Posted inଖେଳ

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ ଉଦ୍‌ଘାଟିତ

ଗୁଆହାଟୀ, ୧୧ା୧ : ସ୍ଥାନୀୟ ଇନ୍ଦିରାଗାନ୍ଧୀ ଷ୍ଟାଡିୟମରେ ଖେଲୋ ଇଣ୍ଡିଆ ୟୁଥ ଗେମ୍ସ ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଯାଇଛି। ଆକର୍ଷଣୀୟ ଉଦ୍‌ଘଟନୀ ଉତ୍ସବକୁ ଷ୍ଟାଡିୟମରେ ଉପସ୍ଥିତ ୨୫ ହଜାର ଦର୍ଶକଙ୍କ ସହିତ ଟେଲିଭିଜନ ଜରିଆରେ ଲକ୍ଷ ଲକ୍ଷ ଖେଳପ୍ରେମୀ ଉପଭୋଗ କରିଛନ୍ତି। ବିଭିନ୍ନ ପ୍ରକାର ମନୋରଞ୍ଜନ କାର୍ଯ୍ୟକ୍ରମ ଓ ଲେଜର ଲାଇଟ୍‌ ଶୋ ଦର୍ଶକଙ୍କ ମନ ମୋହିଥିଲା। ଉଦ୍‌ଘାଟନୀ ଉତ୍ସବରେ ଅତିଥି ଭାବେ ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ, କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଉପସ୍ଥିତ ଥିତ୍ଲେ। ଷ୍ଟାର ଧାବିକା ହୀମା ଦାସଙ୍କ ଦ୍ୱାରା ଗେମ୍ସର ମଶାଲ ପ୍ରଜ୍ୱଳନ ପୂର୍ବରୁ ହୋଇଥିବା ୭ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟର ଟପ୍‌ ଆଥଲେଟମାନେ ଅନ୍ତିମ ମଶାଲ ରାଲିରେ ଅଂଶଗ୍ରହଣ କରିଥିଲେ। ୧୩ଦିନ ଧରି ହେବାକୁଥିବା ଏହି ଗେମ୍ସରେ ୩୭ଟି ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳରୁ ୬,୮୦୦ ଆଥଲେଟ୍‌ ଭାଗ ନେଉଛନ୍ତି। ଗେମ୍ସରେ ହେବାକୁଥିବା ୨୦ ପ୍ରକାର ପ୍ରତିଯୋଗିତାର ଏକ ଝଲକ ଏକ ଡ୍ୟାନ୍‌ସିଂ ଗ୍ରୁପ୍‌ ଜରିଆରେ ଅଭିନବ ଉପାୟରେ ପ୍ରଦର୍ଶନ କରାଯାଇଥିଲା। ବଲିଉଡ୍‌ର ଲୋକପ୍ରିୟ ଗାୟକ ତଥା ସଙ୍ଗୀତ ନିର୍ଦ୍ଦେଶକ ଶଙ୍କର ମହାଦେବନ ତାଙ୍କର କେତେକ ହିଟ୍‌ ଗୀତ ପରିବେଷଣ କରି ଦର୍ଶକଙ୍କୁ ଆମୋଦିତ କରିଥିଲେ। ଆସାମ ରାଇଫଲ୍ସ ଦ୍ୱାରା ଜାତୀୟ ସଙ୍ଗୀତ ପରିବେଷଣ କରାଯାଇଥିଲା। ଗେମ୍ସର ଥିମ୍‌ ସଙ୍ଗୀତ ପରିବେଷଣ ବେଳେ ମାସ୍କଟର ପରିଚୟ କରାଯାଇଥିଲା। ଉଦ୍‌ଘାଟନୀ ଉତ୍ସବର ମୁଖ୍ୟ ବର୍ତ୍ତାଥିଲା ‘ଭାରତ ଏକ’।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

ଆଇପିଏଲ ମଝିରେ ଲକ୍ଷ୍ନୌ କଲା ବଡ଼ ଘୋଷଣା: ଅଧିନାୟକ ପଦ ଛାଡ଼ିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୯।୫: ୨୦୨୬ ଆଇପିଏଲ ମଝିରେ ରିଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସର ଅଧିନାୟକ ପଦ ଛାଡି ଦେଇଛନ୍ତି। ଶୁକ୍ରବାର ଫ୍ରାଞ୍ଚାଇଜ ସୋସିଆଲ ମିଡିଆରେ ପନ୍ତଙ୍କୁ ଅଧିନାୟକ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri