ଖୋର୍ଦ୍ଧା ଗୁଳିକାଣ୍ଡ: ଔଷଧ ଦୋକାନୀଙ୍କ ମୃତ୍ୟୁ

ଖୋର୍ଦ୍ଧା ଅଫିସ୍‌,୧୬।୧୨: ଖୋର୍ଦ୍ଧାର ଏକ କ୍ଲିନିକରେ ହୋଇଥିବା ଗୁଳିମାଡ ଘଟଣାରେ ଗୁରୁତର ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ଏହି ଗୁଳିମାଡ ଗୁରୁତର ହୋଇଥିବା ଶିଶୁରୋଗ ବିଶେଷଜ୍ଞ ଡାକ୍ତର ମାନସ ଦାସଙ୍କର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଚାଲିଛି। ରବିବାର ସନ୍ଧ୍ୟା ସାଢ଼େ ୬ଟାରେ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ ନିକଟ ବଡଶଙ୍ଖସ୍ଥିତ ଏକ ଘରୋଇ କ୍ଲିନିକ ଭିତରେ ଫୁଟିଛି ୩ ରାଉଣ୍ଡ ଗୁଳି। ସେଥିରୁ ୨ଟି ଗୁଳି ଶିଶୁରୋଗ ବିଶେଷଜ୍ଞ ଡା. ମାନସ ଦାସଙ୍କ ପେଟରେ ବାଜିଥିଲା। ଏହି ସମୟରେ ଦୁର୍ବୃତ୍ତଙ୍କୁ ଧରିବାକୁ ଯାଇ ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁ ଓରଫ ସନ୍ତୋଷ ମଧ୍ୟ ଗୁଳିମାଡର ଶିକାର ହୋଇଥିଲେ। ତାଙ୍କର ମଧ୍ୟ ପେଟରେ ଗୁଳି ବାଜିଥିଲା। ସେଠାରେ ଆତଙ୍କ ଖେଳିଯିବା ପରେ ଦୁର୍ବୃତ୍ତ ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ମାନସ ଓ ସନ୍ତୋଷଙ୍କୁ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସୂଚନା ଅନୁଯାୟୀ, ଡାକ୍ତର ମାନସଙ୍କ ବଡଶଙ୍ଖ ଅଞ୍ଚଳରେ ଏକ କ୍ଲିନିକ୍‌ ରହିଛି। କ୍ଲିନିକ୍‌ ଭିତରେ ବଣିଆଟାଙ୍ଗିର ସନ୍ତୋଷ ଔଷଧ ଦୋକାନ କରିଛନ୍ତି। ରବିବାର ମାନସ କ୍ଲିନିକ୍‌ରେ ରୋଗୀ ଦେଖୁଥିଲେ। ଅପରାହ୍ନ ୫ଟାରେ କ୍ଲିନିକ୍‌ ବନ୍ଦ ହେବା କଥା। କିନ୍ତୁ ରୋଗୀଙ୍କ ସଂଖ୍ୟା ଅଧିକ ଥିବାରୁ ସମୟ ବଢ଼ି ଯାଇଥିଲା। ଏହି ସମୟରେ ଦୁଇଜଣ ଯୁବକ ଚାଲି ଚାଲି କ୍ଲିନିକକୁ ଆସିଥିଲେ। ଜଣେ ଯୁବକ ଫୁଲପ୍ୟାଣ୍ଟ, ଶାର୍ଟ ଓ ମଙ୍କିକ୍ୟାପ ପିନ୍ଧି ରୋଗୀ ହିସାବରେ ଡାକ୍ତରଙ୍କ ପାଖକୁ ଯାଇଥିଲେ। କିଏ କିଛି ବୁଝିବା ପୂର୍ବରୁ ସେ ଡାକ୍ତରଙ୍କୁ ଗୁଳିମାଡ କରି ବାହାରି ଆସୁଥିଲେ। ଭିତରୁ ଗୁଳିମାଡ ଶବ୍ଦ ସହ ରୋଗୀ ସମ୍ପର୍କୀୟଙ୍କ ପାଟି ଶୁଣି ସନ୍ତୋଷ ମୁଖାଧାରୀ ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ। ଫଳରେ ଯୁବକ ଜଣକ ତାଙ୍କ ଉପରକୁ ମଧ୍ୟ ଗୁଳି ଚଳାଇଥିଲେ। ଗୁଳିମାଡ ସମୟର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ଖବରପାଇ ଖୋର୍ଦ୍ଧା ଏସ୍‌ପି ଅଜେୟ ପ୍ରତାପ ସ୍ବାଇଁ, ଏସ୍‌ଡିପିଓ ସୁଶୀଲ ମିଶ୍ର ଓ ଖୋର୍ଦ୍ଧା ଆଦର୍ଶ ଥାନା ଆଇଆଇସି ଉମା ପ୍ରସାଦ ସିଂ ଉକ୍ତ କ୍ଲିନିକ୍‌ରେ ପହଞ୍ଚତ୍ ତଦନ୍ତ କରିଥିଲେ। ଏ ନେଇ ଖୋର୍ଦ୍ଧା ଆଦର୍ଶ ଥାନାରେ ଆଇପିସି ଦଫା ୩୦୭ ଓ ଆମର୍‌ସ ଆକ୍ଟର ଦଫା ୨୫ ଓ ୨୭ରେ ଏକ ମାମଲା (ନଂ.୪୬୭/୧୯) ରୁଜୁ ହୋଇଛି। ଅଭିଯୁକ୍ତଙ୍କୁ ଧରିବା ପାଇଁ ଜିଲାର ସବୁ ପ୍ରବେଶ ପଥରେ କଡ଼ାକଡ଼ି ଯାଞ୍ଚ କରାଯାଉଛି। ଏହାସହ ସମସ୍ତ ଥାନା ଅଧିକାରୀଙ୍କୁ ଧରପଗଡ଼ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଗୁଳିମାଡର କାରଣ ଅସ୍ପଷ୍ଟ ରହିଛି । ସିସିଟିଭି ଫୁଟେଜକୁ ଆଧାର କରି ତଦନ୍ତ ତ୍ୱରାନ୍ବିତ ହୋଇଛି ବୋଲି ଏସ୍‌ପି ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାହାଙ୍କୁ ଦିନେ କୋଳରେ ଧରିଥିଲେ ଲିଓନେଲ ମେସି, ଫାଇନାଲରେ ତାଙ୍କ ସହ କରିବେ ମୁକାବିଲା: ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ନୂଆଦିଲ୍ଲୀ,୧୬।୭: ୨୦୨୬ ଫିଫା ବିଶ୍ୱକପ ଫାଇନାଲ ପାଇଁ ଲାଇନ ଅପ ସ୍ଥିର ହୋଇଛି। ଟାଇଟଲ ମୁକାବିଲା ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ହେବ। ପ୍ରଥମ ସେମିଫାଇନାଲ୍‌ରେ ଫ୍ରାନ୍ସକୁ…

ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା ଦାବି: ଶତାଧିକ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ବିରାଟ ରାଲି

ଅମରପାଲି, ୧୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ନୂଆପଡା ମୌଜାରେ ନିକଟରେ ଖୋଲାଯାଇଥିବା ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା…

ଝୁଲି ଝୁଲି ଆସୁଛନ୍ତି ବଡଠାକୁର, ହରିବୋଲ ଧ୍ୱନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ

ପୁରୀ,୧୬।୭: ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ପବିତ୍ର ପହଣ୍ଡି । ଶଙ୍ଖ, ଘଣ୍ଟ, ମୃଦଙ୍ଗ ଓ “ହରିବୋଲ” ଧ୍ୱନିରେ ପ୍ରକମ୍ପିତ ହେଉଛି ସମଗ୍ର ବଡ଼ଦାଣ୍ଡ। ଭକ୍ତିରେ ମୁଖରିତ…

ଇତିହାସରେ ପ୍ରଥମଥର ପାଇଁ ଆର୍ଜେଣ୍ଟିନା-ସ୍ପେନ୍‌ ମଧ୍ୟରେ ବିଶ୍ୱକପ ଫାଇନାଲ

ଆଟଲାଣ୍ଟା, ୧୬।୭: ୭ ମିନିଟ ବ୍ୟବଧାନରେ ୨ ଗୋଲ ବଳରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା ଏଥର ପୁଣି ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ…

୪୧ ବର୍ଷରେ ପୁଣି ବିବାହ କରିବାକୁ ଯାଉଛନ୍ତି ଏହି ଅଭିନେତ୍ରୀ: ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ଲୋକପ୍ରିୟ ଟେଲିଭିଜନ ଅଭିନେତ୍ରୀ ଜେନିଫର ୱିଙ୍ଗେଟ ପୁଣି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସିଙ୍ଗାପୁରର ବ୍ୟବସାୟୀ ୱିଲିୟମ ଇସମାଏଲଙ୍କୁ ସେ ଜୀବନସାଥୀ ଭାବେ ବାଛିଛନ୍ତି। ଜେନିଫରଙ୍କ…

କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର: ୨୦୨୭ ବିଶ୍ୱକପରେ ଦେଖିବାକୁ ମିଳିପାରେ ୩ଟି ହାଇଭୋଲ୍ଟେଜ ଭାରତ-ପାକିସ୍ତାନ ମ୍ୟାଚ

ନୂଆଦିଲ୍ଲୀ,୧୬।୭: ଭାରତ ଏବଂ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ସଦାସର୍ବଦା ଦର୍ଶକଙ୍କ ପ୍ରଥମ ପସନ୍ଦ ହୋଇ ରହିଆସିଛି । ଆଇସିସି (ICC) ଟର୍ନାମେଣ୍ଟଗୁଡ଼ିକରେ ପ୍ରଶଂସକଙ୍କୁ ଏହି ରୋମାଞ୍ଚକର…

ଜୁନିଅରଙ୍କୁ କ୍ରିକେଟ ବ୍ୟାଟ୍‌ରେ ନିସ୍ତୁକ ପିଟିଲେ ସିନିୟର: ଥାନାରେ ଅଭିଯୋଗ ପରେ…

ଦେବଗଡ଼,୧୬।୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସୁନାମୁଣ୍ଡା ସ୍ଥିତ ନବୋଦୟ ବିଦ୍ୟାଳୟ ଛାତ୍ରାବାସରେ ରାଗିଂ ଅଭିଯୋଗ। ମିଳିଥିବା ସୂଚନାନୁଯାୟୀ, ଯୁକ୍ତ ଦୁଇ ପିଲାଙ୍କ ଦ୍ୱାରା ନବମ ଓ ଦଶମ…

ସ୍କୁଲ ପରିସରରେ ରୋମାନ୍ସ କରିବା ପଡ଼ିଲା ମହଙ୍ଗା: ଭାଇରାଲ ଭିଡିଓ ପରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ…

କନ୍ନୌଜ,୧୬।୭: ଉତ୍ତର ପ୍ରଦେଶର କନ୍ନୌଜ ଜିଲା ସୌରିଖ ବ୍ଲକସ୍ଥିତ ବଝେଡ଼ି କମ୍ପୋଜିଟ ବିଦ୍ୟାଳୟରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ବିଦ୍ୟାଳୟରେ କାର୍ଯ୍ୟରତ ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri