ଖୋଲା ଆକାଶ ତଳେ ପଡ଼ି ରହିଛି ଧାନ

ହାଟଡିହୀ,୧୫ା୧(ଡି.ଏନ.ଏ.)-ସରକାରୀ ନିୟମ ଫିକା ପଡିଛି। ସବୁ ଠିକ୍‌ଠାକ୍‌ ହେଉଥିବାର ଡିଣ୍ଡିମ ପିଟା ଯାଉଥିବା ବେଳେ ବାସ୍ତବ କ୍ଷେତ୍ରରେ ସବୁ ଓଲଟା ା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୮ଟି ସମବାୟ ସମିତି ଅଧୀନରେ ୧୧ଟି ସରକାରୀ ଧାନ ମଣ୍ଡି ଖୋଲିଛି ା ନିୟମ ଅନୁସାରେ ଚାଷୀମାନେ ମଣ୍ଡିରେ ଧାନ ବିକିବେ। କିନ୍ତୁ ମଣ୍ଡିରେ ଦୀର୍ଘଦିନ ଧରି ଧାନ ପଡି ରହିଛି। ସମିତି ସମ୍ପାଦକମାନେ ମିଲ୍‌ ମାଲିକ ଗାଡି ଯୋଗାଉ ନ ଥିବା କହି ନିଜ ମୁଣ୍ଡରୁ ଦୋଷ ଖସାଉଛନ୍ତି। ଏନେଇ ଚାଷୀମାନେ ଦୁର୍ଦ୍ଦଶା ଭୋଗୁଥିବା ବେଳେ ଶୋଷଣର ଶିକାର ହେଉଛନ୍ତି। ଖୋଲା ଆକାଶ ତଳେ ଖରା କାକର ଖାଇ ଧାନ ବସ୍ତା ପଡି ରହିଛି। ରାତି ହେଲେ ଧାନ ବସ୍ତା ଚୋରି ହୋଇଯିବା ଭୟରେ ଚାଷୀ ରାତି ସାରା ଅନିଦ୍ରା ହୋଇ ଜଗି ରହୁଛନ୍ତି। ମଣ୍ଡିରୁ ଠିକ ଭାବେ ଧାନ ଉଠୁ ନ ଥିବା ବେଳେ କେତକ ଧାନ ବେପାରୀ, ମିଲ୍‌ ମାଲିକ ଓ ସମିତି ସମ୍ପାଦକଙ୍କ ମିଳିମିଶି ଅସାଧୁ ଉପାୟରେ ଗାଁ ଗହଳିରୁ କମ୍‌ ମୂଲ୍ୟରେ ଧାନ କିଣି ମାଲାମାଲ ହେଉଥିବା ଚାଷୀମାନେ ପ୍ରକାଶ କରିଛନ୍ତି। ଫଳରେ ମଣ୍ଡିରେ ଅବ୍ୟବସ୍ଥାରେ ଧାନ ପଡି ରହୁଛି ା ଏକ ଉଚ୍ଚ ସ୍ତରୀୟ ତଦନ୍ତ ହେଲେ ଅସଲ ସତ୍ୟାସତ୍ୟ ଜଣାପଡିବ ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି। ଏସମ୍ପର୍କରେ ଆନନ୍ଦପୁର ଯୋଗାଣ ଅଧିକାରୀ ବୁଧଦେବ ଜେନା କହିଛନ୍ତି ଯେ, ଏ ବାବଦରେ ମୁଁ ଜାଣି ନ ଥିଲି କି ସମିତି ସମ୍ପାଦକମାନେ ଅସୁବିଧା ବାବଦରେ ଜଣାଇ ନାହାନ୍ତି। ମିଲ୍‌ ମାଲିକଙ୍କ ସହ କଥା ହୋଇ ଗାଡି ବ୍ୟବସ୍ଥା କରାଇବୁ। ଏଥିସହ ବ୍ଲକ ଯୋଗାଣ ଅଧିକାରୀଙ୍କୁ ପଠାଇ ତଦନ୍ତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri