ଖୋର୍ଦ୍ଧାରେ ଟ୍ରାଫିକ୍‌ ପୋଲିସ, ଏଏସ୍‌ଆଇଙ୍କ ଦାଦାଗିରି: ଲାଞ୍ଚ ନ ଦେବାରୁ ପିଟିଲେ, ଚାଲାଣ ନ କାଟି ଛଡ଼ାଇନେଲେ ୫ଶହ ଟଙ୍କା

ଖୋର୍ଦ୍ଧା ଅଫିସ, ୨୫ ।୧୨: ଖୋର୍ଦ୍ଧା ଆଦର୍ଶ ଥାନା ବ୍ୟାଙ୍କ ଛକରେ ଜଣେ ଟ୍ରାଫିକ ପୋଲିସ ଓ ଆଦର୍ଶ ଥାନା ଏଏସ୍‌ଆଇଙ୍କର ଦାଦାଗିରି ଯୋଗୁ ବୁଧବାର ଖୋର୍ଦ୍ଧା ସହରରେ ଉତ୍ତେଜନା ଦେଖା ଦେଇଛି। ଏପରିକି ଏହାକୁ କେନ୍ଦ୍ରକରି ବ୍ୟାଙ୍କ ଛକ ନିକଟରେ ରାସ୍ତା ଅବରୋଧ କରାଯାଇଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ଟ୍ରାଫିକ୍‌ ପୋଲିସ ଏକ ଟ୍ରକ୍‌କୁ ତ୍ରୁଟିପୂର୍ଣ୍ଣ ରାସ୍ତାରେ ଯାଉଥିବା ଦର୍ଶାଇ ବ୍ୟାଙ୍କ ଛକରେ ଅଟକାଇ ୫୦୦ ଟଙ୍କା ଛଡ଼ାଇ ନେଇଥିଲେ। ପରେ ଅଧିକ ଟଙ୍କା ଲାଞ୍ଚ ଦାବି କରି ମାରପିଟ୍‌ ମଧ୍ୟ କରିଥିଲେ। ଏ ନେଇ ଟ୍ରାଫିକ୍‌ ପୋଲିସ ଥାନା ଏଏସ୍‌ଆଇଙ୍କୁ ସହଯୋଗ କଲେ। ଚାଲାଣ ନ କାଟି ସମ୍ପୃକ୍ତ ଟ୍ରକ୍‌ ଡ୍ରାଇଭରଙ୍କ ଫୋନ୍‌ ଛଡାଇ ନେଇଥିଲେ। ଲାଞ୍ଚ ନ ଦେଲେ କୌଣସି କାମ ହେବନି ବୋଲି କହିଥିଲେ। ଟ୍ରାଫିକ ପୋଲିସ ଓ ଏଏସ୍‌ଆଇଙ୍କର ଏଭଳି ଦାଦାଗିରି ଦେଖି ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଟ୍ରାଫିକ ପୋଲିସ ଓ ଏଏସ୍‌ଆଇଙ୍କୁ ନିଲମ୍ବନ ଦାବି କରି ସ୍ଥାନୀୟ ଲୋକ ଘଟଣାସ୍ଥଳରେ ରାସ୍ତାରୋକୋ କରି ଧାରଣା ଦେଇଥିଲେ। ଉତ୍ତେଜନା ବଢ଼ିବା ଦେଖି ଆଦର୍ଶ ଥାନାର ୨ୟ ଆଇଆଇସି ଭୁଲ ମାଗି ଆନ୍ଦୋଳନକୁ ପ୍ରତ୍ୟାହୃତ କରିବାକୁ ଅନୁରୋଧ କରିଥିଲେ। ପ୍ରାୟ ୧ଘଣ୍ଟା ପରେ ସାଢ଼େ ୧୨ଟାରେ ଆନ୍ଦୋଳନ ହଟିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri