ଖୋର୍ଦ୍ଧା ଗୁଳିକାଣ୍ଡ ଘଟଣାର ଫିଟିଲା ଗୁମର

ଖୋର୍ଦ୍ଧା ଅଫିସ୍‌,୧୬।୧୨: ଖୋର୍ଦ୍ଧା ଡାକ୍ତର ଓ ଔଷଧ ଦୋକାନୀଙ୍କୁ ଗୁଳିମାଡ ମାମଲାର ଗୁମର ଫିଟିଛି। ଜମିଜମା ବିବାଦକୁ ନେଇ ଗୁଳିକାଣ୍ଡ ଘଟିଥିବା ଖୋର୍ଦ୍ଧା ଏସଡିପିଓ ସୁଶୀଲ ମିଶ୍ର ସୂଚନା ଦେଇଛନ୍ତି। ବିଭିନ୍ନ ଦିଗରୁ ପୋଲିସ ଟିମ ତଦନ୍ତ ଚଳାଇଛି। ଅଭିଯୁକ୍ତକୁ ଧରିବା ଲାଗି ପୋଲିସର ୪ଟି ଟିମ ଗଠନ କରାଯାଇଛି। ଖୋର୍ଦ୍ଧା ପାଖାପାଖି ରାସ୍ତା କଡ଼ରେ ଥିବା ସବୁ ସିସିଟିଭି ଯାଞ୍ଚ କରାଯାଉଛି। ଗୋଟିଏ ସିସିଟିଭିରୁ ସନ୍ଦିଗ୍ଧ ନୟାଗଡ଼ ଆଡ଼କୁ ଯାଉଥିବା ଜଣାପଡୁଥିବା ଖୋର୍ଦ୍ଧା ଏସପି ଅଜୟ ପ୍ରତାପ ସ୍ବାଇଁଙ୍କ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ରବିବାର ସନ୍ଧ୍ୟା ସାଢ଼େ ୬ଟାରେ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ ନିକଟ ବଡଶଙ୍ଖସ୍ଥିତ ଏକ ଘରୋଇ କ୍ଲିନିକ ଭିତରେ ୩ ରାଉଣ୍ଡ ଗୁଳି ଫୁଟିଥିଲା। ସେଥିରୁ ୨ଟି ଗୁଳି ଶିଶୁରୋଗ ବିଶେଷଜ୍ଞ ଡା. ମାନସ ଦାସଙ୍କ ପେଟରେ ବାଜିଥିଲା। ଏହି ସମୟରେ ଦୁର୍ବୃତ୍ତଙ୍କୁ ଧରିବାକୁ ଯାଇ ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁ ଓରଫ ସନ୍ତୋଷ ମଧ୍ୟ ଗୁଳିମାଡର ଶିକାର ହୋଇଥିଲେ। ତାଙ୍କର ମଧ୍ୟ ପେଟରେ ଗୁଳି ବାଜିଥିଲା। ସେଠାରେ ଆତଙ୍କ ଖେଳିଯିବା ପରେ ଦୁର୍ବୃତ୍ତ ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ମାନସ ଓ ସନ୍ତୋଷଙ୍କୁ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସୋମବାର ସକାଳେ କୃଷ୍ଣଚନ୍ଦ୍ରଙ୍କ ମୃତ୍ୟୁ ଘଟିଥିଲା। କୃଷ୍ଣଚନ୍ଦ୍ରଙ୍କ ମୃତ୍ୟୁ ପ୍ରତିବାଦରେ ସୋମବାର ଖୋର୍ଦ୍ଧାରେ ସବୁ ମେଡିସିନ୍‌ ଷ୍ଟୋର ବନ୍ଦ ରହିଛି। ୨୪ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ନ କରା ନ ଗଲେ ୧୮ରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି କେମିଷ୍ଟ ଡ୍ରଗିଷ୍ଟ ଆସୋସିଏସନ୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…

ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri