Posted inଖେଳ

ଖେଳରତ୍ନ ପାଇଁ ରୋହିତ, ନୀରଜଙ୍କ ନାମ ସୁପାରିସ

ନୂଆଦିଲ୍ଲୀ, ୩୧ା୫ (ପି.ଟି.)-ମର୍ଯ୍ୟାଦାପୂର୍ଣ୍ଣ ଖେଳରତ୍ନ ପୁରସ୍କାର ପାଇଁ ଭାରତର ଷ୍ଟାର ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଏବଂ ତାରକା ଆଥଲେଟ୍‌ ନୀରଜ ଚୋପ୍ରାଙ୍କ ନାମ ସୁପାରିସ ହୋଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପକ୍ଷରୁ ରୋହିତ ଏବଂ ଆଥଲେଟିକ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫଆଇ) ପକ୍ଷରୁ ନୀରଜଙ୍କ ନାମ ସୁପାରିସ କରାଯାଇଛି।
୨୦୧୯ରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଦିନିକିଆ ବିଶ୍ୱକପ୍‌ରେ ରୋହିତଙ୍କ ପ୍ରଦର୍ଶନ ଉଲ୍ଲେଖନୀୟ ଥିଲା। ଭାରତୀୟ ଟିମ୍‌ର ସବୁଠାରୁ ସିନିୟର ପେସ୍‌ ବୋଲର ଈଶାନ୍ତ ଶର୍ମାଙ୍କ ସହିତ ରୋହିତଙ୍କ ଓପନିଂ ପାର୍ଟନର ଶିଖର ଧାଓ୍ବନଙ୍କ ନାମ ପୁଣି ଥରେ ଅର୍ଜୁନ ପୁରସ୍କାର ପାଇଁ ସୁପାରିସ କରାଯାଇଛି। ବାମହାତୀ ବ୍ୟାଟ୍ସମ୍ୟାନ ଧାଓ୍ବନ ୨୦୧୮ରେ ଅର୍ଜୁନ ପୁରସ୍କାରରୁ ବଞ୍ଚତ୍ତ ହୋଇଥିଲେ। ମହିଳା ବିଭାଗରେ ବିସିସିଆଇ ଅଲ୍‌ରାଉଣ୍ଡର ଦୀପ୍ତି ଶର୍ମାଙ୍କ ନାମ ଅର୍ଜୁନ ପୁରସ୍କାର ପାଇଁ ସୁପାରିସ କରିଛି। ଗତ ୩ ବର୍ଷ ହେଲା ସେ ଉଭୟ ଅନ୍ତର୍ଜାତୀୟ ଦିନିକିଆ ଓ ଅନ୍ତର୍ଜାତୀୟ ଟି୨୦ରେ ସ୍ଥିର ପ୍ରଦର୍ଶନ କରିଆସୁଛନ୍ତି। ଏଏଫ୍‌ଆଇ ପକ୍ଷରୁ ଟ୍ରାକ୍‌ ଆଣ୍ଡ ଫିଲ୍ଡ ଆଥଲେଟ୍‌ଭାବେ କେବଳ ୨୨ ବର୍ଷୀୟ ନୀରଜଙ୍କ ନାମ ପଠାଯାଇଛି। ଗୋଲ୍ଡକୋଷ୍ଟ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିବାପରେ ୨୦୧୮ରେ ନୀରଜ ଅର୍ଜୁନ ପୁରସ୍କାର ପାଇଥିଲେ। ୨୦୧୮ ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ବିଜୟ ପାଇଁ ୨୦୧୯ରେ ତାଙ୍କ ନାମ ଖେଳରନତ୍ ପୁରସ୍କାର ପାଇଁ ସୁପାରିସ କରାଯାଇଥିଲା।
ଅର୍ଜୁନ ଦୌଡ଼ରେ ଦୂତୀ
ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦଙ୍କ ନାମ ଓଡ଼ିଶା ସରକାରଙ୍କ ପକ୍ଷରୁ ଏଏଫଆଇ ନିକଟକୁ ପଠାଯାଇଛି। ଗତବର୍ଷ ନାମ ପଠାଯିବାରେ ବିଳମ୍ବ ହେବାରୁ ଦୂତୀ ଏହି ପୁରସ୍କାର ଦୌଡ଼ରେ ସାମିଲ ହୋଇପାରି ନ ଥିଲେ। ଏଏଫ୍‌ଆଇ ଏ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ନେବ। ୨୦୧୯ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିଥିବା ଦୂତୀ ୨୦୧୮ ଏସିଆନ ଗେମ୍ସର ଉଭୟ ୧୦୦ ଓ ୨୦୦ ମିଟରରେ ଗୋଟିଏ ଲେଖାଏ ରୌପ୍ୟ ପଦକ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

“ଦୋସା ଇଡ୍‌ଲି ସାମ୍ବର ଚଟଣି” ଗୀତକୁ ନେଇ CSK-RCB ମଧ୍ୟରେ ବିବାଦ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: : ଚଳିତ IPL ୨୦୨୬ ସିଜିନ ସମୟରେ ଚେନ୍ନାଇ ସୁପର କିଙ୍ଗସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ନୂତନ ବିବାଦ ଦେଖାଦେଇଛି। ଚେନ୍ନାଇ…

ମୁଁ ୧୦୦ ପ୍ରତିଶତ ଫିଟ୍‌ ନାହିଁ: ଚାଞ୍ଚଲ୍ୟକର ଖୁଲାସା କଲେ କୋହଲି

ନୂଆଦିଲ୍ଲୀ,୧୭।୪: ୨୦୨୬ ଆଇପିଏଲ ସିଜିନରେ ବିରାଟ କୋହଲିଙ୍କ ବ୍ୟାଟିଂ ସଫଳ ହୋଇଛି। ତାଙ୍କ ବ୍ୟାଟିଂକୁ ବହୁତ ପ୍ରଶଂସା ମିଳୁଥିଲେ ମଧ୍ୟ ତାଙ୍କ ଫିଟନେସକୁ ମଧ୍ୟ ସମାନ ଭାବରେ…

ପଡ଼ିଆ ମଝିରେ ହାର୍ଦ୍ଦିକ ପାଣ୍ଡ୍ୟା- ବୁମ୍‌ରାଙ୍କ ମଧ୍ୟରେ ହେଲା ଭୟଙ୍କର ଝଗଡ଼ା! କାରଣ ଜାଣିଲେ…

ନୂଆଦିଲ୍ଲୀ,୧୭।୪: IPL ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏପର୍ଯ୍ୟନ୍ତ କିଛି ଭଲ ଚାଲିନାହିଁ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଦଳ ଲଗାତାର ଚାରୋଟି ମ୍ୟାଚ ହାରିଛି। ବିଶ୍ୱର ସବୁଠାରୁ…

ମୁମ୍ୱାଇକୁ ହରାଇଲା ପଞ୍ଜାବ

ମୁମ୍ୱାଇ,୧୬ା୪: ପ୍ରଭସିମରନ ସିଂ ଓ ଅଧିନାୟକ ଶ୍ରେୟସ ଆୟାରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ…

ଡି’ କକ୍‌ଙ୍କ ଅପରାଜିତ ଶତକ

ମୁମ୍ୱାଇ,୧୬ା୪: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଓ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ପରସ୍ପରକୁ ଭେଟିଛନ୍ତି। କ୍ୱିଣ୍ଟନ ଡି’ କକ୍‌ଙ୍କ ଅପରାଜିତ ଶତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri