Posted inଖେଳ

ଖେଳାଳି କରୋନା ପଜିଟିଭ ଜଣାପଡ଼ିବା ପରେ ସ୍ଥଗିତ ରହିଲା ମ୍ୟାଚ୍‌

ମେଲବୋର୍ନ, ୨୦।୩- କରୋନା ଭାଇରସ୍‌ ଯୋଗୁ ବିଶ୍ୱସ୍ତରରେ କ୍ରୀଡ଼ା ବେଶ୍‌ ପ୍ରଭାବିତ ହୋଇଛି। ତେବେ ଯେଉଁ ଦେଶରେ କରୋନା ପ୍ରଭାବ ହ୍ରାସ ପାଇବାରେ ଲାଗିଛି ସେଠାରେ ଗତ ମାସ ଶେଷ ଭାଗରୁ ବିଭିନ୍ନ ପ୍ରତିଯୋଗିତା ଧିରେ ଧିରେ ଆରମ୍ଭ ହେବାରେ ଲାଗିଛି। ତେବେ ଅଷ୍ଟ୍ରେଲିଆରେ ଜଣେ ଖେଳାଳି କରୋନା ପଜିଟିଭ ଜଣାପଡ଼ିବା ପରେ ଅଷ୍ଟ୍ରେଲିଆ ଫୁଟ୍‌ବଲ ଲିଗ୍‌ (ଏଏଲ୍‌ଏଫ୍‌)ର ଏସେନଡନ ଓ ମେଲବୋର୍ନ ମଧ୍ୟରେ ଖେଳାଯିବାକୁ ଥିବା ଏକ ମ୍ୟାଚ୍‌କୁ ସ୍ଥଗିତ ରଖିବାକୁ ଆୟୋଜକ ନିଷ୍ପତ୍ତି ନେଇଥିଲେ। ଏହି ଖେଳାଳି ଜଣଙ୍କ ହେଲେ ଏସେନଡନର ଦଳର କର୍ନର ମ୍ୟାକେନା। ଗତ ସପ୍ତାହରେ ୨୪ ବର୍ଷୀୟ ମ୍ୟାକେନା ଆର୍ୟଲାଣ୍ଡରୁ ଏଠାକୁ ଆସିଥିଲେ। ଶୁକ୍ରବାର ସନ୍ଧ୍ୟାରେ ସେ ସାମାନ୍ୟ ଅସୁସ୍ଥ ଅନୁଭବ କରିବାରୁ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା। ରିପୋର୍ଟ ନେଗେଟିଭ ବାହାରିଥିଲା। ଏହାପରେ ପୁନର୍ବାର ଶନିବାର ପରୀକ୍ଷା କରାଯିବାରୁ ସେ କରୋନା ପଜିଟିଭ ବୋଲି ଜଣାପଡ଼ିଥିଲା। ଏଏଲ୍‌ଏଫ୍‌ ମୁଖ୍ୟ କାର୍ଯ୍ୟନିର୍ବାହୀ ଗିଲ୍‌ ମ୍ୟାକ୍‌ଲାଚଲାନ୍‌ କହିଛନ୍ତି, ମ୍ୟାକେନାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ରବିବାର ଏସେନଡନ ଓ ମେଲବୋର୍ନ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍‌କୁ ସ୍ଥଗିତ ରଖାଯାଇଛି। ସାଥୀ ଖେଳାଳି ଓ ଷ୍ଟାଫ୍‌ଙ୍କ ସ୍ବାବ୍‌ ପରୀକ୍ଷା କରାଯିବାକୁ ନିଷ୍ପତ୍ତି ହୋଇଛି। ତେବେ ଲିଗ୍‌ର ଅନ୍ୟସମସ୍ତ ମ୍ୟାଚ୍‌ ଅନୁଷ୍ଠିତ ହେବ ବୋଲି ଗିଲ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri