ଖୋଲା ରହିବ ଜରୁରୀ ସାମଗ୍ରୀ ଦୋକାନ

ଭୁବନେଶ୍ୱର,୧୭।୩ (ବ୍ୟୁରୋ): ସୋମବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କରୋନା ମୁକାବିଲା ପାଇଁ ପୋଲିସ ସେବା ଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଥିଲେ। ଏହି ବୈଠକରେ ଡିସିପି ଅନୁପ ସାହୁ, ଟ୍ରାଫିକ୍‌ ଡିସିପି ସାଗରିକା ନାଥ, ଅଭିଜ୍ଞ ଡାକ୍ତରୀ ଟିମ୍‌ ଏବଂ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ରହିଥିଲେ। କରୋନା ମୁକାବିଲା ପାଇଁ କିଭଳି ରଣନୀତି ପ୍ରସ୍ତୁତ ହେବ ସେନେଇ ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇଥିଲା।
କଟକ, ଭୁବନେଶ୍ୱରରେ ଥିବା ସମସ୍ତ ମଲ ୩୧ ତାରିଖ ପଯର୍ର୍‌ୟନ୍ତ ବନ୍ଦ ରଖିବାକୁ କମିଶନରେଟ ପୋଲିସ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବା ଉପରେ କଟକଣା ଲଗାଯାଇନାହିଁ। ଓଡ଼ିଶା କୋଭିଡ୍‌-୧୯ ରେଗୁଲେଶନ ୨୦୨୦ ଅନୁଯାୟୀ କମିଶନରେଟ ପୋଲିସ ପକ୍ଷରୁ ଜନସାଧାରଣ ଏବଂ ବ୍ୟବସାୟିକ ସଂସ୍ଥା ଉପରେ କଟକଣା ଲାଗୁ କରାଯାଇଛି। ଲାଗିଥିବା କଟକଣା ଅନୁଯାୟୀ ଜନସାଧାରଣ କୌଣସି ସ୍ଥାନରେ ଏକତ୍ରିତ ନ ହେବା ପାଇଁ କୁହାଯାଇଛି। ପନିପରିବା, ଫଳମୂଳ, ଗ୍ରୋସରୀ, କ୍ଷୀର ଓ ମେଡିସିନ ସାନିଟାଇଜର ଭଳି ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିବା ଉପରେ କୌଣସି କଟକଣା ଲାଗୁ କରାଯାଇ ନାହିଁ।
ବ୍ୟବସାୟିକ ସଂସ୍ଥା ଏବଂ ସରକାରୀ ଅଫିସରେ ସଫା ସୁତରା ଉପରେ ଗୁରୁତ୍ୱ ଦେବାକୁ କୁହାଯାଇଛି। ଗ୍ରାହକ ଅବା ଅଫିସର କର୍ମଚାରୀ ଅତି କମ୍‌ରେ ପରସ୍ପରଠାରୁ ୬ ଫୁଟ ବ୍ୟବଧାନ ରଖିବାକୁ କହିଛନ୍ତି କମିଶନର ଷଡ଼ଙ୍ଗୀ। ଏଥିସହିତ କର୍ମଶାଳା, ସାଂସ୍କୃତିକ କାର୍ଯ୍ୟକ୍ରମ, ପ୍ରତିଯୋଗିତା, ସଭା ତଥା ଅନାବଶ୍ୟକ ବୈଠକ ନ କରିବାକୁ ନିର୍ଦ୍ଦେଶ ରହିଛି। ଏହାଛଡ଼ା ଥଣ୍ଡା, କାଶ, ଜ୍ୱରରେ ପୀଡିତ ଥିବା କର୍ମଚାରୀମାନଙ୍କୁ ଅଫିସ ଭିତରକୁ ନ ପୂରାଇବା ପାଇଁ କଡ଼ା ନିର୍ଦ୍ଦେଶ ରହିଛି। ଏହି ନିର୍ଦ୍ଦେଶ ସୋମବାରଠାରୁ ଲାଗୁ କରାଯାଇଛି। ନିୟମ ଉଲ୍ଲଂଘନ କରିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ କରାଯିବ ବୋଲି କମିଶନରେଟ ପୋଲିିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri