ଖୋର୍ଦ୍ଧା ଜିଲାରେ ୧୬୪ଜଣଙ୍କ ନମୁନା ନେଗେଟିଭ

ଖୋର୍ଦ୍ଧା ଅଫିସ,୬ା୪: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ କୋଭିଡ-୧୯ ଭୂତାଣୁ ସଂକ୍ରମଣ ନିୟନ୍ତ୍ରଣ ଲାଗି ପ୍ରଚେଷ୍ଟା ଜାରି ରହିଛି। ଶନିବାର ସୁଦ୍ଧା ଖୋର୍ଦ୍ଧା, ଟାଙ୍ଗୀ, ବୋଲଗଡ଼ ଏବଂ ବାଳକାଟୀ ସ୍ବାସ୍ଥ୍ୟ ପରୀକ୍ଷା କେନ୍ଦ୍ରରୁ ୧୬୪ଜଣଙ୍କ ସ୍ବାବ ପରୀକ୍ଷା ଲାଗି ପଠାଯାଇଥିଲା। ସମସ୍ତଙ୍କ ରିପୋର୍ଟ ନେଗେଟିଭ ରହିଛି। ବିଭିନ୍ନ ରାଜ୍ୟରୁ ୩୬୬୯ଜଣ ଶ୍ରମିକ ଖୋର୍ଦ୍ଧା ଜିଲାକୁୁ ଆସିଛନ୍ତି। ସେମାନଙ୍କ ମଧ୍ୟରୁ ୨୫୫୭ଜଣଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି। ଅବଶିଷ୍ଟ ୧୧୧୨ଜଣଙ୍କୁ ଯଥାଶୀଘ୍ର କ୍ୱାରାଣ୍ଟାଇନରେ ରଖାଯିବ ବୋଲି ଜିଲାପାଳ ସୀତାଂଶୁ ରାଉତ ରବିବାର କହିଛନ୍ତି।
ସେ କହିଲେ ଯେ, ୨୮୬ଜଣ ୧୦୪ ନମ୍ବରରେ ପଞ୍ଜୀକୃତ ହୋଇଛନ୍ତି। ତମାଣ୍ଡୋ ଭ୍ରମରବର ହାଇସ୍କୁଲଠାରେ ଏକ ଡେଷ୍ଟିଚ୍ୟୁଟ ହୋମ ଖୋଲାଯାଇଛି। ସେଠାରେ ୨ଶହ ଅସହାୟ ବ୍ୟକ୍ତିଙ୍କ ରହିବା ଓ ଖାଇବା ବ୍ୟବସ୍ଥା କରାଯାଇଛି। ସହରରେ ଭିକ୍ଷାବୃତ୍ତି କରୁଥିବା ୮୦ଜଣଙ୍କୁ ସେଠାରେ ରଖାଯାଇଛି। ଏହାସହ ଜିଲାର ଖୋର୍ଦ୍ଧା ଓ ଜଟଣୀ ପୌର ପରିଷଦ, ବାଣପୁର ଓ ବାଲୁଗଁା ବିଜ୍ଞାପିତ ପରିଷଦରେ ୯ଟି ଏବଂ ୧୯୦ଟି ପଞ୍ଚାୟତରେ ୨୦୧ଟି ମୋଟ ୨୧୦ଟି ଅସ୍ଥାୟୀ ମେଡିକାଲ ବ୍ୟବସ୍ଥା କରାଯାଇଛି। ଏଥିରେ ୫୦୨୮ ଶଯ୍ୟା ରହିଛି। ଜାମୁଝରି ଓ ଛତାବରଠାରେ ଦୁଇଟି କ୍ୱାରାଣ୍ଟାଇନ କେନ୍ଦ୍ରରେ ୨୫୨ଜଣ ରହିବା ବ୍ୟବସ୍ଥା ରହିଛି। ଏହି ଅବସରରେ ଜିଲାପାଳ ରାଉତ ସମସ୍ତ ଜନସାଧାରଣ ଲକଡାଉନ ନୀତି ନିୟମକୁ ପାଳନ ଲାଗି ଆହ୍ବାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲାଣି ରାସ୍ତାରେ ୨ ବସ୍‌ ମୁହାଁମୁହିଁ: ଡ୍ରାଇଭରଙ୍କ ଜୀବନ ଗଲା, ୩୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ସୋନପୁର,୧୦।୫(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର-ସମ୍ବଲପୁର ରାସ୍ତାର ଉଲୁଣ୍ଡା ବ୍ଲକସ୍ଥିତ ଡୁଡୁପାଲି ଛକରେ ଶୁକ୍ରବାର ରାତିରେ ସଡକ ଦୁର୍ଘଟଣା ଘଟିଛି। ବୁଲାଣି ରାସ୍ତାରେ ୨ ଯାତ୍ରୀବାହୀ ବସ୍‌ ମଧ୍ୟରେ...

ଏଥର ହ୍ବାଟ୍ସଆପ୍‌ରେ ମିଳିବ ମାଟ୍ରିକ୍‌ ପରୀକ୍ଷାଫଳ

କଟକ,୧୦ା୫ (କାର୍ତ୍ତିକ ସାହୁ)- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାଫଳ ଆସନ୍ତା ୨୦ ତାରିଖ ପରେ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ପୂର୍ବରୁ...

ବିଶାଳ ରାଲି ନୁହେଁ, ପ୍ରାର୍ଥିପତ୍ର ଦାଖଲ ପାଇଁ ସାଇକେଲରେ ପହଞ୍ଚିଲେ ସୁରଙ୍କ ପୁଅ ସିଦ୍ଧାର୍ଥ

ନିମାପଡ଼ା,୧୦ା୫: ପ୍ରାର୍ଥୀପତ୍ର ଦାଖଲ ସମୟରେ ସମସ୍ତ ପ୍ରାର୍ଥୀ ବିଶାଳ ରାଲି କରି ଯାଉଥିବା ନଜର ଆସିଥାଏ। ହେଲେ ନିମାପଡ଼ା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସିଦ୍ଧାର୍ଥ...

ଆସୁଛନ୍ତି ମୋଦି, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବରଗଡ଼,୧୦।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ପାଇଁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ମୋଦି...

ଅନୁକୂଳ ହେଲା ରଥକାଠ, ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ

ପୁରୀ,୧୦।୫: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୁକ୍ରବାର ରଥକାଠ ଅନୁକୁଳ ହୋଇଛି । ରଥ ନିର୍ମାଣ ପାଇଁ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବିଜେ ହୋଇଛି । ଏଥିସହ...

ଭାଜପାର ମୋଟର ସାଇକେଲ ରାଲି

କେସିଙ୍ଗା,୧୦।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବୋରିଙ୍ଗପଦର ଠାରୁ ସହରର ବଗାଡ଼ ଯାଏ ଭାଜପାର ମୋଟର ସାଇକେଲ ରାଲି ଟାଉନ ସଭାପତି ମଗନ ସିନ୍ଦୁରଙ୍କ...

ଜଙ୍ଗଲରେ ନିଆଁ ଲଗାଇ ପୋଡୁ ଚାଷ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା

ଦାରିଙ୍ଗବାଡ଼ି,୧୦।୫(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନିଆଁ ଲିଭିବାର ନାଁ ଧରୁନି। କେତେବେକେ ଶିକାର ଉଦ୍ଦେଶ୍ୟରେ ତ କେତେବେଳେ ପୋଡୁ ଚାଷ ପାଇଁ...

କ୍ରିକେଟ ଖେଳୁଥିବା ବେଳେ ଟଳିପଡିଲେ ଯୁବକ, ଅଂଶୁଘାତ ଆଶଙ୍କା

ବ୍ରହ୍ମପୁର,୧୦ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ଅଧୀନ ଖଲ୍ଲିକୋଟ କଲେଜ ଖେଳପଡ଼ିଆରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଖେଳୁଥିବାବେଳେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri