Posted inଖେଳ

ଖେଳାଳିଙ୍କ ନିରାପତ୍ତା ସହ ବୁଝାମଣା କରାଯାଇଥିଲା: ସାଇନା

ନୂଆଦିଲ୍ଲୀ,୧୮।୩(ପି.ଟି.): ଭାରତୀୟ ମହିଳା ବ୍ୟାଡମିଣ୍ଟନ ତାରକା ସାଇନା ନେହ୍ବାଲ ଗତ ସପ୍ତାହରେ ଖେଳାଯାଇଥିବା ଅଲ ଇଂଲଣ୍ଡ ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ର ଆୟୋଜନ ନେଇ ପ୍ରଶ୍ନ ଉଠାଇଛନ୍ତି। ଖେଳାଳିଙ୍କ ନିରାପତ୍ତାକୁ ହେୟ କରି ଅର୍ଥକୁ ଅଧିକ ଗୁରୁତ୍ୱ ଦିଆଯାଇଥିଲା ବୋଲି ସେ ଅଭିଯୋଗ ଆଣିଛନ୍ତି। କରୋନା ଭାଇରସ ସାରା ବିଶ୍ୱରେ ଏକ ମହାମାରୀ ରୂପ ନେଇଥିବା ବେଳେ କିପରି ଏହି ହାଇପ୍ରୋଫାଇଲ ଟୁର୍ନାମେଣ୍ଟ ଖେଳାଯାଇଥିଲା ବୋଲି ସେ ପ୍ରଶ୍ନ କରିଛନ୍ତି। ତେଣୁ କେବଳ ଅର୍ଥକୁ ଅଧିକ ଗୁରତ୍ୱ ଦିଆଯାଇଥିଲା। ନହେଲେ ଏହି ଟୁର୍ନାମେଣ୍ଟ ଆୟୋଜନ କରିବାର କୌଣସି କାରଣ ନ ଥିଲା ବୋଲି ସାଇନା ଟୁଇଟ୍‌ କରି ଜଣାଇଛନ୍ତି।
ଅଲ ଇଂଲଣ୍ଡରେ ସାଇନା ପ୍ରଥମ ରାଉଣ୍ଡରେ ହିଁ ପରାସ୍ତ ହୋଇ ବିଦାୟ ନେଇଥିଲେ। ବିପଦ ସତ୍ତ୍ୱେ କେତେକ ଖେଳାଳି ଏହି ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଥିଲେ। ଅଲିମ୍ପିକ୍‌ କ୍ୱାଲିଫିକେଶସ ଓ ର଼୍ୟାଙ୍କିଙ୍ଗ୍‌ ପଏଣ୍ଟ ଦୃଷ୍ଟିକୋଣରୁ ଏହି ଟୁର୍ନାମେଣ୍ଟର ମଧ୍ୟ ଯଥେଷ୍ଟ ଗୁରତ୍ୱ ରହିଥିଲା। ତେବେ ପ୍ରଥମ ରାଉଣ୍ଡରେ ପରାସ୍ତ ହୋଇ ବିଦାୟ ନେଇଥିବାରୁ ସାଇନାଙ୍କ ଅଲିମ୍ପିକ୍‌ ଯୋଗ୍ୟତା ହାସଲ ନେଇ ଆଶଙ୍କା ପ୍ରକାଶ ପାଇଛି। ଏହି ଟୁର୍ନାମେଣ୍ଟକୁ ସ୍ଥଗିତ ରଖାଯାଇପାରିଥାନ୍ତା କିମ୍ବା ବାତିଲ କରାଯାଇପାରିଥାନ୍ତା ବୋଲି ସେ କହିଛନ୍ତି। କରୋନା ଭାଇରସ ଆତଙ୍କ କାରଣରୁ ବ୍ୟାଡମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ତାର ସବୁ ଇଭେଣ୍ଟକୁ ସ୍ଥଗିତ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri