Posted inଖେଳ

ଖେଲୋ ଇଣ୍ଡିଆ ୟୁନଭର୍ସିଟି ଗେମ: ଭିଡ଼ିଓ କନଫରେନ୍ସିଂରେ ଉଦ୍‌ଘାଟନ କରିବେ ମୋଦି : ସୋନା ମହାପାତ୍ର, ରାମ ସମ୍ପଥ, ଟେରେନ୍ସ ମୁଖ୍ୟ ଆକର୍ଷଣ

କଟକ ଅଫିସ,୨୨ା୨- ଶନିବାର ଉଦ୍‌ଘାଟିତ ହେବ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ (କେଆଇୟୁଜି)। ଦ୍ୱୈତନଗରୀ କଟକ-ଭୁବନେଶ୍ୱରରେ ବିଭିନ୍ନ ମ୍ୟାଚ୍‌ ଖେଳାଯିବ। ପ୍ରତିଯୋଗିତାର ସଫଳ ଆୟୋଜନ ନେଇ ରାଜ୍ୟ ସରକାର, ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି। ଏହି ମେଗା ଇଭେଣ୍ଟର ଉଦ୍‌ଘାଟନୀ ଉତ୍ସବ ଶନିବାର ସନ୍ଧ୍ୟା ୬ଟାରେ କଟକର ଜବାହରଲାଲ ନେହେରୁ (ଜେଏନ୍‌) ଇନଡୋର ଷ୍ଟାଡିୟମରେ କରାଯିବ। ବିଶାଳ ଧରଣର ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ମାଧ୍ୟମରେ ଆରମ୍ଭ ହେବ ଖେଲୋ ଇଣ୍ଡିଆ ୟୁନଭର୍ସିଟି ଗେଗ୍ସର ପ୍ରଥମ ସଂସ୍କରଣ। ଏଥିଲାଗି ବିଭିନ୍ନ ସାଂସ୍କୃତିକ ସଙ୍ଗଠନ ପକ୍ଷରୁ ଅଭ୍ୟାସ ଜାରି ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡ଼ିଓ କନଫରେନ୍ସିଂ ଜରିଆରେ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିବେ।
ଜବାହାରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ହେବାକୁଥିବା ଉଦ୍‌ଘାଟନୀ ଉତ୍ସବରେ ଦେଶର ୧୫୯ ବିଶ୍ୱବିଦ୍ୟାଳୟର ବଛାବଛା କ୍ରୀଡ଼ାବିତଙ୍କ ସମାଗମ ହେବ। ମୋଟ୍‌ ୧୭ ଇଭେଣ୍ଟରେ ପ୍ରତିଯୋଗିତା ଖେଳାଯିବ। କଟକର ଜେ.ଏନ୍‌. ଇନଡୋର ଷ୍ଟାଡିୟମରେ ୨ଟି ଇଭେଣ୍ଟ ଖେଳାଯିବାବେଳେ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ, କିଟ୍‌ ସମେତ ସାଇ ଇଣ୍ଟରନ୍ୟାସନାଲ ସ୍କୁଲରେ ବଳକା ଇଭେଣ୍ଟ ହେବ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନୀ କରିବେ। କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରନ ରିଜିଜୁ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନ୍ୟତମ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
ଓଡ଼ିଶୀ ନୃତ୍ୟରେ ଉଦ୍‌ଘାଟନ
ଓଡ଼ିଶୀ ନୃତ୍ୟ ମାଧ୍ୟମରେ ଆରମ୍ଭ ହେବ ଉଦ୍‌ଘାଟନ ଉତ୍ସବ। ପ୍ରତିଷ୍ଠିତ ଓଡ଼ିଶୀ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ଅରୁଣା ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ୧୦୦ଜଣ ନୃତ୍ୟଶିଳ୍ପୀ ଅଭ୍ୟାସ ଜାରି ରଖିଛନ୍ତି। ସମଗ୍ର ଭାରତକୁ ଓଡ଼ିଶା ଏକ ସୂତ୍ରରେ ବାନ୍ଧି ରଖିଛି ବୋଲି କଳାକାରମାନେ ନୃତ୍ୟ ମାଧ୍ୟମରେ ପ୍ରଦର୍ଶନ କରିବେ। ଏହାଛଡ଼ା ଓଡ଼ିଶାର ବିଭିନ୍ନ ଲୋକନୃତ୍ୟ, ପାରମ୍ପରିକ ବାଦ୍ୟ ଏଥିରେ ସାମିଲ କରାଯାଇଛି। କୋଣାର୍କକୁ ଆଧାର କରି ମଧ୍ୟ ଏକ ନୃତ୍ୟ କରାଯିବ। ଅନ୍ୟପକ୍ଷରେ ବମ୍ବେର ଏକ ଡ୍ୟାନ୍ସ ଗ୍ରୁପ ମଧ୍ୟ ଅଭ୍ୟାସ ଜାରି ରଖିଛି।
ସ୍ଥିତି ଅନୁଧ୍ୟାନ କଲେ କ୍ରୀଡ଼ା ନିର୍ଦ୍ଦେଶକ-
ରାଜ୍ୟ ଯୁବ ଓ କ୍ରୀଡ଼ା ବିଭାଗ ନିର୍ଦ୍ଦେଶକ ଆର୍‌ ଭିନୀଲ କ୍ରୀଷ୍ଣା ଶୁକ୍ରବାର ଷ୍ଟାଡିୟମର ସ୍ଥିତି ଅନୁଧ୍ୟାନ କରିଛନ୍ତି। ଉଦ୍‌ଘାଟନୀ ଉତ୍ସବ ନେଇ ଆୟୋଜନ କିଭଳି ହୋଇଛି ସେ ସମ୍ପର୍କରେ ନିର୍ଦ୍ଦେଶକ ପଚାରି ବୁଝିଥିଲେ। ଅନ୍ୟପକ୍ଷରେ ପୋଲିସ ପକ୍ଷରୁ ଶୁକ୍ରବାର ଏଠାରେ ମକଡ୍ରିଲ ମଧ୍ୟ କରାଯାଇଥିଲା।
ନଜରରେ ବଲିଉଡ୍‌ ଷ୍ଟାର
ବଲିଉଡ୍‌ର ଅନେକ ତାରକାଙ୍କୁ ଉଦ୍‌ଘାଟନୀ ଉତ୍ସବରେ ଦେଖିବାକୁ ମିଳିବ। କଣ୍ଠଶିଳ୍ପୀ ସୋନା ମହାପାତ୍ର ଓ ସଙ୍ଗୀତ ନିର୍ଦ୍ଦେଶକ ରାମ ସମ୍ପଥଙ୍କ ଟ୍ରୁପ ସଙ୍ଗୀତଭିତ୍ତିକ କାର୍ଯ୍ୟକ୍ରମ ପରିବେଷଣ କରିବେ। ଖ୍ୟାତନାମା କୋରିଓଗ୍ରାଫର ଟେରେନ୍ସ ଲୁଇସ୍‌ଙ୍କ ଡ୍ୟାନ୍ସଗ୍ରୁପ ମଧ୍ୟ ପହଞ୍ଚି ସାରିଲାଣି। ବଲିଉଡର ଆଗଧାଡ଼ିର କଣ୍ଠଶିଳ୍ପୀ ନାକାସ୍‌ ଅଜିଜ୍‌ ମଧ୍ୟ ଗୀତ ପରିବେଷଣ କରିବେ।
ଓଡ଼ିଶାର ୪ ବିଶ୍ୱବିଦ୍ୟାଳୟର ୧୪୭ ପ୍ରତିଯୋଗୀ-
ଏହି ମେଗା ଇଭେଣ୍ଟରେ ଓଡ଼ିଶାର ମାତ୍ର ୪ଟି ବିଶ୍ୱବିଦ୍ୟାଳୟ ଦଳର ମୋଟ୍‌ ୧୪୭ ଖେଳାଳି ଭାଗ ନେବେ। ଉତ୍କଳ ବିଶ୍ୱବିଦ୍ୟାଳୟ, କିଟ୍‌, ସମ୍ବଲପୁର ବିଶ୍ୱବିଦ୍ୟାଳୟ ଓ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଂଶଗ୍ରହଣ କରିବା ନେଇ ସମ୍ମତି ଜଣାଇଛନ୍ତି। କିଟ୍‌ରୁ ସର୍ବାଧିକ ୯୯ ପ୍ରତିଯୋଗୀ ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri