Posted inଖେଳ

ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଜର୍ସି, ମାସ୍କଟ ଉନ୍ମୋଚିତ ‘ଭାରତ ହେବ କ୍ରୀଡ଼ାର ମହାଶକ୍ତି’

ଭୁବନେଶ୍ୱର, ୭।୧(କ୍ରୀଡ଼ା ପ୍ରତିନିଧି)-
ଭାରତକୁ ଏକ କ୍ରୀଡ଼ା ମହାଶକ୍ତିରେ ପରିଣତ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ସର୍ବପ୍ରଥମ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଆରମ୍ଭ ହେବାକୁ ଯାଉଛି। ଏହାର ପ୍ରଥମ ସଂସ୍କରଣ ଭୁବନେଶ୍ୱରରେ ଅନୁଷ୍ଠିତ ହେବ।
” ଭାରତର କ୍ରୀଡ଼ା ରାଜଧାନୀର ମାନ୍ୟତା ପାଉଥିବା ଭୁବନେଶ୍ୱରରେ ସର୍ବପ୍ରଥମ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଆୟୋଜିତ ହେଉଥିବାରୁ ମୁଁ ବହୁତ ଖୁସି। ଭାରତ ସରକାରଙ୍କ କ୍ରୀଡ଼ା ମନ୍ତ୍ରଣାଳୟ ଏବଂ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ ଏହାକୁ ଏକ ବାର୍ଷିକ କ୍ରୀଡ଼ାରେ ପରିଣତ କରନ୍ତୁ ବୋଲି ମୁଁ ଚାହିଁବି। ଇଭେଣ୍ଟ ସମୟରେ ଖେଳୁଆଡ଼ ମନୋଭାବ ପ୍ରକାଶ ପାଇବା ନେଇ ମୁଁ ଦୃଢ଼ ନିଶ୍ଚିତ। ରାଜ୍ୟ ସରକାର ଓ କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏହି କ୍ରୀଡ଼ାକୁ ସ୍ମରଣୀୟ କରିବା ପାଇଁ ସବୁ ପ୍ରକାର ଉଦ୍ୟମ କରାଯିବ। ଏଥିରେ ଭାଗ ନେବାକୁ ଯାଉଥିବା ବିଶ୍ୱବିଦ୍ୟାଳୟ ଦଳ ଗୁଡ଼ିକ ଏଠାକାର ସମୃଦ୍ଧ କଳା, ସଂସ୍କୃତି ଓ ଆତିଥ୍ୟରେ ସ୍ମରଣୀୟ ସ୍ମୃତି ନେଇ ଫେରିବା ମୋର ଆଶା“ ବୋଲି ସୋମବାର ପ୍ରତିଯୋଗିତାର ଜର୍ସି ଉନ୍ମୋଚନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ କରିଛନ୍ତି। ଭାରତକୁ କ୍ରୀଡ଼ାର ମହାଶକ୍ତିରେ ପରିଣତ କରିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଛି। ଏହି ପରିପ୍ରେକ୍ଷୀରେ ଖେଲୋ ଇଣ୍ଡିଆ ୟୁ୍‌ଥ୍‌ ଗେମ୍ସ, ୟୁନିଭର୍ସିଟି ଗେମ୍ସ, ସ୍କୁଲ ଗେମ୍ସ ଓ ଭିନ୍ନକ୍ଷମ କ୍ରୀଡ଼ା ପ୍ରତିବର୍ଷ ଆୟୋଜିତ ହେବ। ପ୍ରତି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ଅତିକମ୍‌ରେ ଗୋଟିଏ ଲେଖାଏ କ୍ରୀଡ଼ାକୁ ପ୍ରମୋଟ କରିବେ। ଫଳରେ ୨୦୨୮ ଅଲିମ୍ପିକ୍ସ ବେଳକୁ ବିଶ୍ୱ କ୍ରୀଡ଼ା ଜଗତରେ ଭାରତ ଏକ କ୍ରୀଡ଼ା ଶକ୍ତିରେ ପରିଣତ ହୋଇଥିବ ବୋଲି କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ କିରେନ ରିଜିଜୁ ପ୍ରକାଶ କରିଛନ୍ତି। ଏହି ଅବସରରେ ପ୍ରତିଯୋଗିତାର ମାସ୍କଟ ଓ କାର୍ଯ୍ୟସୂଚୀ ଉନ୍ମୋଚିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri