ଖୁବ୍‌ଶୀଘ୍ର ସୁରଟ୍‌କୁ ଉଡ଼ିବ ବିମାନ: ସପ୍ତାହକୁ ୨ଥର ଚାଲିବ

ଭୁବନେଶ୍ୱର, ୨୩।୭(ବ୍ୟୁରୋ):ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର। ଖୁବ୍‌ଶୀଘ୍ର ଭୁବନେଶ୍ୱରରୁ ସୁରଟ୍‌କୁ ସିଧାସଳଖ ବିମାନ ଚଳାଚଳ କରିବ। ସପ୍ତାହରେ ୨ଥର ଏହି ବିମାନ ଚାଲିବ। ଏ ନେଇ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ସୋମବାର ଟୁଇଟ୍‌ କରି ଜଣାଇଛନ୍ତି। ଅପରାଜିତା ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଭେଟିବା ପରେ ଏହି ସୂଚନା ଦେଇଛନ୍ତି। ଅପରାଜିତା ଓ ସୁରଟ ଏମ୍‌ପି ଦର୍ଶନା ଜର୍‌ଦୋସ ମନ୍ତ୍ରୀ ପୁରୀଙ୍କୁ ଭେଟିଥିଲେ। ସୁରଟରୁ ସିଧାସଳଖ ଭୁବନେଶ୍ୱରକୁ ବିମାନ ଚଳାଚଳ ପାଇଁ ଉଭୟେ ମନ୍ତ୍ରୀଙ୍କୁ ଅନୁରୋଧ ଜଣାଇଥିଲେ। ଏ ନେଇ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଭଲ ଖବର ହେଉଛି ଅତିଶୀଘ୍ର ଉଭୟ ସ୍ଥାନକୁ ସପ୍ତାହରେ ୨ଥର ବିମାନ ଚଳାଚଳ କରିବ। ଅପରାଜିତା ଏହି ସୂଚନା ଦେବା ପରେ ଓଡ଼ିଶାବାସୀଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି।
ସୂଚନାଯୋଗ୍ୟ, ୨୦୧୮ ଅଗଷ୍ଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ସୁରଟକୁ ବିମାନ ଚଳାଚଳ ପାଇଁ ତତ୍କାଳୀନ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ସୁରେଶ ପ୍ରଭୁଙ୍କୁ ଚିଠି ଲେଖିଥିଲେ। ସୁରଟରେ ଅଧିକାଂଶ ଓଡ଼ିଆ ଲୋକ ନିଜ ପରିବାର ସହିତ ରହୁଛନ୍ତି। ସେମାନେ ସବୁବେଳେ ଟ୍ରେନ୍‌ ଉପରେ ଭରସା କରୁଛନ୍ତି। ତେଣୁ ବିମାନ ସେବା ଆରମ୍ଭ ହେଲେ ଲୋକେ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଚିଠିରେ ଉଲ୍ଲେଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ…

ଶ୍ରାବଣରେ ମାଛ-ମାଂସ ଖାଇବାକୁ କାହିଁକି ମନା କରାଯାଏ? କେବଳ ଧାର୍ମିକ ନୁହେଁ ରହିଛି ବୈଜ୍ଞାନିକ କାରଣ

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି । ହିନ୍ଦୁ ଧର୍ମରେ ଏହି ମାସକୁ ଅତ୍ୟନ୍ତ ସ୍ୱତନ୍ତ୍ର ବୋଲି ବିବେଚନା କରାଯାଏ । ଶହ ଶହ ବର୍ଷରୁ ଏହା ସାଧାରଣ…

ଲୁଗା ବ୍ୟବସାୟୀଙ୍କ ଘରୁ ଲୁଟ୍‌ ଘଟଣା: ନିଜେ ଆଇଆଇସି କଲେ ତଦନ୍ତ

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦାରିଙ୍ଗବାଡ଼ି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌ ଘଟଣାକୁ…

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri