ଖୋଲିବ ବନ୍ଦ ପଡ଼ିଥିବା ମଦ ଫ୍ୟାକ୍ଟ୍ରି:୧୧ ଜିଲାପାଳଙ୍କୁ ଚିଠିକଲେ ଅବକାରୀ କମିଶନର

କଟକ ଅଫିସ,୧୭।୫: ଲକ୍‌ଡାଉନ୍‌ ଯୋଗୁ ରାଜ୍ୟରେ ମଦ ଫ୍ୟାକ୍ଟ୍ରିଗୁଡ଼ିକ ବନ୍ଦ ରହିଛି। ଲକ୍‌ଡାଉନ୍‌ ପରେ ମଦ ଚାହିଦା ବଢ଼ିଲେ, ଯୋଗାଇବା କଷ୍ଟକର ହେବ। ଏଣୁ ମଦ ଫ୍ୟାକ୍ଟ୍ରି (ବଟଲିଂ/ ବେଭରେଜ୍‌ ୟୁନିଟ୍‌)କୁ ଖୋଲିବା ପାଇଁ ଅବକାରୀ କମିଶନର୍‌ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ରାଜ୍ୟର ୧୧ ଜିଲାପାଳଙ୍କୁ ଚିଠି ଲେଖି ଜିଲାରେ ମଦ ଫ୍ୟାକ୍ଟ୍ରି ଖୋଲିବା ଦିଗରେ ପଦକ୍ଷେପ ନେବାକୁ ନିବେଦନ କରିଛନ୍ତି ଅବକାରୀ କମିଶନର ଅଞ୍ଜନ କୁମାର ମାନିକ। ସେହି ଜିଲାଗୁଡ଼ିକ ହେଲା ଢେଙ୍କାନାଳ, ଗଞ୍ଜାମ, ଯାଜପୁର, ରାୟଗଡ଼ା, ସମ୍ବଲପୁର, ପୁରୀ, ଖୋର୍ଦ୍ଧା, କୋରାପୁଟ, ଜଗତସିଂହପୁର, କଟକ ଏବଂ ବଲାଙ୍ଗୀର।

ଚିଠିରେ ଉଲ୍ଲେଖ ରହିଛି ଯେ, ଫ୍ୟାକ୍ଟ୍ରିଗୁଡ଼ିକରେ ଷ୍ଟକ୍‌ ଯାଞ୍ଚ ବେଳେ ଖୁବ୍‌ କମ୍‌ ପରିମାଣର ମଦ ମହଜୁଦ ଥିବା ଜଣାପଡ଼ିଛି। ଅନ୍ୟପଟେ ଓଡ଼ିଶା ଷ୍ଟେଟ୍‌ ବେଭରେଜ କର୍ପୋରେଶନ ଲିମିଟେଡ୍‌ (ଓଏସ୍‌ବିସିଏଲ)ର ଗୋଦାମରେ ମଧ୍ୟ କମ୍‌ ମଦ ମହଜୁଦ୍‌ ରହିଛି। ଲକ୍‌ଡାଉନ୍‌ ପରେ ଗ୍ରାହକଙ୍କ ଆବଶ୍ୟକତା ପୂରଣ କରିବା ପାଇଁ ଏହା ଯଥେଷ୍ଟ ନୁହେଁ। ଏଣୁ ଫ୍ୟାକ୍ଟ୍ରିଗୁଡ଼ିକ ଖୋଲିବା ପାଇଁ ଅନୁମତି ଦେବାକୁ କୁହାଯାଇଛି। ଉଲ୍ଳେଖଯୋଗ୍ୟ, ରାଜ୍ୟରେ ଗତ ମାର୍ଚ୍ଚ ୨୫ରୁ ମଦ ଫ୍ୟାକ୍ଟ୍ରି ବନ୍ଦ ରହିଛି। ରାଜ୍ୟରେ ୧୨ଟି ବଟଲିଙ୍ଗ୍‌ ପ୍ଲାଣ୍ଟ, ୨ଟି ଡିଷ୍ଟିଲେରିଜ୍‌ (ଆଲକହଲ୍‌ ପ୍ରସ୍ତୁତକାରୀ ଫ୍ୟାକ୍ଟ୍ରି), ୫ଟି ବ୍ରିୱରିଜ୍‌ (ବିୟର୍‌ ତିଆରି ଫ୍ୟାକ୍ଟ୍ରି) ରହିଛି। ପୂର୍ବରୁ ଫ୍ୟାକ୍ଟ୍ରି ଖୋଲିବା ପାଇଁ ଅବକାରୀ କମିଶନର ରାଜ୍ୟ ଅବକାରୀ ବିଭାଗର ପ୍ରମୁଖ ସଚିବଙ୍କୁ ଚିଠି ଲେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ରଥଯାତ୍ରା: ତିନି ଠାକୁରଙ୍କ ସୁନାବେଶ: ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ

ଭଞ୍ଜନଗର, ୨୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ଼ସ୍ଥିତ ଭଞ୍ଜ ରାଜବଂଶ ପକ୍ଷରୁ ପ୍ରତିଷ୍ଠିତ ଶ୍ରୀଜଗନ୍ନାଥ ମନ୍ଦିର ଏକ ଇତିହାସ ପ୍ରସିଦ୍ଧ ଧାର୍ମିକ…

ରଥ ଉପରେ ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀବିଗ୍ରହ

ପୁରୀ,୨୫ା୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ, ତିନିରଥରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଆରମ୍ଭ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ…

ଯୌତୁକ ପାଇଁ ସ୍ତ୍ରୀ ଙ୍କୁ ହତ୍ୟା ଉଦ୍ୟମ, ମୁହଁରେ ତକିଆ ଚାପିଥିବା ଅଭିଯୋଗ : ସ୍ବାମୀ ଗଲେ ଜେଲ                                        

ଦିଗପହଣ୍ଡି,୨୫|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ଖଜୁରୀପଲ୍ଲୀ ଗ୍ରାମର ପୁଷ୍ପା ସେଠୀ(୨୭) ଙ୍କୁ ଅଧିକା ଯୌତୁକ ପାଇଁ ଶାରୀରିକ ଓ ମାନସିକ…

ଆଧ୍ୟାତ୍ମିକ ପରିବେଶରେ ଥୁଆମୂଳ ରାମପୁର ବ୍ଲକରେ ବାହୁଡ଼ା ଯାତ୍ରା ସମ୍ପନ୍ନ: ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଲେ…

ଥୁଆମୂଳ ରାମପୁର,୨୫।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ ମହାପ୍ରଭୁ…

ଧାନ ବିଲରେ ପଶିଲା କାର :୩୨୬ ନମ୍ବର ଜାତୀୟ ରାଜପଥରେ…

ମୋହନା,୨୫।୭(ମନ୍ମଥ ମିଶ୍ର): ଦୁଇ ଦିନର ଛୁଟି କାଟି ରାୟଗଡ଼ା ଜିଲାର ପଦ୍ମପୁରରୁ ଏକ କାର୍‌ (ଓଡି–୦୭–ଏଏଫ୍–୭୯୯୬) ଯୋଗେ ବ୍ରହ୍ମପୁର ଫେରୁଥିବା ବେଳେ ଗଜପତି ଜିଲା ଅଡବା ଥାନା…

କୁଆଁରମୁଣ୍ଡା-ପଦମପୁର ରାସ୍ତା ଶୋଚନୀୟ: କାଦୁଅରେ ଗଡ଼ି ଆନ୍ଦୋଳନକାରୀଙ୍କ ପ୍ରତିବାଦ

କୁଆଁରମୁଣ୍ଡା,୨୫।୭(ମହେନ୍ଦ୍ର କୁମାର ସାହୁ): କୁଆଁରମୁଣ୍ଡା-ପଦମପୁର ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ରାସ୍ତାରେ ସୃଷ୍ଟି ହୋଇଥିବା ଖାଲଖମାରେ ବର୍ଷା ପାଣି ଜମି ଯାତାୟାତରେ ବାଧାସୃଷ୍ଟି ହୋଇଛି। ଏପରି କି…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ନବୀନଙ୍କ ପୋଷ୍ଟ ଭାଇରାଲ, ଲୋକଙ୍କ ଇଚ୍ଛାଠାରୁ କେହି ଊର୍ଦ୍ଧ୍ୱରେ ନୁହନ୍ତି, ଏଥିପାଇଁ ମୁଁ…

ଭୁବନେଶ୍ୱର,୨୫ା୭: ନିଟ୍‌ ପେପର ଲିକ୍‌ ବିବାଦକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ଇତିମଧ୍ୟରେ ବିଭିନ୍ନ ରାଜନୈତିକ ବ୍ୟକ୍ତିବିଶେଷ ସେମାନଙ୍କର ପ୍ରତିକ୍ରିୟା ରଖୁଛନ୍ତି। ପୂର୍ବତନ…

ଗଞ୍ଜାମ ପେଲିସର ‘ଅପରେଶନ ଅନ୍ୱେଷଣ–୩’: ନିଖୋଜ ବ୍ୟକ୍ତିମାନଙ୍କୁ ବିଭିନ୍ନ ରାଜ୍ୟରୁ ….

ଛତ୍ରପୁର୨୫।୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ପୋଲିସ ଜିଲାରେ ‘ଅପରେଶନ ଅନ୍ୱେଷଣ–୧’ ଓ ‘ଅପରେଶନ ଅନ୍ୱେଷଣ–୨’ର ବିପୁଳ ସଫଳତା ପରେ ଚଳିତ ମାସ ୧୮ ତାରିଖରୁ ୨୨ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri