁତ୍‌ ବ୍ୟବସ୍ଥା ସ୍ବାଭାବିକ କରିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ହେଲେ ୧୧୫୦ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର, ୬।୮(ବ୍ୟୁରୋ): ମହାକାରୀ କରୋନାରୁ ଗୁରୁବାର ୧୧୫୦ଜଣ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ରାଜ୍ୟରେ ୨୬,୮୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ...

ବଦଳୁନି ଶହୀଦ ପୀଠ ଭାଗ୍ୟ

ବାସୁଦେବପୁର,୨୮ା୯(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁରର ଇରମ ସ୍ଥିତ ଐତିହାସିକ ମେଳଣ ପଡ଼ିଆରେ ୧୯୪୨ ସେପ୍ଟେମ୍ବର ୨୮ରେ ଲୋମହର୍ଷଣକାରୀ ଗୁଳିକାଣ୍ଡ ଘଟିଥିଲା। ଭାରତଛାଡ଼ ଆନ୍ଦୋଳନରେ ସାମିଲ ହୋଇଥିବା...

୧୦୦% ସିଲାବସ୍‌ରେ ହେବ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର, ୨୦।୭(ବ୍ୟୁରୋ): ଚଳିତ ଶିକ୍ଷାବର୍ଷ ୨୦୨୨-୨୩ରୁ ଶତପ୍ରତିଶତ ପାଠ୍ୟକ୍ରମକୁ ନେଇ ଯୁକ୍ତ୨ ପାଠପଢ଼ା ଓ ପରୀକ୍ଷା କରାଯିବ। ଏନେଇ ମଙ୍ଗଳବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ...

ରାଜ୍ୟରୁ ଚିହ୍ନଟ ହେଲେ ୧୪ କରୋନା ପଜିଟିଭ୍‌

ଭୁବନେଶର,୭।୫(ବ୍ୟୁରୋ): ରାଜ୍ୟରେହ୍ରାସ ପାଉଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮...

୧୬ ନଂ. ଜାତୀୟ ରାଜପଥର ଡାହାଲା ନିକଟରେ ଓଲଟିଲା ବସ୍‌

ଭଣ୍ଡାରିପୋଖରୀ,୧୯।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ୧୬ନଂ. ଜାତୀୟ ରାଜପଥର ଡାହାଲା ନିକଟରେ ବୁଧବାର ସକାଳେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ଘଟିଛି। ଏଥିରେ ୨...

ଧାନ କିଣାରେ ଅବ୍ୟବସ୍ଥା, ଲ୍ୟାମ୍ପସ୍‌ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

ଖୁଣ୍ଟା,୨୦ା୮(ଡି.ଏନ୍‌.ଏ)-ଧାନ କିଣାରେ ଅବ୍ୟବସ୍ଥାକୁ ନେଇ ସୋମବାର ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ବାହାନଡା ଲ୍ୟାମ୍ପସ କାର୍ଯ୍ୟାଳୟରେ ଚାଷୀମାନେ ତାଲା ପକାଇ ଦେଇଥିଲେ। ଚାଷୀମାନେ ନିଜ...

ଚାଲିଛି ତାଲା ବନ୍ଦ, ଖୋଲା ଅଭିଯାନ: ଦ୍ୱନ୍ଦ୍ୱରେ ଘରୋଇ ଶିକ୍ଷାନୁଷ୍ଠାନ ଅଭିଭାବକ

ଭଞ୍ଜନଗର,୨୭।୬(ଡି.ଏନ.ଏ.)- ଘରୋଇ ଶିକ୍ଷାନୁଷ୍ଠାନଗୁଡିକ ଶିକ୍ଷା ଅଧିକାର ଆଇନ ଉଲ୍ଲଂଘନ କରି ବେନିୟମ ଭାବେ ଚଳାଇଥିବା ଦର୍ଶାଇ ପ୍ରଶାସନ ପକ୍ଷରୁ ଜଗନ୍ନାଥପ୍ରସାଦ, ଭଞ୍ଜନଗର, ବେଲଗୁଣ୍ଠା ସମେତ ପ୍ରମୁଖ...

କରୋନା ପରୀକ୍ଷା ଲାଗି କିଟ୍‌ ଦିଅ

ଭୁବନେଶ୍ୱର, ୨।୪(ବ୍ୟୁରୋ): ସରକାର ରାଜ୍ୟରେ କୋଭିଡ୍‌-୧୯ ପ୍ରତିରୋଧ କ୍ଷେତ୍ରରେ ସମସ୍ତ ପ୍ରକାର ସମ୍ଭାବ୍ୟ ପଦକ୍ଷେପ ଗ୍ରହଣ କରିଛନ୍ତି। କେନ୍ଦ୍ର ସରକାର ମଧ୍ୟ ନିୟମିତ ବ୍ୟବଧାନରେ ଭିଡିଓ...

Advertisement
Archives

Model This Week