Posted inଖେଳ

ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଉଦ୍‌ଘାଟିତ: ଭାରତ ହେବ ବିଶ୍ୱ କ୍ରୀଡ଼ାର ‘ସୁପର ପାୱାର’

କଟକ ଅଫିସ,୨୩ା୨-ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଖେଲୋ ଇଣ୍ଡିଆ ୟୁନଭର୍ସିଟି ଗେମ୍ସର ପ୍ରଥମ ସଂସ୍କରଣ ଶନିବାର ସନ୍ଧ୍ୟାରେ ମହାସମାରୋହରେ ଉଦ୍‌ଘାଟିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନି୍ଂସ ଜରିଆରେ ଏହି ମେଗା ଇଭେଣ୍ଟକୁ ଆନୁଷ୍ଠାନିକ ଉଦ୍‌ଘାଟନ କରିଛନ୍ତି। କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ସ୍ବତନ୍ତ୍ର ଅତିଥି ଭାବେ ଯୋଗଦେଇ ଭାରତୀୟ କ୍ରୀଡ଼ା ନିମନ୍ତେ ଏହା ଏକ ସ୍ମରଣୀୟ ଦିବସ ବୋଲି ଅଭିହିତ କରିବା ସହିତ ଆଗାମୀ ଦିନରେ ଭାରତ ବିଶ୍ୱ କ୍ରୀଡ଼ାର ସୁପର ପାୱାର ହେବ ବୋଲି କହିଛନ୍ତି। ଉଦ୍‌ଘାଟନୀ ସନ୍ଧ୍ୟାରେ ଖ୍ୟାତନାମା କଳାକାରମାନେ ରାଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଦର୍ଶକଙ୍କ ମନ ମୋହିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଥିଲେ ଯେ, ପ୍ରତ୍ୟେକ ଖେଳାଳି ନିଜକୁ ନିଜର ସର୍ବଶ୍ରେଷ୍ଠ ପ୍ରତିଦ୍ୱନ୍ଦ୍ୱୀ ବୋଲି ବିଚାର କରନ୍ତୁ। ମଇଦାନ ଉପରେ ଅଳ୍ପ ସମୟରେ ପ୍ରତିଯୋଗିତା ହୁଏ। ହେଲେ ନିଜ ସହ ଦୀର୍ଘ ସମୟର ପ୍ରତିଯୋଗିତା ହେବା ଉଚିତ। ଖେଲୋ ଇଣ୍ଡିଆ କାର୍ଯ୍ୟକ୍ରମ ଭାରତୀୟ କ୍ରୀଡ଼ା ଜଗତରେ ବେଶ୍‌ ପ୍ରଭାବ ପକାଇଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ପ୍ରଥମ ସଂସ୍କରଣରେ ୩,୫୦୦ କ୍ରୀଡ଼ାବିତ ଅଂଶଗ୍ରହଣ କରିଛନ୍ତି। ଦେଶର କ୍ରୀଡ଼ା ଭିତ୍ତିଭୂମିରେ ନିରନ୍ତର ବିକାଶ ଘଟୁଛି। ଖେଳାଳିମାନେ କେବଳ ନିଜର ଖେଳ ପ୍ରତି ଧ୍ୟାନ ଦିଅନ୍ତୁ। ଏବେ ଖେଳାଳିମାନଙ୍କ ପାଇଁ ଆଜୀବନ ପେନ୍‌ସନ ଯୋଜନା ହେଲାଣି ବୋଲି ମୋଦି କହିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। କ୍ରୀଡ଼ାବିତଙ୍କ ବିକାଶ ପାଇଁ ଖେଲୋ ଇଣ୍ଡିଆର ଏହି କାର୍ଯ୍ୟକ୍ରମକୁ ସେ ସାଧୁବାଦ ଜଣାଇଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଐତିହାସିକ କଟକ ସହର ସମସ୍ତ ପ୍ରତିଯୋଗୀଙ୍କୁ ସ୍ବାଗତ ଜଣାଉଛି ବୋଲି କହିଥିଲେ। ଆଗାମୀ ଦିନରେ ବିଶ୍ୱସ୍ତରୀୟ ବିଶ୍ୱବିଦ୍ୟାଳୟ ପ୍ରତିଯୋଗିତା ଆୟୋଜନର ଯୋଜନା ହେଉଛି। ଏହି ବିଶ୍ୱସ୍ତରୀୟ ବିଶ୍ୱବିଦ୍ୟାଳୟ ପ୍ରତିଯୋଗିତାର କିଛି ମ୍ୟାଚ୍‌ ଓଡ଼ିଶାରେ ହେଉ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଛନ୍ତି। ରାଜ୍ୟ କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ, କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ତର୍ଜାତୀୟ ଧାବିକା ଦୂତୀ ଚାନ୍ଦ ପ୍ରତିଯୋଗୀମାନଙ୍କୁ ଶପଥପାଠ କରାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri