ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଉଦ୍‌ଘାଟିତ: ଭାରତ ହେବ କ୍ରୀଡ଼ାର ‘ସୁପରପାୱାର’

କଟକ ଅଫିସ,୨୩ା୨: ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଖେଲୋ ଇଣ୍ଡିଆ ୟୁନଭର୍ସିଟି ଗେମ୍ସର ପ୍ରଥମ ସଂସ୍କରଣ ଶନିବାର ସନ୍ଧ୍ୟାରେ ମହାସମାରୋହରେ ଉଦ୍‌ଘାଟିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନି୍ଂସ ଜରିଆରେ ଏହି ମେଗା ଇଭେଣ୍ଟକୁ ଆନୁଷ୍ଠାନିକ ଉଦ୍‌ଘାଟନ କରିଛନ୍ତି। କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ସ୍ବତନ୍ତ୍ର ଅତିଥି ଭାବେ ଯୋଗଦେଇ ଭାରତୀୟ କ୍ରୀଡ଼ା ନିମନ୍ତେ ଏହା ଏକ ସ୍ମରଣୀୟ ଦିବସ ବୋଲି ଅଭିହିତ କରିବା ସହିତ ଆଗାମୀ ଦିନରେ ଭାରତ ବିଶ୍ୱ କ୍ରୀଡ଼ାର ସୁପର ପାୱାର ହେବ ବୋଲି କହିଛନ୍ତି। ଉଦ୍‌ଘାଟନୀ ସନ୍ଧ୍ୟାରେ ଖ୍ୟାତନାମା କଳାକାରମାନେ ରାଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଦର୍ଶକଙ୍କ ମନ ମୋହିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଥିଲେ ଯେ, ପ୍ରତ୍ୟେକ ଖେଳାଳି ନିଜକୁ ନିଜର ସର୍ବଶ୍ରେଷ୍ଠ ପ୍ରତିଦ୍ୱନ୍ଦ୍ୱୀ ବୋଲି ବିଚାର କରନ୍ତୁ। ମଇଦାନ ଉପରେ ଅଳ୍ପ ସମୟରେ ପ୍ରତିଯୋଗିତା ହୁଏ। ହେଲେ ନିଜ ସହ ଦୀର୍ଘ ସମୟର ପ୍ରତିଯୋଗିତା ହେବା ଉଚିତ। ଖେଲୋ ଇଣ୍ଡିଆ କାର୍ଯ୍ୟକ୍ରମ ଭାରତୀୟ କ୍ରୀଡ଼ା ଜଗତରେ ବେଶ୍‌ ପ୍ରଭାବ ପକାଇଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ପ୍ରଥମ ସଂସ୍କରଣରେ ୩,୫୦୦ କ୍ରୀଡ଼ାବିତ ଅଂଶଗ୍ରହଣ କରିଛନ୍ତି। ଦେଶର କ୍ରୀଡ଼ା ଭିତ୍ତିଭୂମିରେ ନିରନ୍ତର ବିକାଶ ଘଟୁଛି। ଖେଳାଳିମାନେ କେବଳ ନିଜର ଖେଳ ପ୍ରତି ଧ୍ୟାନ ଦିଅନ୍ତୁ। ଏବେ ଖେଳାଳିମାନଙ୍କ ପାଇଁ ଆଜୀବନ ପେନ୍‌ସନ ଯୋଜନା ହେଲାଣି ବୋଲି ମୋଦି କହିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। କ୍ରୀଡ଼ାବିତଙ୍କ ବିକାଶ ପାଇଁ ଖେଲୋ ଇଣ୍ଡିଆର ଏହି କାର୍ଯ୍ୟକ୍ରମକୁ ସେ ସାଧୁବାଦ ଜଣାଇଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଐତିହାସିକ କଟକ ସହର ସମସ୍ତ ପ୍ରତିଯୋଗୀଙ୍କୁ ସ୍ବାଗତ ଜଣାଉଛି ବୋଲି କହିଥିଲେ। ଆଗାମୀ ଦିନରେ ବିଶ୍ୱସ୍ତରୀୟ ବିଶ୍ୱବିଦ୍ୟାଳୟ ପ୍ରତିଯୋଗିତା ଆୟୋଜନର ଯୋଜନା ହେଉଛି। ଏହି ବିଶ୍ୱସ୍ତରୀୟ ବିଶ୍ୱବିଦ୍ୟାଳୟ ପ୍ରତିଯୋଗିତାର କିଛି ମ୍ୟାଚ୍‌ ଓଡ଼ିଶାରେ ହେଉ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଛନ୍ତି। ରାଜ୍ୟ କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ, କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ତର୍ଜାତୀୟ ଧାବିକା ଦୂତୀ ଚାନ୍ଦ ପ୍ରତିଯୋଗୀମାନଙ୍କୁ ଶପଥପାଠ କରାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri