ଖୁବ୍‌ଶୀଘ୍ର ଭୁବନେଶ୍ୱରରୁ ଦୁବାଇ, ବ୍ୟାଙ୍କକ୍‌କୁ ଉଡ଼ିବ ବିମାନ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ଭୁବନେଶ୍ୱରରୁ ବିଦେଶକୁ ଉଡ଼ିବ ଅଧିକ ବିମାନ। କିଛି ଆନ୍ତର୍ଜାତିକ ବିମାନ ଚଳାଚଳ ସଂସ୍ଥା ଏଥିପାଇଁ ଆଗ୍ରହ ପ୍ରକାଶ କରିଛନ୍ତି। ତେବେ ଖୁବ୍‌ଶୀଘ୍ର ଦୁବାଇ ଓ ବ୍ୟାଙ୍କକ୍‌କୁ ବିମାନ ସେବା ଆରମ୍ଭ ହେବ ବୋଲି ସୂଚନା ମିଳିଛି।
ଗତ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଏନେଇ ଚିଠି ଲେଖିଥିଲେ। ଓଡ଼ିଶାର ଭିତ୍ତିଭୂମି ବିଷୟରେ ଉଲ୍ଲେଖ କରିବା ସହ କିଛି ବିମାନ ସଂସ୍ଥାର ସିଇଓଙ୍କୁ ନେଇ ଓଡ଼ିଶା ଆସିବାକୁ ଆମନ୍ତ୍ରଣ କରିଥିଲେ। ଏହାପରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ କେତେକ ଆନ୍ତର୍ଜାତିକ ବିମାନ ଚଳାଚଳ ସଂସ୍ଥାର ସିଇଓଙ୍କ ସହ ଆଲୋଚନା ହୋଇଥିଲା। ଅଧିକାଂଶ ସଂସ୍ଥା ଭୁବନେଶ୍ୱର ସହ ଯୋଡ଼ି ହେବା ପାଇଁ ଆଗ୍ରହୀ ଥିବା ଜଣାପଡ଼ିଛି। ବର୍ତ୍ତମାନ ଗୋଟିଏ ମାତ୍ର ଏୟାର ଏସିଆ ବିମାନ ଭୁବନେଶ୍ୱର-କ୍ୱାଆଲାଲମ୍ପୁର ମଧ୍ୟରେ ଚଳାଚଳ କରୁଛି। ପୂର୍ବରୁ ବ୍ୟାଙ୍କକ୍‌ ଏୟାରଓ୍ବେଜ୍‌ ବ୍ୟାଙ୍କକ୍‌ରୁ ଭୁବନେଶ୍ୱରକୁ ବିମାନ ଚଳାଚଳ କରିବାକୁ ଆଗ୍ରହ ଦେଖାଇଥିଲା। ତେବେ ରାଜ୍ୟ ସରକାର, ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଅଧିକାରୀ ଓ ବିମାନ ଚଳାଚଳ ସଂସ୍ଥାର ସିଇଓଙ୍କୁ ନେଇ ହେବାକୁ ଥିବା ବୈଠକରେ ଏ ସଂକ୍ରାନ୍ତରେ ଚୂଡ଼ାନ୍ତ ନିଷ୍ପତ୍ତି ହେବ ବୋଲି ସୂଚନା ମିଳିଛି।
ସେହିଭଳି ଏକାଧିକ ସ୍ଥାନକୁ ଭୁବନେଶ୍ୱରରୁ ବିମାନ ଚଳାଚଳ କରିବ ବୋଲି କୁହାଯାଉଛି। ଅଧିକାଂଶ ସମୟରେ ଝାରସୁଗୁଡ଼ା ଓ ଭୁବନେଶ୍ୱରରେ ଆଲୋକ କମ୍‌ ରହୁଥିବାରୁ ବିମାନ ଅବତରଣ କରିବାରେ ସମସ୍ୟା ହେଉଛି। ତେଣୁ ଏହି ଦୁଇ ବିମାନ ବନ୍ଦରରେ କ୍ୟାଟ୍‌-ଆଇ ଆପ୍ରୋଚ ଆଲୋକ ବ୍ୟବସ୍ଥା କରାଯିବ। ସମ୍ପ୍ରସାରଣ, ଜମି ଅଧିଗ୍ରହଣ ସଂକ୍ରାନ୍ତରେ ରାଜ୍ୟ ସରକାର ଓ ବିମାନ ବନ୍ଦର ପ୍ରାଧିକରଣ ମଧ୍ୟରେ ଆଲୋଚନା ଚାଲିଛି। ଆନ୍ତର୍ଜାତିକ ବିମାନ ସେବା ବ୍ୟତୀତ ଘରୋଇ ସଂଯୋଗକୁ ମଧ୍ୟ ଗୁରୁତ୍ୱ ଦିଆଯାଉଛି। ଜୟପୁର ଓ ରାଉରକେଲାକୁ ଘରୋଇ ବିମାନ ସେବା ଯୋଗାଇବାକୁ ଉଦ୍ୟମ ଆରମ୍ଭ ହୋଇଥିବା ଜଣାପଡିଛି। ରାଉରକେଲା ଏୟାରଷ୍ଟ୍ରିପ୍‌ରେ ୧୮୪ ଏକର ଜମି ଆବଶ୍ୟକ ପଡ଼ୁଛି। ରାଜ୍ୟ ସରକାର ଅତିରିକ୍ତ ଜମି ଯୋଗାଇଦେଲେ ଖୁବ୍‌ଶୀଘ୍ର ବିମାନ ଚଳାଚଳ ପାଇଁ ପଦକ୍ଷେପ ନିଆଯିବ ବୋଲି ପ୍ରାଧିକରଣ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri