Posted inଖେଳ

ଖେଳରତ୍ନ ପାଇଁ ହିମାଙ୍କ ନାମ ସୁପାରିସ

ନୂଆଦିଲ୍ଲୀ, ୧୬ା୬ (ପି.ଟି.)- ଆସାମ ରାଜ୍ୟ ସରକାର ଦେଶର ଟପ୍‌ ସ୍ପ୍ରିଣ୍ଟର ହିମା ଦାସଙ୍କ ନାମ ଖେଳରତ୍ନ ପୁରସ୍କାର ପାଇଁ ସୁପାରିସ କରିଛନ୍ତି। ଚଳିତ ବର୍ଷ ଖେଳରତ୍ନ ପୁରସ୍କାର ପାଇଁ ସୁପାରିସ ହୋଇଥିବା ଆଥଲେଟ୍‌ମାନଙ୍କ ମଧ୍ୟରେ ୨୦ ବର୍ଷୀୟା ହିମା ହେଉଛନ୍ତି ସର୍ବକନିଷ୍ଠ। ୨୦୧୮ରେ ଫିନ୍‌ଲାଣ୍ଡର ଟାମ୍ପେରେଠାରେ ଅନୁଷ୍ଠିତ ୨୦ବର୍ଷରୁ କମ୍‌ ବିଶ୍ୱଚାମ୍ପିୟନଶିପ୍‌ରେ ପ୍ରଥମ ଭାରତୀୟ ଆଥଲେଟ୍‌ ଭାବେ ହିମା ଟାଇଟଲ ବିଜୟୀ ହୋଇ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏବର୍ଷ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ପାଇଁ ତାଙ୍କୁ ଜଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା, ରେସ୍‌ଲର ଭିନେଶ ଫୋଗତ୍‌, ଟେବୁଲ ଟେନିସ ଖେଳାଳି ମନିକା ବାତ୍ରା, ମହିଳା ହକି ଅଧିନାୟିକା ରାଣୀ ରାମପାଲ ଏବଂ କ୍ରିକେଟର ରୋହିତ ଶର୍ମାଙ୍କ ସହ ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବାକୁ ପଡ଼ିବ। ୨୦୧୮ ହିମାଙ୍କ ପାଇଁ ସ୍ମରଣରୀୟ ସିଜନ ରହିଥିଲା। ୨୦ ବର୍ଷରୁ କମ୍‌ ଟାଇଟଲ ବ୍ୟତୀତ ସେ ୪୦୦ ମିଟରରେ ରୌପ୍ୟ ଜିତିଥିଲେ। ସେ ଆହୁରି ମଧ୍ୟ ୪x୪୦୦ ମିକ୍ସଡ ରିଲେ ସ୍ବର୍ଣ୍ଣ ଏବଂ ଜାକର୍ତ୍ତା ଏସିଆନ ଗେମ୍ସରେ ମହିଳା ୪x୪୦୦ ମିଟର ମହିଳା ସ୍ବର୍ଣ୍ଣ ପଦକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ମେସି, ରୋନାଲ୍ଡୋଙ୍କ କ୍ଲବରେ ସାମିଲ ହେଲେ ଏହି ମହାନ ଗୋଲକିପର, ଜାଣନ୍ତୁ…

ମେକ୍ସିକୋ ସିଟି,୨୫ା୬: ମେକ୍ସିକୋର ଭେଟେରାନ ଗୋଲକିପର ଗୁଇଲେର୍ମୋ ଓଚୋଆ ଫିଫା ବିଶ୍ୱକପ୍‌ ଇତିହାସରେ ତୃତୀୟ ଖେଳାଳି ଭାବେ ଷଷ୍ଠ ବିଶ୍ୱକପ୍‌ ଖେଳିଛନ୍ତି। ତାଙ୍କ ଭଳି ଚଳିତ ସଂସ୍କରଣରେ…

କାନାଡ଼ାକୁ ହରାଇ ଗ୍ରୁପ୍‌-ବି’ ଶୀଷର୍ର୍ରେ ସୁଇଜରଲାଣ୍ଡ

ଭାଙ୍କୋଭର,୨୫ା୬: ରୁବେନ ଭର୍ଗାସ ଓ ଜୋହାନ ମାଜାମ୍ବିଙ୍କ ଗୋଲ ବଳରେ ସୁଇଜରଲାଣ୍ଡ ୨-୧ ଗୋଲରେ କାନାଡାକୁ ପରାସ୍ତ କରିଛି। ଏହି ବିଜୟ ସହ ସୁଇଜରଲାଣ୍ଡ ଗ୍ରୁପ୍‌-ବି’ ଟପ୍ପର…

VIDEO: କିଏ ଏହି ଅଭିନେତ୍ରୀ, ଯାହାଙ୍କୁ ରାତାରାତି ଫେମଶ କରିଦେଲା FIFA ଓ୍ବାର୍ଲଡ କପ

ନୂଆଦିଲ୍ଲୀ,୨୫।୬: ୨୦୨୬ ଫିଫା ବିଶ୍ୱକପରେ ଖେଳାଳିମାନେ ପଡ଼ିଆରେ ସେମାନଙ୍କର ଦକ୍ଷତା ପ୍ରଦର୍ଶନ କରୁଥିବା ବେଳେ, ଷ୍ଟାଣ୍ଡରେ କିଛି ପ୍ରଶଂସକ ମଧ୍ୟ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ଦର୍ଶକଙ୍କ ମଧ୍ୟରେ,…

ଆୟରଲ୍ୟାଣ୍ଡ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଶ୍ରେୟସ ଆୟର ପୋଷ୍ଟ କଲେ ଦ୍ୱିତୀୟ ଜନ୍ମର ତାରିଖ, ବଢ଼ିଲା ଚର୍ଚ୍ଚା                                                          

ନୂଆଦିଲ୍ଲୀ,୨୫।୬: ଭାରତୀୟ ଟି-୨୦ କ୍ରିକେଟ ଦଳର ନୂଆ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଜୁନ ୨୬ ରେ ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବାକୁ…

କେବଳ କ୍ରିକେଟରେ ନୁହେଁ ବ୍ୟବସାୟରେ ମଧ୍ୟ ଖୁବ ଆଗରେ ବିରାଟ କୋହଲି; ଜାଣନ୍ତୁ BCCI ବ୍ୟତୀତ କେତେ ରୋଜଗାର କରନ୍ତି…

ନୂଆଦିଲ୍ଲୀ,୨୫।୬: ବିଶ୍ୱର ସବୁଠାରୁ ସଫଳ ଏବଂ ପ୍ରସିଦ୍ଧ କ୍ରିକେଟରଙ୍କ ମଧ୍ୟରୁ ଜଣେ ବିରାଟ କୋହଲି ଥରେ ମନ୍ତବ୍ୟ ଦେଇଥିଲେ ଯେ ସେ ବ୍ୟବସାୟ ବିଷୟରେ କିଛି ଜାଣି…

ବିବାହରେ ଧୋନି, କୋହଲି, ରୋହିତଙ୍କୁ କାହିଁକି ନିମନ୍ତ୍ରଣ କଲେ ନାହିଁ ଆକାଶ ଦୀପ? ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୫।୬: କାଶୀରେ ଭାରତୀୟ ଦଳର ଦ୍ରୁତ ବୋଲର ଆକାଶ ଦୀପ ଅକ୍ଷିତାଙ୍କ ସହିତ ବୁଧବାର ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବିବାହ ଉତ୍ସବ ଏକ ଆନନ୍ଦଦାୟକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri