ଖୋଜାଯିବ ସୀମାନ୍ତ ସଂଖ୍ୟାଲଘୁ ଓଡ଼ିଆଙ୍କ ସମସ୍ୟା

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ଓଡ଼ିଶାର ଉପାନ୍ତ ତଥା ପଡ଼ୋଶୀ ରାଜ୍ୟରେ ବସବାସ କରୁଥିବା ସଂଖ୍ୟାଲଘୁ ଓଡ଼ିଆ ଭାଷାଭାଷୀ ଲୋକଙ୍କ ସମସ୍ୟା ଅନୁଧ୍ୟାନ କରିବ ଗୃହ କମିଟି। ଏଥିଲାଗି ୭ ସବ୍‌ କମିଟି ଗଠିତ ହୋଇଛି। କମିଟି ସଦସ୍ୟ ପଡ଼ୋଶୀ ରାଜ୍ୟ ଗସ୍ତ କରି ସଂଖ୍ୟାଲଘୁ ଓଡ଼ିଆଙ୍କ ସମସ୍ୟା ବୁଝିବେ ଏବଂ ଏହାର ପ୍ରତିକାର କରିବାକୁ ସୁପାରିସ କରିବେ। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଂଖ୍ୟାଲଘୁ ଭାଷାଭାଷୀ ଗୃହ କମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଛି।
ବିଧାନସଭାର ପ୍ରକୋଷ୍ଠ ନମ୍ବର ୫୯ରେ ଭିଡିଓ କନ୍‌ଫରେନ୍ସରେ ଆୟୋଜିତ ଉକ୍ତ ବୈଠକରେ ସୀମାନ୍ତରେ ବସବାସ କରୁଥିବା ସଂଖ୍ୟାଲଘୁ ଓଡ଼ିଆଙ୍କ ଭାଷା, ସାହିତ୍ୟ, ସଂସ୍କୃତିର ସୁରକ୍ଷା ଉପରେ ବ୍ୟାପକ ଆଲୋଚନା ହୋଇଛି। ବିଧାନସଭା ଅଧିବେଶନ ପରେ କୋଭିଡ୍‌ ସ୍ଥିତି ସ୍ବାଭାବିକ ହେଲେ ଏଥିଲାଗି ଗଠିତ ୭ ସବ୍‌-କମିଟି ସଦସ୍ୟ ବିଭିନ୍ନ ରାଜ୍ୟ ଗସ୍ତ କରି ବାସ୍ତବ ସ୍ଥିତି ଅନୁଧ୍ୟାନ କରିବେ। ଓଡ଼ିଆଙ୍କ ସ୍ବାର୍ଥରକ୍ଷା ପାଇଁ ସମ୍ପୃକ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ବାଚସ୍ପତିଙ୍କ ସହ ଆଲୋଚନା କରାଯିବ। ସୀମାନ୍ତ ଆନ୍ଧ୍ର ପାଇଁ ସରକାରୀ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ତେଲଙ୍ଗାନା ପାଇଁ ବିଧାୟକ ଦେବୀ ପ୍ରସାଦ ମିଶ୍ର, ଛତିଶଗଡ଼ ପାଇଁ ବିଧାୟକ ଅମର ପ୍ରସାଦ ଶତପଥୀ, ଝାଡ଼ଖଣ୍ଡ ପାଇଁ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, ପଶ୍ଚିମବଙ୍ଗ ପାଇଁ ବିଧାୟକ ଅନନ୍ତ ଦାସ, ଗୁଜରାଟ ଓ ମହାରାଷ୍ଟ୍ର ପାଇଁ ଉପବାଚସ୍ପତି ରଜନୀକାନ୍ତ ସିଂ, କର୍ନାଟକ ପାଇଁ କୃଷିମନ୍ତ୍ରୀ ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଗଠିତ ସବ୍‌-କମିଟି ସମ୍ପୃକ୍ତ ରାଜ୍ୟ ଗସ୍ତରେ ଯିବେ। ରାଜ୍ୟର ସୀମାନ୍ତ ଜିଲାରୁ ନିର୍ବାଚିତ ବିଧାୟକଙ୍କୁ ସବ୍‌କମିଟିରେ ସଭ୍ୟ ଭାବେ ସାମିଲ କରିବାକୁ ନିଷ୍ପତ୍ତି ହୋଇଛି। ପୂର୍ବରୁ ରାଜ୍ୟର ଉପାନ୍ତ ଜିଲାର ପିଲାଙ୍କୁ ପଡ଼ୋଶୀ ରାଜ୍ୟରେ ସିଟି, ବି.ଏଡ୍‌ ଏବଂ ପଡ଼ୋଶୀ ରାଜ୍ୟର ପିଲାଙ୍କୁ ଓଡ଼ିଶାରେ ସମାନ ତାଲିମ ଦେବାକୁ ଅନୁମତି ପ୍ରଦାନ କରାଯାଉଥିଲା। ଭାଷା ସୁରକ୍ଷା ଲାଗି ଏହି ବ୍ୟବସ୍ଥା ପୁନଃ ପ୍ରଚଳନ କରାଯିବ। ଏ ନେଇ ସରକାରଙ୍କୁ କମିଟି ସୁପାରିସ କରିବ ବୋଲି ଆଲୋଚନା ହୋଇଛି।
ପଡ଼ୋଶୀ ରାଜ୍ୟର ସୀମାକୁ ଲାଗି ରହିଥିବା ଜିଲାର ଜିଲାପାଳଙ୍କ ସହ ଆଗାମୀ ବୈଠକରେ ଆଲୋଚନା କରାଯିବ। ରାଜ୍ୟ ସରକାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ବିକାଶ ପାଇଁ ପଦକ୍ଷେପ ନେଉଛନ୍ତି। ଉପାନ୍ତ ଅଞ୍ଚଳରେ ଓଡ଼ିଆ ଭାଷାର ସୁରକ୍ଷା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯିବ ବୋଲି ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri